ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ: ଉପଜିଲାପାଳଙ୍କ ନିକଟରେ ଫେରାଦ ହେଲେ ସମିତି ସଭ୍ୟ, ସରପଞ୍ଚ

କେସିଙ୍ଗା,୫।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ମନମୁଖୀ କାର୍ଯ୍ୟକଳାପକୁ ନେଇ ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥାପ୍ରସ୍ତାବ ପାଇଁ ୪୨ଜଣ ସମିତି ସଭ୍ୟ, ସରପଞ୍ଚ ଓ ଉପାଧକ୍ଷ୍ୟା ରାଜଲଷ୍ମୀ ପଟ୍ଟନାୟକଙ୍କ ନେତୃତ୍ୱରେ ଶୁକ୍ରବାର ଉପଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିବାର ଜଣାପଡିଛି। ଇତିମଧ୍ୟରେ ସରପଞ୍ଚ ସଙ୍ଘ ପକ୍ଷରୁ ବ୍ଲକ ସମ୍ମୁଖରେ ଦୀର୍ଘ ତିନି ଦିନ ଧରି ଗଣଆନ୍ଦୋଳନ କରି ୫ଦଫା ଦାବି କରିଥିଲେ। ପ୍ରଶାସନ କିଛି ପଦକ୍ଷେପ ନ ନେବାରୁ ୪୨ଜଣ ସମିତି ସଭ୍ୟ ଓ ସରପଞ୍ଚଙ୍କ ମିଳିତ ଉଦ୍ୟମରେ ଅନାସ୍ଥାପ୍ରସ୍ତାବ ପାଇଁ ଅଭିଯୋଗ କରିଛନ୍ତି।
କେସିଙ୍ଗା ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛି l କେବେ ବ୍ଲକ ପ୍ରଶାସନର ଦୁର୍ନୀତି ବିରୋଧରେ ଚାଁଚେର ପଞ୍ଚାୟତ ସରପଞ୍ଚଙ୍କ ଅନଶନ କେସିଙ୍ଗା ବ୍ଲକପ୍ରଶାସନର ଅସଲ ମୁଖା ଖୋଲି ଦେଇଥିଲା। ବ୍ଲକରେ ଖୁଲମଖୁଲା କନିଷ୍ଠ ଯନ୍ତ୍ରୀଙ୍କ ଲାଞ୍ଚଖିଆ କାରବାର ଏବଂ କୌଣସି କନିଷ୍ଠ ଯନ୍ତ୍ରୀ ବ୍ଲକ ପରିସରରେ ନ ରହି ଭବାନୀପାଟଣାରେ ରହୁଥିବାରୁ ଉନ୍ନୟନ କାର୍ଯ୍ୟରେ ବାଧା ସୃଷ୍ଟିହେଉଥିଲେ ମଧ୍ୟ ବିଡ଼ିଓ ଏବଂ ଅଧ୍ୟକ୍ଷଙ୍କ ନିଷ୍କ୍ରିୟତା ଅଞ୍ଚଳରେ ଚର୍ଚ୍ଚା ର ବିଷୟ ପାଲଟି ଯାଇଛି l ବ୍ଲକ ଅଧକ୍ଷ ଚନ୍ଦନ ସେନାପତି ନିଜର ମନମୁଖୀ କାର୍ଯ୍ୟ କରୁଥିବା , ବ୍ଲକ ରେ ଦୁଇ ମାସରେ ଥରେ ସମିତି ମିଟିଙ୍ଗ ହେବାର ନିୟମ ରହିଥିଲେ ମଧ୍ୟ ଏହି ବ୍ଲକରେ ୮ ମାସରେ ଥରେ ସମିତି ମିଟିଙ୍ଗ ହେଉଥିବା କରାଯାଉଛି।
କୌଣସି ସମିତି ସଭ୍ୟଙ୍କ ପରାମର୍ଶ ଗ୍ରହଣ କରୁ ନ ଥିବାରୁ ସରପଞ୍ଚମାନଙ୍କୁ ହଇରାଣ କରୁଥିବା ଭଳି ଗୁରୁତ୍ୱପୂର୍ଣ ବିଷୟକୁ ନେଇ ଚନ୍ଦନ ସେନାପତିଙ୍କ ବିରୋଧରେ ବ୍ଲକର ୪୨ଜଣ ସମିତି ଓ ସରପଞ୍ଚ ଉପାଧ୍ୟକ୍ଷା ରାଜଲକ୍ଷ୍ମୀ ପଟ୍ଟନାୟକଙ୍କ ନେତୃତ୍ୱରେ ଉପଜିଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ କରି ତୁରନ୍ତ ଅନାସ୍ଥା ଭୋଟ କରିବା ପାଇଁ ଅନୁରୋଧ କରିଥିଲେ l ଉପାଧ୍ୟକ୍ଷା ରାଜଲକ୍ଷ୍ମୀ ପଟ୍ଟନାୟକଙ୍କୁ ଯୋଗାଯୋଗ କରିବାରୁ ମୋଟ ୫୨ ଜଣ ସମିତି ଏବଂ ସରପଞ୍ଚ ମଧ୍ୟରୁ ଆମେ ୩୮ରୁ ଉର୍ଦ୍ଧ୍ୱ ଜଣ ଏହି ଅନାସ୍ଥା ପ୍ରସ୍ତାବ ଆଣି ଥିବାର ଜଣାପଡିଛି। ବର୍ତମାନ ସପକ୍ଷରେ ୪୨ ଜଣଙ୍କ ସମେତ ଆହୁରି ୬ ଜଣ ସମିତି ଏବଂ ସରପଞ୍ଚ ମଧ୍ୟ ଭୋଟ ସମୟରେ ଉପାଧ୍ୟକ୍ଷା ସପକ୍ଷରେ ଭୋଟ ଦେବେ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି l ଏହି ୨ ବର୍ଷ ମଧ୍ୟରେ ନାନାଦି ବିବାଦରେ ଛନ୍ଦିହୋଇ ଏହି ବ୍ଲକ ଦୁର୍ନାମ ଅର୍ଜନ କରିଥିବାବେଳେ ବ୍ଲକ ପ୍ରଶାସନର ବେଖାତିର ମନୋଭାବ ପାଇଁ ଜନସାଧାରଣ ନାନାଦି ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି l

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?