ବେଧଡ଼କ ଚାଲିଛି ଗୋଚାଲାଣ

କୁଆମରା,୯।୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲାର ବିଭିନ୍ନ ସାପ୍ତାହିକ ହାଟରୁ ପଡ଼ୋଶୀ ରାଜ୍ୟକୁ ଅବାଧରେ ଗୋରୁ ଚାଲାଣ କରାଯାଉଥିଲେ ମଧ୍ୟ ପ୍ରଶାସନ ନୀରବଦ୍ରଷ୍ଟା ସାଜିଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଉଦଳା, ବାଲିଯୋଡ଼ା ପ୍ରଭୃତି ହାଟରୁ ସପ୍ତାହର ଦୁଇ ଦିନ ଗୋରୁଙ୍କୁ ପଶ୍ଚିମବଙ୍ଗ କଂସେଇଖାନାକୁ ଦଲାଲଙ୍କ ସହାୟତାରେ ଚାଲାଣ କରାଯାଉଛି। ରାତ୍ରି ସମୟରେ ପିକଅପ ଭ୍ୟାନରେ ୮ରୁ ୧୦ଟି ଗୋରୁଙ୍କୁ ଭର୍ତ୍ତି କରି ନିଆଯାଉଛି। ଦିନ ବେଳା ଦଳଦଳ ହୋଇ ଗୋରୁଙ୍କୁ ଏକାଠି ବାନ୍ଧି ନିଆ ଯାଉଛି। କିଛି ଦିନ ତଳେ ଚାଲାଣ ବେଳେ କୁଆମରା ନିକଟରେ ୯୭ ଗୋରଙ୍କୁ ଉଦ୍ଧାର କରି ବାଲେଶ୍ୱର ଗୋଶାଳାକୁ ପଠାଯାଇଥିଲା। ସେହି ଦିନଠାରୁ ଗୋଚାଲଣ ବନ୍ଦ ହୋଇ ଯାଇଥିବା ବେଳେ ପୁଣି ଏବେ ସପ୍ତାହର ରାତି ବେଳା ଟ୍ରକ୍‌ରେ ନିଆ ଯାଉଛି। ଫାଣ୍ଡି ଓ ଥାନା ସମ୍ମୁଖ ଦେଇ ଗୋରୁ ଚାଲାଣ ହେଉଥିଲେ ମଧ୍ୟ ପୋଲିସ ନିରବ ଦ୍ରଷ୍ଟା ସାଜିଛି। ଫଳରେ ବେପାରୀ ଓ ଜନ ସାଧାରଣଙ୍କ ମଧ୍ୟରେ ତିକ୍ତତା ଦେଖାଦେଉଛି। ପ୍ରଶାସନ ଉଚିତ ପଦକ୍ଷେପ ନ ନେଲେ ଆଗାମୀ ଦିନରେ ଲୋକେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୪।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ  ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ ଠାବ କରାଯାଇଛି। ଏହି…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ଘୁମୁସର ବିକାଶ ପରିଷଦ ବୈଠକ, ଜିଲା ଅନ୍ଦୋଳନକୁ ତ୍ୱରାନ୍ୱିତ କରିବା….

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ବରିଷ୍ଠ ଆଇନଜୀବୀ ସୋମନାଥ ନାୟକଙ୍କ ବାସଭବନରେ ରବିବାର ଘୁମୁସର ବିକାଶ ପରିଷଦର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri