ଆରମ୍ଭରୁ ଅଚଳ ଆଲୋକୀକରଣ

ଢେଙ୍କାନାଳ ଅଫିସ, ୪ ।୨ ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ହାସଲ କରିଥିବା ପ୍ରସିଦ୍ଧ ଶୈବକ୍ଷେତ୍ର କପିଳାସରେ ଫେଲ୍‌ ମାରିଛି ଉଜ୍ଜ୍ୱଳ ଆଲୋକୀକରଣ ବ୍ୟବସ୍ଥା। ୨୦୨୧ ମାର୍ଚ୍ଚ ୧୧ ଜାଗରଯାତ୍ରା ଅବସରରେ ୧୪ ବିଦ୍ୟୁତ୍‌ ଖୁଣ୍ଟରେ ଏଲ୍‌ଇଡି ଲାଇଟ୍‌ ଲଗାଯାଇଥିବାବେଳେ ଏହା ଜଳୁନାହିଁ। ଫଳରେ କପିଳାସ ବିକାଶ ପାଇଁ ଦେବୋତ୍ତର ବିଭାଗ ଓ ପ୍ରଶାସନ ପକ୍ଷରୁ କରାଯାଇଥିବା ଉଦ୍ୟମ କେବଳ ଲୋକଦେଖାଣିଆ ବୋଲି ସାଧାରଣରେ ଆଲୋଚନା ହେଉଛି ା
କପିଳାସ ପୀଠରେ ଆଖି ଝଲସାଇ ଦେବା ଭଳି ଆଲୋକୀକରଣ କରାଯିବ। ପର୍ଯ୍ୟଟକମାନେ ସୁଖଦ ଅନୁଭୂତି ସାଉଁଟିବେ। ଜାଗର ଯାତ୍ରାରେ ଶ୍ରଦ୍ଧାଳୁ ଭୋଗୁଥିବା ସମସ୍ୟାର ସମାଧାନ ହେବ। ଏଭଳି ମହତ୍‌ ଉଦ୍ଦେଶ୍ୟ ରଖି ଗତବର୍ଷ ମାର୍ଚ୍ଚ ୨୧ରେ ପୀଠ ନିକଟ ପୂର୍ତ୍ତ ବିଭାଗ ଡାକବଙ୍ଗଳା-ନାରାୟଣ ମନ୍ଦିର-କାଶୀ ବିଶ୍ୱନାଥ ମନ୍ଦିର-ଧର୍ମଶାଳାକୁ ସଂଯୋଗ କରୁଥିବା ରାସ୍ତାରେ ୧୪ ଖୁଣ୍ଟ ପୋତାଯାଇ ଉଜ୍ଜ୍ୱଳ ଆଲୋକ ବ୍ୟବସ୍ଥା କରାଯାଇଥିଲା। ତେବେ ଦେବୋତ୍ତର ବିଭାଗ ପକ୍ଷରୁ ବିଦ୍ୟୁତ୍‌ ବିଭାଗକୁ ଏ ବାବଦରେ ୨୫ ହଜାର ଟଙ୍କା ସିକ୍ୟୁରିଟି ଡିପୋଜିଟ୍‌ ଦିଆଯାଇ ନ ଥିବାରୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇ ନ ଥିଲା। ବାରମ୍ବାର ଦୃଷ୍ଟି ଆକର୍ଷଣ କରାଯିବା ପରେ ଗତ ସପ୍ତାହରେ ସିକ୍ୟୁରିଟି ଟଙ୍କା ଦିଆଯାଇଛି। ତଥାପି କେଉଁ କାରଣରୁ ଲାଇଟ୍‌ ଜଳୁନାହିଁ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସେହିପରି ମୁଖଶାଳା ବାହାରେ ଥିବା ବିଦ୍ୟୁତ୍‌ ଖୁଣ୍ଟରେ ମଧ୍ୟ ଆଲୋକ ଜଳୁନାହିଁ। ଫଳରେ ଅନ୍ଧକାରମୟ ପରିବେଶ ସୃଷ୍ଟି ହେଉଛି। ଜିଲା ଦେବୋତ୍ତର ବିଭାଗ, ପ୍ରଶାସନ ଏବଂ ବିଦ୍ୟୁତ୍‌ ବିଭାଗ ମଧ୍ୟରେ ସମନ୍ବୟ ଅଭାବରୁ ଜନହିତକର ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇପାରୁ ନ ଥିବା ଶ୍ରଦ୍ଧାଳୁ ଅଭିଯୋଗ କରିଛନ୍ତି।
ଏ ସଂକ୍ରାନ୍ତରେ ବିଦ୍ୟୁତ୍‌ ବିଭାଗ କନିଷ୍ଠ ଯନ୍ତ୍ରୀ ଟିକେଶ୍ୱର ପ୍ରଧାନ କୁହନ୍ତି, ଦେବୋତ୍ତର ବିଭାଗ ସିକ୍ୟୁରିଟି ବାବଦ ଟଙ୍କା ଦାଖଲ କରି ନ ଥିଲା। ତତ୍କାଳୀନ ଜିଲାପାଳ କହିବା ପରେ ସାମୟିକ ଭାବେ ଆଲୋକ ସଂଯୋଗ ଦିଆଯାଇଥିଲା। ନିକଟରେ ସିକ୍ୟୁରିଟି ଟଙ୍କା ଦାଖଲ କରାଯାଇଥିବା ଶୁଣିବାକୁ ମିଳୁଛି। ନିର୍ବାହୀ ଯନ୍ତ୍ରୀଙ୍କ ନିକଟରୁ ଏମ୍‌ଆରଟି ବିଭାଗକୁ ନୋଟିସ୍‌ ଆସିବା ପରେ ବିଦ୍ୟୁତ୍‌ ସଂଯୋଗ ଦିଆଯିବ। ଏ ସଂକ୍ରାନ୍ତରେ ଉପଜିଲାପାଳ ତଥା ନିକଟରେ ଜିଲା ଦେବୋତ୍ତର ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଥିବା ସ୍ନିଗ୍ଧାରାଣୀ ଧଳ କୁହନ୍ତି, ସେ ଗୋଟିଏ ଦିନ ହେଲା ଦାୟିତ୍ୱ ନେଇଛନ୍ତି। ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?