କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ

କେସିଙ୍ଗା,୬ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ମନମୁଖୀ କାର୍ଯ୍ୟ, ମିଥ୍ୟା ବିଲ୍‌, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତିକୁ ନେଇ ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ପାଇଁ ୪୨ଜଣ ସମିତିସଭ୍ୟ, ସରପଞ୍ଚ ଓ ଉପାଧ୍ୟକ୍ଷା ରାଜଲଷ୍ମୀ ପଟ୍ଟନାୟକଙ୍କ ନେତୃତ୍ୱରେ ୩ଦିନ ହେଲା ଗୁପ୍ତ ବାସ ରହିଛନ୍ତି। ସମଗ୍ର ୨୬ଟି ପଞ୍ଚାୟତରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମରେ ବାଧା ସୃଷ୍ଟି ହେଉଛି। ତେଣୁ ଜିଲା ପ୍ରଶାସନ ଯଥାଶୀଘ୍ର ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି।

ସରପଞ୍ଚ ଓ ସମିତିସଭ୍ୟ ସଭ୍ୟା ଅନୁପସ୍ଥିତ ଯୋଗୁ ବିଭିନ୍ନ ଉନ୍ନୟନ କାର୍ଯ୍ୟକ୍ରମରେ ଆଗେଇ ପାରି ନାହିଁ। ଇତିମଧ୍ୟରେ ସରପଞ୍ଚ ସଂଘ ପକ୍ଷରୁ ବ୍ଲକ ସମ୍ମୁଖରେ ଦୀର୍ଘ ସମୟ ଧରି ଗଣଆନ୍ଦୋଳନ କରି ୫ଦଫା ଦାବି କରିଥିଲେ। ସମଗ୍ର ୨୬ଟି ପଞ୍ଚାୟତରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ମିଥ୍ୟା ବିଲ୍‌ ପ୍ରସ୍ତୁତ କରି ଲକ୍ଷାଧିକ ଟଙ୍କା ଆତ୍ମସାତ୍‌ କରିବା, ଆଦି କାର୍ଯ୍ୟକଳାପରେ ଅସନ୍ତୋଷ ପ୍ରକାଶ କରି ୪୨ଜଣ ସମିତି ସଭ୍ୟ ଓ ସରପଞ୍ଚଙ୍କ ମିଳିତ ଉଦ୍ୟମରେ ଅନାସ୍ଥା ପ୍ରସ୍ତାବ ପାଇଁ ଅଭିଯୋଗ କରିଛନ୍ତି। ଆଜକୁ ତିନି ଦିନ ହେଲା ଏହି ସମସ୍ତ ସଭ୍ୟ ସଭ୍ୟା ଅନାସ୍ଥା ପ୍ରସ୍ତାବ ନ ହେବା ଯାଏ ଗୁପ୍ତ ବାସ ରହିଛନ୍ତି।

ବ୍ଲକରେ ଖୁଲମଖୁଲା କନିଷ୍ଠଯନ୍ତ୍ରୀଙ୍କ ଲାଞ୍ଚଖିଆ କାରବାର ଏବଂ କୌଣସି କନିଷ୍ଠ ଯନ୍ତ୍ରୀ ବ୍ଲକ ପରିସରରେ ନ ରହି ଭବାନୀପାଟଣାରେ ରହୁଥିବାରୁ ଉନ୍ନୟନ କାର୍ଯ୍ୟରେ ବାଧା ସୃଷ୍ଟି ହେଉଥିଲେ ମଧ୍ୟ ବିଡିଓ ଏବଂ ଅଧ୍ୟକ୍ଷଙ୍କ ନିଷ୍କ୍ରିୟତା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟି ଯାଇଛି। ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତି ନିଜର ମନମୁଖୀ କାର୍ଯ୍ୟ କରୁଥିବା, ବ୍ଲକରେ ଦୁଇ ମାସରେ ଥରେ ସମିତି ମିଟିଂ ହେବାର ନିୟମ ରହିଥିଲେ ମଧ୍ୟ ଏହି ବ୍ଲକରେ ୮ ମାସରେ ଥରେ ସମିତି ମିଟିଂ ହେଉଥିବା କରାଯାଉଛି। କୌଣସି ସମିତିସଭ୍ୟଙ୍କ ପରାମର୍ଶ ଗ୍ରହଣ କରୁ ନ ଥିବାରୁ ସରପଞ୍ଚମାନଙ୍କୁ ହଇରାଣ କରୁଥିବା ଭଳି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ଚନ୍ଦନ ସେନାପତିଙ୍କ ବିରୋଧରେ ବ୍ଲକର ୪୨ଜଣ ସମିତି ଓ ସରପଞ୍ଚ ଉପାଧ୍ୟକ୍ଷା ରାଜଲକ୍ଷ୍ମୀ ପଟ୍ଟନାୟକଙ୍କ ନେତୃତ୍ୱରେ ଉପଜିଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ କରି ତୁରନ୍ତ ଅନାସ୍ଥା ଭୋଟ୍‌ କରିବା ପାଇଁ ଅନୁରୋଧ କରିଥିଲେ।

ଉପାଧ୍ୟକ୍ଷା ରାଜଲକ୍ଷ୍ମୀ ପଟ୍ଟନାୟକଙ୍କୁ ଯୋଗାଯୋଗ କରିବାରୁ ମୋଟ୍‌ ୫୨ ଜଣ ସମିତି ଏବଂ ସରପଞ୍ଚ ମଧ୍ୟରୁ ଆମେ ୩୮ରୁ ଊର୍ଦ୍ଧ୍ୱ ଜଣ ଏହି ଅନାସ୍ଥା ପ୍ରସ୍ତାବ ଆଣି ଥିବାର ଜଣାପଡ଼ିଛି। ବର୍ତ୍ତମାନ ସପକ୍ଷରେ ୪୨ ଜଣଙ୍କ ସମେତ ଆହୁରି ୬ଜଣ ସମିତି ଏବଂ ସରପଞ୍ଚ ମଧ୍ୟ ଭୋଟ୍‌ ସମୟରେ ଉପାଧ୍ୟକ୍ଷା ସପକ୍ଷରେ ଭୋଟ୍‌ ଦେବେ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଏହି ୨ ବର୍ଷ ମଧ୍ୟରେ ନାନାଦି ବିବାଦରେ ଛନ୍ଦିହୋଇ ଏହି ବ୍ଲକ ଦୁର୍ନାମ ଅର୍ଜନ କରିଥିବାବେଳେ ବ୍ଲକ ପ୍ରଶାସନର ବେଖାତିର ମନୋଭାବ ପାଇଁ ଜନସାଧାରଣ ନାନାଦି ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବୋଲି ଚର୍ଚ୍ଚା ଜୋର୍‌ ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri