ମୌସୁମୀରେ ନିରବଚ୍ଛିନ୍ନ ବିଜୁଳି ଯୋଗାଣକୁ ଗୁରୁତ୍ୱ

ଭୁବନେଶ୍ୱର, ୧୧।୮: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌(ଟିପିସିଓଡିଏଲ୍‌) ପକ୍ଷରୁ ଚଳିତ ମୌସୁମୀ ଋତୁର ପ୍ରସ୍ତୁତି ପାଇଁ ଅନେକ ସୁରକ୍ଷା ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଇଛି। ଏପରିକି ଚଳିତ ମୌସୁମୀ ଋତୁରେ ଉପଭୋକ୍ତାଙ୍କ ପାଇଁ ନିରବଚ୍ଛିନ୍ନ ବିଜୁଳି ଯୋଗାଣ ସୁନିଶ୍ଚିତ କରିବା ଏବଂ ସମସ୍ତ ଅଂଶୀଦାରଙ୍କ ପାଇଁ ନିରାପତ୍ତା ଉପରେ ଗୁରୁତ୍ୱ ଦେବା ଏହି ପଦକ୍ଷେପର ମୂଳ ଲକ୍ଷ୍ୟ ବୋଲି କୁହାଯାଇଛି। ସେହିଭଳି ମୌସୁମୀ ଋତୁରେ ଦାୟିତ୍ୱପୂର୍ଣ୍ଣ ଆଭିମୁଖ୍ୟ ଗ୍ରହଣ କରିବାକୁ ଟିପିସିଓଡିଏଲ୍‌ ଉପଭୋକ୍ତାଙ୍କୁ ଉତ୍ସାହିତ କରୁଛି। ଏ ସମ୍ପର୍କରେ ଟିପିସିଓଡିଏଲ୍‌ର ସିଇଓ ଅରଭିନ୍ଦ୍‌ ସିଂହ କହିଛନ୍ତି, ଏହି ଆହ୍ବାନଗୁଡିକର ସିଧାସଳଖ ମୁକାବିଲା କରିବା ପାଇଁ ଆମର ବ୍ୟାପକ ସୁରକ୍ଷା ପ୍ରୋଟୋକଲ ବିଶେଷ ଭାବେ ପ୍ରସ୍ତୁତ କରାଯାଇଛି, ଯାହା ବର୍ଷାଋତୁରେ ଆମର ଉପଭୋକ୍ତାଙ୍କୁ ନିରନ୍ତର ବିଜୁଳି ଯୋଗାଣ ଏବଂ ନିରାପତ୍ତାକୁ ସୁନିଶ୍ଚିତ କରିବ। ଏପରିକି ଆମେ ଆମର ସମସ୍ତ ଉପଭୋକ୍ତାମାନଙ୍କୁ ସତର୍କ ରହିବାକୁ ଏବଂ ଦିଆଯାଇଥିବା ସୁରକ୍ଷା ନିର୍ଦ୍ଦେଶାବଳୀ ପାଳନ କରିବାକୁ ଉତ୍ସାହିତ କରୁଛୁ। ଏକାଠି କାମକରି ଆମେ ଏକ ସୁରକ୍ଷିତ ଏବଂ ବିପଦମୁକ୍ତ ମୌସୁମୀ ଋତୁ ସୁନିଶ୍ଚିତ କରିପାରିବା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?