ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାର୍ଯ୍ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ ମା’ ସମଲେଶ୍ୱରୀଙ୍କ ପବିତ୍ର ପୀଠ ପରିସରରେ ମଦ ଓ ମାଂସର ଆସର ଭଳି ଅପବିତ୍ର କାର୍ଯ୍ୟକୁ ନେଇ ବଢ଼ିଛି ଅସନ୍ତୋଷ। ମନ୍ଦିରର ଦୀପଘର ପଛପଟେ ଥିବା ଦହନା ବଗିଚା ସଂଲଗ୍ନ ସ୍ଥାନରୁ ଶହଶହ ମଦ ବୋତଲ, ଖଲି, ଦନା, ଆମିଷ ରୋଷେଇ ପାଇଁ ଆବଶ୍ୟକ ମସଲା ହଳଦୀ ଭଳି ସାମଗ୍ରୀର ଅବଶେଷ ଓ ପ୍ୟାକେଟ୍‌, ମାଂସ କାଟିବା କାଠଗଣ୍ଡି, ରୋଷେଇରେ ବ୍ୟବହୃତ ଚୁଲି ଦେଖିବାକୁ ମିଳିଛି। ଚୈତ୍ର ଓ ଦଶହରା ଭଳି ପର୍ବ ସମୟରେ ଯେଉଁଠି ଲୋକେ ନିଜର ମାନସିକ ଦୀପ ପ୍ରଜ୍ଜ୍ୱଳନ କରିଥାନ୍ତି, ସେହି ଦୀପଘର ପାଖରେ ଏଭଳି ଅଧର୍ମ କାର୍ଯ୍ୟକୁ କେହି ସହଜରେ ଗ୍ରହଣ କରି ପାରୁନାହାନ୍ତି। ତେବେ ଆଶ୍ଚର୍ଯ୍ୟର କଥା ଯେଉଁ ଦହନା ବଗିଚାର ତୁଳସୀ ମା’ଙ୍କ ସେବା ପାଇଁ ବ୍ୟବହାର ହୁଏ, ସେହି ଅଞ୍ଚଳରେ ଉକ୍ତ ସାମଗ୍ରୀ ସବୁ ରହିଛି। ଯାହା ମନ୍ଦିରର ସୁରକ୍ଷା ବ୍ୟବସ୍ଥାକୁ ନେଇ ଏକ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି। ମନ୍ଦିର ପରିସରରେ ଚାରିଆଡ଼େ ସୁରକ୍ଷା କର୍ମୀ ମୁତୟନ ଥିବା ସତ୍ତ୍ୱେ କିଭଳି ଦିନ ଦ୍ୱିପ୍ରହରରେ ଏଠାରେ ମଦ ମାଂସର ଆସର ଚାଲିଲା ତାହା ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସହ ସମଗ୍ର ସମ୍ବଲପୁରବାସୀଙ୍କ ଭାବନାକୁ ଗଭୀର ଆଘାତ ଦେଇଛି। ଲୋକେ ଏହି ଘଟଣାକୁ ତୀବ୍ର ସମୋଲୋଚନା କରିବା ସହିତ ମନ୍ଦିର ପ୍ରଶାସନ ଓ ମନ୍ଦିର ସୁରକ୍ଷା ଦାୟିତ୍ୱରେ ଥିବା ସଂସ୍ଥାର କାର୍ଯ୍ୟ ଦକ୍ଷତାକୁ ନେଇ ପ୍ରଶ୍ନ କରିଛନ୍ତି। ଏହି ଘଟଣାର ତୁରନ୍ତ ତଦନ୍ତ କରି ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି। ଏହାକୁ ଗମ୍ଭିରତାର ସହିତ ନେଇ ସମ୍ବଲପୁର ମହାନଗର ନିଗମ(ଏସ୍‌ଏମ୍‌ସି) ଆୟୁକ୍ତ ରେହାନ ଖତ୍ରୀ ଘଟଣାର ତଦନ୍ତ ପୂର୍ବକ ସୁରକ୍ଷା ଦାୟିତ୍ୱରେ ଥିବା ସଂସ୍ଥାକୁ କାରଣ ଦର୍ଶାଅ ନୋଟିସ ଜାରି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଅନୁସନ୍ଧାନ କରୁଥିବା ଏସ୍‌ଏମ୍‌ସି ଉପାୟୁକ୍ତ ସୁଶାନ୍ତ କୁମାର ସାହୁ ଏନେଇ ସୂଚନା ଦେଇଛନ୍ତି। ଏହାସହ ସେ ପୋଲିସକୁ ମଧ୍ୟ ମନ୍ଦିର ପରିସରରେ ସୁରକ୍ଷା ପ୍ରତି ଦୃଷ୍ଟି ଦେବାକୁ ପରାମର୍ଶ ଦେଇଛନ୍ତି। ଅପରପକ୍ଷରେ ଏହି ଘଟଣାକୁ ନେଇ ଉଭୟ ମନ୍ଦିର ସେବାୟତ ଓ ସୁରକ୍ଷା ସଂସ୍ଥା ପକ୍ଷରୁ ପରସ୍ପର ଦୋଷାରୋପ ଯୋଗୁ ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିବା ଘଟଣା ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିବା ଦେଖିବାକୁ ମିଳିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?