ସାରା ଦେଶରେ ପୋଲିସ ପାଇଁ ସମାନ ପୋଷାକ

ଭୁବନେଶ୍ୱର,୩୧ା୧୦(ରବିନାରାୟଣ ଜେନା): ସାରା ଦେଶରେ ପୋଲିସ ସେବାରେ କାର୍ଯ୍ୟରତ କନଷ୍ଟେବଲଙ୍କଠାରୁ ଆରମ୍ଭ କରି ଡିଏସ୍‌ପିଙ୍କ ପର୍ଯ୍ୟନ୍ତ ଗୋଟିଏ ପ୍ରକାର ପୋଷାକ ପିନ୍ଧିବେ। କେନ୍ଦ୍ର ସରକାରଙ୍କ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏନେଇ ବିଧିବଦ୍ଧ ନିଷ୍ପତ୍ତି ଗ୍ରହଣ କରାଯାଇଛି। ନିଷ୍ପତ୍ତିକ୍ରମେ ମଙ୍ଗଳବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏସ୍‌ପି କେ.ଏଲ. ପୁରୀ ଓଡ଼ିଶା ସମେତ ୧୬ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ପୋଲିସ ମହାନିର୍ଦ୍ଦେଶକଙ୍କୁ ପତ୍ର ଲେଖି ଅବଗତ କରାଇଛନ୍ତି।
ପୁରୀ ପତ୍ରରେ ଦର୍ଶାଇଛନ୍ତି, ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସାରା ଦେଶରେ ଏକକ ଡ୍ରେସ୍‌ କୋଡ୍‌(ୟୁନିଫର୍ମ) ନୀତି ଆପଣା ଯିବାକୁ ନିଷ୍ପତ୍ତି ହୋଇଛି। ଏହାକୁ ନେଇ ୨୦୨୫ ମେ’୨୨ରେ ସମସ୍ତ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପୋଲିସ ମହାନିର୍ଦ୍ଦେଶକଙ୍କୁ ଅବଗତ କରାଯାଇଥିଲା। ହେଲେ ଏପର୍ଯ୍ୟନ୍ତ ମନ୍ତ୍ରଣାଳୟ ପକ୍ଷରୁ ଲୋଡ଼ା ଯାଇଥିବା ତଥ୍ୟ ମିଳିନାହିଁ। ଏହିକ୍ରମରେ ଆସନ୍ତା ନଭେମ୍ବର ୪ ତାରିଖ ସୁଦ୍ଧା ମନ୍ତ୍ରଣାଳୟ ପକ୍ଷରୁ ଲୋଡ଼ା ଯାଇଥିବା ତଥ୍ୟ ତୁରନ୍ତ ପ୍ରଦାନ କରିବାକୁ ହେବ। ସେଥିମଧ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ କେତେ ପରିମାଣର ଡ୍ରେସ୍‌ ଆବଶ୍ୟକ ତାହା ଜଣାଇବାକୁ ହେବ। ଏହାସହିତ ବର୍ତ୍ତମାନ କନଷ୍ଟେବଲଙ୍କଠାରୁ ଆରମ୍ଭ କରି ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଅଫ୍‌ ପୋଲିସ(ଡିଏସ୍‌ପି) ପର୍ଯ୍ୟନ୍ତ କର୍ମଚାରୀ ଓ ଅଧିକାରୀଙ୍କୁ କେତେ ଲେଖାଏ ଆଲାଉନ୍ସ ପ୍ରଦାନ କରାଯାଉଛି ତାହାର ବିବରଣୀ ଦେବାକୁ ହେବ। ବିଶେଷକରି ଗୋଟିଏ ହଳ ପୋଷାକ ପାଇଁ ହାରାହାରି କେତେ ଟଙ୍କା ପଡୁଛି ତାହା ଜଣାଇବାକୁ ମନ୍ତ୍ରଣାଳୟ ପକ୍ଷରୁ ଏସ୍‌ପି ପତ୍ରରେ ଦର୍ଶାଇଛନ୍ତି। ତେବେ ସାରା ଦେଶରେ ଏହି ଏକକ ପୋଷାକ ନୀତି କାର୍ଯ୍ୟକାରୀ ହେବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବାବେଳେ ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ୧୬ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ତଥ୍ୟ ମଗାଯାଇଛି। ସେଥିମଧ୍ୟରେ ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ, ଆସାମ, ଗୋଆ, ହିମାଚଳ ପ୍ରଦେଶ, ଝାଡ଼ଖଣ୍ଡ, କେରଳ, ମଣିପୁର, ମେଘାଳୟ, ନାଗାଲାଣ୍ଡ, ଓଡ଼ିଶା, ସିକ୍କିମ, ତେଲଙ୍ଗାନା, ତ୍ରିପୁରା, ଉତ୍ତରାଖଣ୍ଡ ଓ ପଶ୍ଚିମବଙ୍ଗ ରହିଛି।

Dharitri – Odisha’s No.1 Trusted Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri