Posted inଜାତୀୟ

ଲୋକ ସଭା ନିର୍ବାଚନ ପୂର୍ବରୁ ୟୁସିସି ଲାଗୁ ହେବା ସମ୍ଭାବନା କମ

ନୂଆଦିଲ୍ଲୀ,୩୧।୭: ଆସନ୍ତା ବର୍ଷ ଅର୍ଥାତ୍‌ ୨୦୨୪ରେ ହେବାକୁ ଯାଉଥିବା ଲୋକ ସଭା ନିର୍ବାଚନ ପୂର୍ବରୁ ସମାନ ନାଗରିକ ସଂହିତା(ୟୁସିସି)କୁ ନେଇ ଖୁବ ଚର୍ଚ୍ଚା ଚାଲିଛି। ଯଦିଓ ଲୋକେ ଏହି ୟୁନିଫର୍ମ ସିଭିଲ କୋର୍ଡକୁ ନେଇ ଅଧିକ କିଛି ଜାଣି ନାହାନ୍ତି। ହେଲେ ପ୍ରତିଟି ବ୍ୟକ୍ତିଙ୍କ ମୁହଁରେ ଏହା ଶୁଣିବାକୁ ମିଳୁଛି। ବର୍ତ୍ତମାନ କୁହାଯାଉଛି ଯେ ଭାଜପା ମଧ୍ୟ ଚାହୁଁଛି ଯେ ୨୦୨୪ ପର୍ଯ୍ୟନ୍ତ ଏହି ପ୍ରସଙ୍ଗ ଉଷ୍ମ ରହିବ ଏବଂ ଦଳ ଏଥିରୁ ଉପକୃତ ହେବ। ତେବେ ନିର୍ବାଚନ ପୂର୍ବରୁ ଏହାକୁ କାର୍ଯ୍ୟକାରୀ କରିବାର କୌଣସି ସମ୍ଭାବନା ନାହିଁ।
ଇଣ୍ଡିଆନ ଏକ୍ସପ୍ରେସରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ସରକାର ବର୍ତ୍ତମାନ ୟୁନିଫର୍ମ ସିଭିଲ କୋଡ ଉପରେ ଆଗକୁ ବଢିବାକୁ ଚାହୁଁନାହାଁନ୍ତି। ଧାରା ୩୭୦ ରଦ୍ଦ ହେବା ଏବଂ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପରେ ୟୁସିସି ଭାଜପାର ଆଦର୍ଶଗତ କାର୍ଯ୍ୟସୂଚୀରେ ଶେଷ ଥିବାରୁ ସରକାର ଏବଂ ଦଳ ସୂତ୍ରରୁ ପ୍ରକାଶ ଯେ ଦଳ ଏହି ପ୍ରସଙ୍ଗକୁ କିଛି ବର୍ଷ ପାଇଁ ରାଜନୈତିକ ଆଲୋଚନାରେ ରଖିବ।
ସୂଚନାଯୋଗ୍ୟ, ଜୁନ ୨୮ରେ ମଧ୍ୟପ୍ରଦେଶର ଭୋପାଳରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁନିଫର୍ମ ସିଭିଲ କୋଡ ବିଷୟରେ ଉଲ୍ଲେଖ କରିଥିଲେ ଏବଂ ଦେଶରେ ଏହାକୁ କାର୍ଯ୍ୟକାରୀ କରିବା ବିଷୟରେ କହିଥିଲେ। ସେବେଠାରୁ ଏହି ପ୍ରସଙ୍ଗ ନିରନ୍ତର ଆଲୋଚନାରେ ରହିଆସିଛି। ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ପରେ ଲୋକମାନେ ଅନୁମାନ କରୁଥିଲେ ଯେ ଦେଶରେ ୟୁସିସି ଶୀଘ୍ର କାର୍ଯ୍ୟକାରୀ ହୋଇପାରିବ, କିନ୍ତୁ ବର୍ତ୍ତମାନ ସମୟରେ ଏହା ଘଟିବ ନାହିଁ। ଦଳ ଏବଂ ସମସ୍ତ ବଡ ଅଧିକାରୀ କହିଛନ୍ତି ଯେ ୟୁସିସି କାର୍ଯ୍ୟକାରୀ କରିବା ଏତେ ସହଜ ନୁହେଁ, ଏଥିପାଇଁ ସମସ୍ତ ବିଭାଗର ଲୋକଙ୍କ ପାଇଁ ଏକ ବୃହତ ପରିମାଣର ଅନୁସନ୍ଧାନ ଏବଂ ପରାମର୍ଶ ଆବଶ୍ୟକ। ସେଥିପାଇଁ ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ୟୁସିସି କାର୍ଯ୍ୟକାରୀ ହେବାର ସମ୍ଭାବନା ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ଏବେ ଅଭିଜିତ ଦୀପକେଙ୍କ ମିଶି କ’ଣ କରିବାକୁ ଯାଉଛନ୍ତି ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ସେପ୍ଟେମ୍ବର ୧୯…

ନୂଆଦିଲ୍ଲୀ,୧୨।୯: ଲଦାଖରେ ସେପ୍ଟେମ୍ବର ୧୯ରୁ ହେବାକୁ ଥିବା ସୋନମ ୱାଙ୍ଗଚୁକଙ୍କ ପଦଯାତ୍ରାକୁ ନେଇ ଏବେ ପ୍ରତିକ୍ରିୟା ଆସିଛି। ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?