ତାଲିବାନ୍‌ ଶିବିର ଉପରେ ଅଜ୍ଞାତ ବିମାନରୁ ବୋମା ମାଡ଼…

କାବୁଲ,୭।୯: ଆଫଗାନିସ୍ତାନରେ ତାଲିବାନ୍‌ ଏବଂ ନର୍ଦନ ଆଲାଇନ୍ସ ମଧ୍ୟରେ ରକ୍ତାକ୍ତ ଯୁଦ୍ଧ ଚାଲିଛି। ପଞ୍ଜଶିରରେ ଦଖଲ କରିବା ସତ୍ତ୍ୱେ ଯୁଦ୍ଧ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ। ଏପରିସ୍ଥଳେ ଏକ ଅଜ୍ଞାତ ବିମାନ ଦ୍ୱାରା ତାଲିବାନ୍‌ ଶିବିର ଉପରେ ବୋମାମାଡ଼ ହୋଇଛି। ବିମାନ ଦ୍ୱାରା କିଏ ଏହି ଆକ୍ରମଣ କରିଛି ତାହା ଏପର୍ଯ୍ୟନ୍ତ ଜଣା ପଡିନାହିଁ। ନର୍ଦନ ଆଲାଏନ୍ସ କହିଛି ଶେଷ ରକ୍ତ ବିନ୍ଦୁ ଥିଲା ପର୍ଯ୍ୟନ୍ତ ତାଲିବାନ୍‌ ସହିତ ଯୁଦ୍ଧ ଜାରି ରହିବ।

ପଞ୍ଜଶିରରେ ଗରିଲା ଯୁଦ୍ଧ ଆରମ୍ଭ ହୋଇଥିବା ସ୍ଥାନୀୟ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ରିପୋର୍ଟ ପ୍ରକାଶ ପାଇଛି। ପାକିସ୍ତାନ ପରୋକ୍ଷରେ ଯୁଦ୍ଧବିମାନରୁ ବୋମାମାଡ଼ କରି ପଞ୍ଜଶିରରୁ ନର୍ଦନ ଆଲାଇନ୍ସକୁ ହଟାଇବାରେ ସାହାଯ୍ୟ କରୁଛି।

ନର୍ଦନ ଆଲାଏନ୍ସ କହିଛି ଯେ ପାକିସ୍ତାନୀ ଯୁଦ୍ଧବିମାନକୁ ତୋପ ମାଡ଼କରି ଖସାଇ ଦିଆଯାଇଛି। ଇତିମଧ୍ୟରେ ଦେଶରେ ସରକାର ଗଠନ ପାଇଁ ତାଲିବାନ୍‌ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ସରକାର ଗଠନ ୯/୧୧ରେ କରାଯିବ ବୋଲି ଆଲୋଚନା ହେଉଛି। ମାତ୍ର ଏନେଇ କୌଣସି ସଠିକ ସୂଚନା ମିଳି ପାରିନାହିଁି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri