ନିଆଳିରେ ପୁଣି ଅଜଣା ଜନ୍ତୁ ଆତଙ୍କ

ନିଆଳି,୩।୪(ଡି.ଏନ.ଏ.): କଟକ ଜିଲା ନିଆଳି ଅଞ୍ଚଳରେ ପୁଣି ଅଜଣା ଜନ୍ତୁ ଆତଙ୍କ ଦେଖାଦେଇଛି। ଗୁରୁବାର ରାତିରେ ଅଜଣା ଜନ୍ତୁ ଆକ୍ରମଣରେ ନିଆଳି ବ୍ଲକ ଅନ୍ତର୍ଗତ ତିହୁଡି ପଞ୍ଚୟତ ବାଘମରା ଗ୍ରାମର ବିରଞ୍ଚତ୍ ଦାସଙ୍କ ଗୁହାଳରେ ଥିବା ୧୦ଟି ମେଣ୍ଢାଙ୍କ ମୃତ୍ୟୁ ଘଟିଥିବାବେଳେ ୭ ଗୁରୁତର ହୋଇଛନ୍ତି। ଶୁକ୍ରବାର ସକାଳେ ଖବରପାଇ ଜଙ୍ଗଲ ବିଭାଗ ଅଧିକାରୀ ପ୍ରଶାନ୍ତ କୁମାର ପଣ୍ଡା, କଟକ ଏସ୍‌ସିଏଫ୍‌ ଓ ଫୁଲନଖରା ରେଞ୍ଜର ରବୀନ୍ଦ୍ର କୁମାର ନାୟକ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ପରେ ଉପରିସ୍ଥ ଅଧିକାରୀଙ୍କ ସହ ଆଲୋଚନା କରି କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ପ୍ରଦାନ କରାଯିବ ବୋଲି ପଣ୍ଡା କହିଛନ୍ତି। ପ୍ରାଣୀମାନଙ୍କ ସୁରକ୍ଷା ପାଇଁ ରାତ୍ରି ପାଟ୍ରୋଲିଂ ହେବ ବୋଲି ସେ ସୂଚନା ଦେଇଛନ୍ତି।
ଏହି ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ମେଣ୍ଢାପାଳନ କରୁଥିବା ଚାଷୀମାନେ ଆତଙ୍କିତ ହୋଇପଡିଛନ୍ତି। ସରକାର ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେଇ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ଅଜଣା ଜନ୍ତୁକୁ ଧରିବା ସହ କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦେବାକୁ ଦାବି ହୋଇଛି।
ନଚେତ ଆଗାମୀ ଦିନରେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବେ ବୋଲି ମେଣ୍ଢା ପାଳନ କରିଥିବା ଚାଷୀମାନେ ଚେତାବନୀ ଦେଇଛନ୍ତି। ସୂଚନାଯୋଗ୍ୟ, ୨ ବର୍ଷ ତଳେ ଉକ୍ତ ଅଞ୍ଚଳରେ ଅଜଣା ଜନ୍ତୁ ଆକ୍ରମଣରେ ବହୁସଂଖ୍ୟକ ମେଣ୍ଢାଙ୍କ ମୃତ୍ୟୁ ଘଟିଥିଲା। ଏଥିପାଇଁ ମେଣ୍ଢା ପାଳନ କରିଥିବା ଚାଷୀମାନଙ୍କୁ ବହୁ କ୍ଷତି ସହିବାକୁ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri