ଦିଗପହଣ୍ଡିରେ ଚାଞ୍ଚଲ୍ୟ: ନଦୀ ଆନିକଟରୁ ମିଳିଲା ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ ବଡପଦାର ଶ୍ରୀ ଉଦୟନାଥେଶ୍ବର ଶୈବପୀଠ ପାର୍ଶ୍ୱରେ ଯାଇଥିବା ରାମନଦୀ ଆନିକଟରୁ ଏକ ମୃତଦେହ ମିଳିଛି। ରୁ କେ . ନୂଆଗାଁ ପୋଲିସ ଶନିବାର ଜଣେ ନାଲି ସର୍ଟ ପିନ୍ଧିଥିବା ଅଚିହ୍ନା ବ୍ୟକ୍ତିଙ୍କ ଉଲଗ୍ନ ମୃତଦେହ ଜବତ କରଛି । ତାଙ୍କୁ କେହି ହତ୍ୟା କରିବା ପରେ ନଦୀ ମଧ୍ୟକୁ ଫୋପାଡି ଦେଇଥିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି। ମୃତକ ଜଣକ କେଉଁ ଅଞ୍ଚଳର ଏବଂ ତାଙ୍କ ମୃତଦେହ ନଦୀ ମଧ୍ୟକୁ ଆସିଲା କେମିତି ସେ ନେଇ ବିଭିନ୍ନ ଦିଗରୁ ତଦନ୍ତ ଚାଲିଥିବା ଆଇଆଇସି କିଶୋର କୁମାର ସାମଲ କହିଛନ୍ତି। ମୃତ ବ୍ୟକ୍ତିଙ୍କ ବୟସ ପ୍ରାୟ ୫୦ ବର୍ଷ ପାଖାପାଖି ହେବ। ଗଜପତି ଜିଲାର କେଉଁ ଅଞ୍ଚଳରୁ ମୃତଦେହ ଟି ଭାସି ଆସି ରାମ ନଦୀ ଆନିକଟରେ ଲାଗିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଶୈବପୀଠର ପରିଚାଳନା କମିଟି ସଭାପତି ବିଶନାଥ ଜାନିଙ୍କ ଏତଲା କ୍ରମେ ଥାନାରେ ଅପମୃତ୍ୟୁ ମାମଲା ନଂ.୧୨/୨୫ ଅନୁଯାୟୀ ବ୍ୟବଚ୍ଛେଦ ନିମନ୍ତେ ମୃତଦେହକୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇ ଦିଆଯାଇଛି।ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ମିଳିବ କି ପ୍ୟାଟରନିଟି ଲିଭ୍? ସୁପ୍ରିମକୋର୍ଟ କହିଲେ ବାପାର ଭୂମିକାକୁ…

ନୂଆଦିଲ୍ଲୀ,୧୮।୩; ଦେଶର ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ର ସରକାରଙ୍କୁ ପ୍ୟାଟରନିଟି ଲିଭକୁ ସାମାଜିକ ସୁରକ୍ଷା ଲାଭ ଭାବରେ ମାନ୍ୟତା ଦେବା ପାଇଁ ଆଇନ ପ୍ରଣୟନ କରିବା ବିଷୟରେ ବିଚାର କରିବାକୁ…

ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…

ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ…

ଟେନସନ୍ ଶେଷ! କମର୍ସିଆଲ ଗ୍ୟାସ ସିଲିଣ୍ଡର ନେଇ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଏହି ରାଜ୍ୟକୁ ମିଳିବ…

ନୂଆଦିଲ୍ଲୀ,୧୮।୩; ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଦେଶରେ LPG ଏବଂ ତେଲ ସଙ୍କଟ ଦେଖାଯାଇଛି । ଏହାରି ଭିତରେ ସରକାର ଆଜି ବଡ଼ ନିଷ୍ପତ୍ତି ନେଇଛନ୍ତି । ସରକାର ସ୍ପଷ୍ଟ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର…

କାଳବୈଶାଖୀ: ବର୍ଷା ସହ କୁଆପଥର ମାଡ଼

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ, ବରାଡଙ୍ଗା, ଆମପାଣି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ରାସ୍ତାରେ…

ଇରାନକୁ ସାହାଯ୍ୟର ହାତ ବଢାଇଲା ଭାରତ, ଯୁଦ୍ଧ ପାଇଁ ପଠାଇଲା…ଚମକି ପଡିଲା ଆମେରିକା!

ନୂଆଦିଲ୍‌ଲୀ,୧୮।୩: ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି। ଭାରତରୁ ଚିକିତ୍ସା ସହାୟତାର ପ୍ରଥମ ପଠାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri