ହେଉନି ଦାବି ପୂରଣ: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କରିବାକୁ ନିଷ୍ପତ୍ତି ନେଲେ କର୍ମୀ

ସୋରଡା,୨୦।୧୧(ଡି.ଏନ୍‌.ଏ.): ସୋମବାରଠାରୁ ବନ୍ଦ ରହିବ ସୋରଡ଼ା ବ୍ଲକର ୨୬ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଥିବା ୨୫୮ ଅଙ୍ଗନଓ୍ବାଡି କେନ୍ଦ୍ର । ପ୍ରଭାବିତ ହେବେ ୭ ହଜାରରୁ ଊଦ୍ଧର୍‌ବ ଶିଶୁ । ସରକାରଙ୍କୁ ବାରମ୍ବାର ଅଭିଯୋଗ ସତ୍ତ୍ୱେ ଅଙ୍ଗନଓ୍ବାଡି କର୍ମୀଙ୍କ ସମସ୍ୟାର ସମାଧାନ କରାଯାଉ ନ ଥିବାରୁ ଅଲ୍‌ ଓଡ଼ିଶା ଲେଡିଜ ୱାର୍କର ଆସୋସିଏଶନର ନିଷ୍ପତ୍ତି କ୍ରମେ ୨୫୮ ଅଙ୍ଗନଓ୍ବାଡି କର୍ମୀ ଓ ୨୫୮ ସହାୟିକା ସୋମବାର ଭୁବନେଶ୍ବରରେ ପହଞ୍ଚି ଧାରଣାରେ ବସିବେ ବୋଲି ଆସୋସିଏଶନ ପକ୍ଷରୁ କୁହାଯାଇଛି।
ସମସ୍ତ ବିଭାଗୀୟ କର୍ମଚାରୀଙ୍କୁ ଆବଶ୍ୟକ ସୁବିଧା ସୁଯୋଗ ମିଳୁଥିବା ବେଳେ ଅଙ୍ଗନଓ୍ବାଡି କର୍ମୀଙ୍କ ପ୍ରତି ସରକାର ବୈମାତୃକ ମନୋଭାବ ପ୍ରଦର୍ଶନ କରୁଥିବା କର୍ମୀମାନେ ଅଭିଯୋଗ କରିଛନ୍ତି। ଏପରି କି ଦେୟ ବୃଦ୍ଧି ଓ ଅବସରକାଳୀନ ସହାୟତା ରାଶି ବୃଦ୍ଧି କରିବାକୁ କର୍ମୀମାନେ ଦାବି କରିଛନ୍ତି। ସୋମବାରଠାରୁ ଅଙ୍ଗନଓ୍ବାଡି କେନ୍ଦ୍ରକୁ ଅନିର୍ଦ୍ଦିଷ୍ଟ କାଳ ବନ୍ଦ କରି ମଙ୍ଗଳବାରଠାରୁ ଶିଶୁ ବିକାଶ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବାକୁ ଅଙ୍ଗନଓ୍ବାଡି କର୍ମୀ କହିଛନ୍ତି। ଏହି ମର୍ମରେ ମୁଖ୍ୟମନ୍ତ୍ରୀ, ଶିଶୁ ବିକାଶ ମନ୍ତ୍ରୀ, ବିଭାଗୀୟ ନିର୍ଦ୍ଦେଶକ, ଜିଲାପାଳ, ଉପଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri