Posted inଖେଳ

କୋହଲିଙ୍କୁ ଖାଉଛି ଚିନ୍ତା: କହିଲେ, ଆଶା କରୁଛି ଏମିତି ନ ହେଉ..

ଦୁବାଇ,୧୪।୯: କରୋନା କାରଣରୁ ଇଂଲଣ୍ଡ ବିପକ୍ଷ ପଞ୍ଚମ ଟେଷ୍ଟର ସ୍ଥଗିତାଦେଶକୁ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲି। ସେ ଆଶା କରିଛନ୍ତି ଯେ, ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ ୨୦୨୧) ବାୟୋ-ବବଲ(ସୁରକ୍ଷିତ ପରିବେଶ) ଆହୁରି ଶକ୍ତିଶାଳୀ ହେବ। ଏହି ଟୁର୍ଣ୍ଣାମେଣ୍ଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି) ଦଳର ନେତୃତ୍ୱ ନେଇଥିବା କୋହଲି କରୋନାକୁ ନେଇ ଚିନ୍ତାରେ ଅଛନ୍ତି। ଦଳର ସପୋର୍ଟ ଷ୍ଟାଫ୍‌ କରୋନା ଆକ୍ରାନ୍ତ ହେବାପରେ ଅନ୍ୟ କିଛି ଖେଳାଳିଙ୍କ ସହ ଇଂଲଣ୍ଡ ବିପକ୍ଷ ପଞ୍ଚମ ଟେଷ୍ଟକୁ ଖେଳିବାକୁ ମନା କରିଥିଲେ କୋହଲି। କୋହଲି ଆରସିବିର ଡିଜିଟାଲ ମିଡିଆ ପ୍ଲାଟଫର୍ମକୁ କହିଛନ୍ତି, ଦୁର୍ଭାଗ୍ୟଜନକ ଯେ ଆମକୁ ଶୀଘ୍ର ଦୁବାଇରେ ପହଞ୍ଚିବାକୁ ପଡିଛି, କିନ୍ତୁ କରୋନା କାରଣରୁ ପରିସ୍ଥିତି ଅନିଶ୍ଚିତ ହୋଇପଡିଛି। ଏପରି ପରିସ୍ଥିତି ଅଛି ଯେ ଯେକୌଣସି ସମୟରେ କିଛି ବି ହୋଇପାରେ। ଆଶାକରେ, ଆମେ ଏକ ଭଲ, ଶକ୍ତିଶାଳୀ ଏବଂ ନିରାପଦ ପରିବେଶ ବଜାୟ ରଖିବାରେ ସକ୍ଷମ ହେବା ଏବଂ ଏହା ଏକ ଚମତ୍କାର ଅରାଇପିଏଲ୍‌ ହେବ। ଏମିତି କିଛି ନ ଘଟୁ ଯଦ୍ୱାରା ପୁଣି ଟୁର୍ନାମେଣ୍ଟ ବନ୍ଦ ହେବ। ମୁଁ ସମସ୍ତଙ୍କ ସହ ଯୋଗାଯୋଗରେ ଅଛି। ଗତ ଏକ ମାସ ମଧ୍ୟରେ ଆମେ ବହୁତ ଆଲୋଚନା କରିଛୁ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଆଇପିଏଲ୍‌ ପରେ ପରେ ଟି -୨୦ ବିଶ୍ୱକପ ଖେଲିବ ଭାରତୀୟ ଦଳ। ବେଙ୍ଗାଲୁରୁ ଆଇପିଏଲ୍‌ର ପ୍ରଥମ ପର୍ଯ୍ୟାୟରେ ୭ଟି ମ୍ୟାଚ ମଧ୍ୟରୁ ୫ଟି ଜିତିଛି ଏବଂ ପଏଣ୍ଟ ଟେବୁଲରେ ତୃତୀୟ ସ୍ଥାନରେ ଦଳ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri