ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର ପର୍ଯ୍ୟନ୍ତ ଅର୍ଥାତ ଦାରିଙ୍ଗବାଡିରୁ ସିଆଙ୍ଗବାଲି ପର୍ଯ୍ୟନ୍ତ ଯାତାୟାତ କରୁଥିବା ମୁଖ୍ୟମନ୍ତ୍ରୀ ବସ ସେବା ଅଞ୍ଚଳରେ ଲୋକଙ୍କୁ ସଠିକ ଭାବେ ମିଳୁନାହିଁ। ସିଆଙ୍ଗବାଲିଠାରୁ ଆଉ ଅଢେଇ କିମି କୁସିପାଙ୍କା ଗ୍ରାମ ପର୍ଯ୍ୟନ୍ତ ବସଟି ଚଳାଚଳ କଲେ ଅଞ୍ଚଳର ଲୋକ ମାନେ ସ୍ବାସ୍ଥ୍ୟସେବା ସହ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟକୁ ସୁବିଧାରେ ଯାତାୟାତ କରିପାରିବେ।

ସେହିପରି ଉକ୍ତ ଅଞ୍ଚଳରୁ ଛାତ୍ରୀଛାତ୍ରମାନେ ଦାରିଙ୍ଗବାଡିକୁ ଓଡିଶା ଆଦର୍ଶ ବିଦ୍ୟାଳୟ, କଲେଜ ଆଦିକୁ ପଢିବା ପାଇଁ ଯାତାୟାତ କରୁଛନ୍ତି। ଅଟୋ ଭଡା କରି ଅଧିକା ଖର୍ଚ୍ଚାନ୍ତ ହେଉଥିବା ଗ୍ରାମବାସୀ ବାରମ୍ବାର ସ୍ଥାନୀୟ ପ୍ରଶାସନ ନିକଟରେ ଦାବି କରିଆସିଥିଲେ ମଧ୍ୟ କେବଳ ପ୍ରତିଶ୍ରୁତି ମିଳୁଛି। କିନ୍ତୁ କୌଣସି ସୁଫଳ ମିଳୁନାହିଁ।

ତେଣୁ ସିଆଙ୍ଗବାଲି ନୁହେଁ କୁସିପାଙ୍କା ପର୍ଯ୍ୟନ୍ତ ବସ ଚଳାଚଳ ନ କରିବା ପର୍ଯ୍ୟନ୍ତ ଆମେ ଏଠାରେ ବସକୁ ଅଟକାଇ ରଖି ବିକ୍ଷୋଭ କରିବୁ ବୋଲି ଗ୍ରାମର ସେବିତା ପ୍ରଧାନ, ନାଏବ ସରପଞ୍ଚ ମେନକା ପ୍ରଧାନ, ଲୁନୀ ପ୍ରଧାନ, ମୋସେସ ପ୍ରଧାନ, ଅଜୟ ପ୍ରଧାନ, ସୂର୍ଯ୍ୟକାନ୍ତି ପ୍ରଧାନ ପ୍ରମୁଖ କହିଛନ୍ତି ଖବର ଲେଖିବା ସୁଦ୍ଧା ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ ବସ ସେବାର କୌଣସି ଅଧିକାରୀ କିମ୍ବା ବିଡ଼ିଓ ପହଞ୍ଚି ନ ଥିବା ଜଣାପଡିଛି ଆନ୍ଦୋଳନ ଅବ୍ୟାହତ ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ଇଏ କି ଭକ୍ତ-୨

ଗଣେଶ ପୂଜାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଓଡ଼ିଶାର ଖୋର୍ଦ୍ଧା ଜିଲାର ଜଟଣୀରେ ୨୬ ସେପ୍ଟେମ୍ବରରେ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା ଚାଲୁଥିବା ବେଳେ ଏକ ବ୍ୟାଙ୍କ୍‌ର ତାଜା…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?