ପୋଲ ନିର୍ମାଣରେ ଅହେତୁକ ବିଳମ୍ବ: ବଢୁଛି ଦୁର୍ଘଟଣା

ଦାରିଙ୍ଗବାଡି, ୪।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡୁଲୁରୀ ପାଇନ ବଣ ନିକଟ ବୁଲାଣି ରାସ୍ତାରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଉକ୍ତ ବୁଲାଣି ରାସ୍ତାକୁ ଗତ କିଛି ବର୍ଷ ତଳେ ପୂର୍ତ୍ତ ବିଭାଗ ବ୍ଲକ ସ୍ପଟ ଭାବେ ଚି଼ହ୍ନଟ କରି ଡୁଲୁରୀ ନାଳରେ ଏକ ନୂତନ ପୋଲ ନିର୍ମାଣସହ ସିଧାରାସ୍ତା ନିର୍ମାଣ ପାଇଁ ଯୋଜନା ପ୍ରସ୍ତୁତ କରିଥିଲା। ପରବର୍ତ୍ତୀ ସମୟରେ ପୋଲ ନିର୍ମାଣ କାର୍ଯ୍ୟ ମଧ୍ୟ କରାଗଲା ମାତ୍ର ଆଜି ପର୍ଯ୍ୟନ୍ତ ଉକ୍ତ ପୋଲ ରେ ସଂଯୋଗୀକରଣ ରାସ୍ତା ନିର୍ମାଣ କରିବାରେ ବିଳମ୍ବ ଯୋଗୁ ଉକ୍ତ ନୂତନ ରାସ୍ତାରେ ଯାତାୟାତ ହୋଇପାରିନାହିଁ । ପୂର୍ବ ଭଳି ଯାତ୍ରୀମାନେ ସେହି ବୁଲାଣି ରାସ୍ତାରେ ଯାତାୟାତ କରୁଥିବା ବେଳେ ପ୍ରତିବର୍ଷ ଉକ୍ତ ବୁଲାଣି ରାସ୍ତାରେ ବଡ଼ବଡ଼ ଦୁର୍ଘଟଣା ଘଟିବା ସହ ଲୋକଙ୍କ ଅକାଳରେ ଜୀବନ ଚାଲିଯାଉହିବା ଅଭିଯୋଗ ହୋଇଛ। ଶୁକ୍ରବାର ସାରେ ୩ ଜଣ ଉକ୍ତ ବୁଲାଣି ରାସ୍ତାରେ ବାଇକ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଛନ୍ତି। ଏହାକୁ ନେଇ ବାଲିଗୁଡା ବିଧାୟକ ଚକ୍ରମଣି କଂହର ଦାରିଙ୍ଗବାଡି ଆସିଥିବା ସମୟରେ ସ୍ଥାନୀୟ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ସହ ଆଲୋଚନା କରି ଶୀଘ୍ର ଉକ୍ତ ପୋଲ ନିର୍ମାଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ବିଧାୟକ କହିଛନ୍ତି ସେ, ଏଥର ଜିଲା ମିଟିଂରେ ଉକ୍ତ ପୋଲ ନିର୍ମାଣରେ ବିଳମ୍ବ ଘଟଣାକୁ ଉଠାଇବେ। ଏହା ସହ ଆବଶ୍ୟକ ପଡ଼ିଲେ ବିଧାନସଭାରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ସେ କହିଛନ୍ତି। ପ୍ରକାଶ ଯେ, ଦାରିଙ୍ଗବାଡିଠାରୁ ବ୍ରାହ୍ମଣୀଗାଁ, ଗଜପତି ଜିଲାର ଅଡବା, ମୋହନା ଦେଇ ବ୍ରହ୍ମପୁରକୁ ରାସ୍ତା ସଂଯୋଗ କରୁଛି। ତେବେ ଦାରିଙ୍ଗବାଡିଠାରୁ ଗଜପତି ଜିଲାର ପାଣିଗଣ୍ଡା ପର୍ଯ୍ୟନ୍ତ ପୂର୍ତ୍ତ ବିଭାଗ ଦ୍ୱାରା ରାସ୍ତା ସମ୍ପ୍ରସାରଣ କରାଯାଇଛି। ତେବେ ବିପଦପୂର୍ଣ୍ଣ ଓ ବ୍ଲାକ ଲିଷ୍ଟ ଭାବେ ଚି଼ହ୍ନଟ କରାଯାଇଥିବା ଉକ୍ତ ଡୁଲୁରୀ ବୁଲାଣି ରାସ୍ତାରେ ଚାଲିଥିବା ପୋଲନିର୍ମାଣ କାର୍ଯ୍ୟ ଓ ସଂଯୋଗୀକରଣ ରାସ୍ତା ନିର୍ମାଣ ଇତି ମଧ୍ୟରେ ୩ ବର୍ଷରୁ ଅଧିକା ସମୟ ବିତିଯାଇଥିଲେ ମଧ୍ୟ କାର୍ଯ୍ୟ ସରିବାରେ ନାମ ଧରୁ ନ ଥିବା ସ୍ଥାନୀୟ ଲୋକ ଅଭିଯୋଗ କରିଛନ୍ତ। ଏନେଇ ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ କହିଛନ୍ତି ଯେ, ପୋଲ ନିର୍ମାଣ ସରିଛି। ସଂଯୋଗୀକରଣ ରାସ୍ତା ନିର୍ମାଣ ପାଇଁ ବାଧକ ସାଜିଛି କିଛି ବଡ଼ ବଡ଼ ଗଛ। ଗଛ କାଟିବାକୁ ଜଙ୍ଗଲ ଓ ପରିବେଶ ବିଭାଗ ଅନୁମତି ମିଳିବାରେ ବିଳମ୍ବ ଯୋଗୁ ରାସ୍ତା ଓ ପୋଲ ନିର୍ମାଣର ଶେଷ ପର୍ଯ୍ୟାୟ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇପାରୁ ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ବରଗଡ଼ ତହସିଲ ଅଞ୍ଚଳରେ ଅବାଧରେ ଚାଲିଛି ମାଟି ଚୋରାଚାଲାଣ, ହାତ ବାନ୍ଧି ବସିଛି ଖଣି ବିଭାଗ, ଜିଲାପାଳଙ୍କୁ…

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ ତହସିଲ ଅନ୍ତର୍ଗତ କଟାପାଲି, ବରଗାଁ ଅଞ୍ଚଳରେ ଅବାଧରେ ମାଟି ଚୋରାଚାଲାଣ ହେଉଛି। ଅଭିଯୋଗ ସତ୍ତ୍ୱେ ସ୍ଥାନୀୟ ଖଣି ବିଭାଗର ଅଧିକାରୀମାନେ କାର୍ଯ୍ୟାନୁଷ୍ଠାନ ନେବା…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri