ୟୁନିଫର୍ମ ପଲିସି ସରଳୀକରଣ ସହ ଚିଠା ଅନୁମୋଦିତ

ପୁରୀ ଅଫିସ, ୧୮ା୧: ଶ୍ରୀମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଲ୍ୟାଣ୍ଡ ସବ୍‌ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଅଧ୍ୟକ୍ଷତା କରିଥିଲେ। ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ, ଏଏସ୍‌ଆଇ ଅଧିକାରୀ, ଶ୍ରୀମନ୍ଦିର ପ୍ରଶାସନର ରାଜସ୍ବ ପ୍ରଶାସକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ। ଦୀର୍ଘବର୍ଷ ଧରି ମହାପ୍ରଭୁଙ୍କ ଜମିଜମା ପ୍ରସଙ୍ଗ ସମାଧାନ ହୋଇପାରିନାହିଁ। ତେଣୁ ୟୁନିଫର୍ମ ପଲିସି ମାଧ୍ୟମରେ ପ୍ରଜା ତଥା ଜମି ଦାବିଦାରମାନେ କିପରି ମହାପ୍ରଭୁଙ୍କ ଜମିର ଏନ୍‌ଓସି ପାଇପାରିବେ ଓ ସମସ୍ୟାର ସମାଧାନ ହୋଇପାରିବ ସେ ନେଇ ବୈଠକରେ ଆଲୋଚନା ହୋଇଥିଲା। ରାଜ୍ୟ ସରକାରଙ୍କ ପକ୍ଷରୁ କ୍ୟାବିନେଟରେ ଶ୍ରୀମନ୍ଦିର ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ରୁଲ୍‌ ଅନୁଯାୟୀ ୟୁନିଫର୍ମ ପଲିସିରେ ଥିବା ଜଟିଳତାକୁ ସରଳୀକରଣ କରିବା ପାଇଁ ନିର୍ଦ୍ଦେଶ ରହିଥିଲା। ତେଣୁ ବୈଠକରେ ୟୁନିଫର୍ମ ପଲିସିରେ ସରଳୀକରଣ କରାଯିବା ସହ ଏକ ଚିଠା ଅନୁମୋଦନ କରାଯାଇଛି। ମହାପ୍ରଭୁଙ୍କ ଜମିରେ ୩୦ବର୍ଷରୁ ଅଧିକ ସମୟ ଦଖଲରେ ଥିଲେ ଏକର ୬ଲକ୍ଷ ଟଙ୍କା ହିସାବରେ ୧୦ ପ୍ରତିଶତ ଅର୍ଥ ଦେବାକୁ ହେବ। ୨୦ରୁ ୩୦ ବର୍ଷ ମଧ୍ୟରେ ଦଖଲରେ ଥିଲେ ଏକର ପିଛା ୯ ଲକ୍ଷ ହିସାବରେ ୧୦ ପ୍ରତିଶତ ଏବଂ ୧୨ରୁ ୨୦ ବର୍ଷ ଭିତରେ ଥିଲେ ଏକରକୁ ୧୫ ଲକ୍ଷ ହିସାବରେ ୨୫ ପ୍ରତିଶତ ଅର୍ଥ ଦେବାକୁ ପଡ଼ିବ। ସେହିପରି ଦଖଲ ସମୟ ୧୨ ବର୍ଷରୁ କମ ହୋଇଥିଲେ ସରକାରୀ ଦରରେ ଅର୍ଥ ପୈଠ କରିବାକୁ ହେବ। ଆବେଦନର ୧ବର୍ଷ ମଧ୍ୟରେ ପଟ୍ଟା ମିଳିବ। ୯୦ ଦିନ ମଧ୍ୟରେ ଧାର୍ଯ୍ୟ ଅର୍ଥ ରାଶି ପୈଠ କରିବେ। ଆବେଦନର ଫଇସଲା ପାଇଁ ଜିଲାପାଳ, ପରିଚାଳନା କମିଟି ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଦାୟିତ୍ୱ ଦିଆଯାଇଛି। ୫ ଏକରରୁ ଅଧିକ ହୋଇଥିଲେ ରାଜ୍ୟ ସରକାର ଆବେଦନର ଫଇସଲା କରିବେ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି। ଖୁବ୍‌ଶୀଘ୍ର ପରିଚାଳନା କମିଟିରେ ଏ ନେଇ ଆଲୋଚନା କରାଯିବ। ଏହି ନିଷ୍ପତ୍ତିକୁ ଶ୍ରୀମନ୍ଦିର ପରିଚାଳନା କମିଟିକୁ ପଠାଯିବ। ସେଠାରେ ତାହା ପାରିତ ହେବା ପରେ ରାଜ୍ୟ ସରକାରଙ୍କ ନିକଟକୁ ପଠାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଦୀର୍ଘଦିନ ଧରି ଲାଗିରହିଥିବା ଜମିଜମା ସମସ୍ୟା ଦୂର ହୋଇପାରିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri