ନିରନ୍ତର ବିଦ୍ୟୁତ୍‌ ଯୋଗାଣ ଲକ୍ଷ୍ୟ

ବ୍ରହ୍ମପୁର ଅଫିସ,୧୨ା୫: ଗ୍ରାହକଙ୍କ ପାଇଁ ଭରସାଯୋଗ୍ୟ ବିଦ୍ୟୁତ୍‌ ଯୋଗାଣକୁ ନିଶ୍ଚିତ କରିବା ପାଇଁ ଟିପି ସଦର୍ଣ୍ଣ ଓଡିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ (ଟିପିଏସ୍‌ଓଡିଏଲ୍‌) ପକ୍ଷରୁ ସମସ୍ତ ସର୍କଲରେ ଏବେ ଭ୍ରାମ୍ୟମାଣ ସବ୍‌ ଷ୍ଟେଶନ ରଖା ଯାଇଛି। ଫଳରେ ବିଦ୍ୟୁତ୍‌ ବିଭ୍ରାଟ ସମୟରେ ଯୋଗାଣ ସୁଗମ ହେବ। ବ୍ରହ୍ମପୁର ସର୍କଲ, ସିଟି ସର୍କଲ, ରାୟଗଡା ସର୍କଲ, ଜୟପୁର ସର୍କଲ, ଆସ୍କା ସର୍କଲ ଓ ଭଞ୍ଜନଗର ସର୍କଲରେ ୧୧/୦୪ କେଭିର ଗୋଟିଏ ଲେଖାଏ ଭ୍ରାମ୍ୟମାଣ ସବ୍‌ ଷ୍ଟେଶନ ରଖାଯାଇଛି। ଏହି ଭ୍ରାମ୍ୟମାଣ ସବ୍‌ ଷ୍ଟେଶନଗୁଡିକ ଛୋଟ ପ୍ଲଗ୍‌ ଇନ ସବ ଷ୍ଟେଶନ। ଏଥିରେ ବଣ୍ଟନ ଟ୍ରାନ୍ସଫର୍ମର, ହାଇ ଓ ଲୋ ଟେନଶନ ସୁରକ୍ଷା ଉପକରଣ। ଯାହାକୁ ଏକ ଭ୍ରାମ୍ୟମାଣ ଟ୍ରଲି ଉପରେ ରଖାଯାଇଛି। ଯେ କୌଣସି ଜରୁରୀକାଳୀନ ସମୟରେ ବିଦ୍ୟୁତ୍‌ ଯୋଗାଣକୁ ସ୍ବାଭାବିକ କରିବା ପାଇଁ ତୁରନ୍ତ ଏହାକୁ ବ୍ୟବହାର କରିହେବ। ଏଥିସହ ପରିବହନ ସମୟ ଛାଡି ଦେଲେ ପ୍ରାୟ ଦେଢ ଘଣ୍ଟା ମଧ୍ୟରେ ଭ୍ରାମ୍ୟମାଣ ସବ୍‌ ଷ୍ଟେଶନକୁ ବ୍ୟବହାର କରିହେବ। ହସ୍ପିଟାଲ ଓ ଜଳ ଯୋଗାଣ ଭଳି ଗୁରୁତ୍ୱପୂର୍ଣ୍ଣ ଜରୁରୀକାଳୀନ ସେବାରେ ଶୀଘ୍ର ବିଦ୍ୟୁତ୍‌ ଯୋଗାଣକୁ ସ୍ବାଭାବିକ କରିବାରେ ଏହି ସବ୍‌ ଷ୍ଟେଶନଗୁଡିକ ବିଶେଷ ସହାୟକ ହେବ। ଡିଏସ୍‌ଏସ୍‌ର ମରାମତି ଭଳି ଘଟଣାରେ ଗ୍ରାହକଙ୍କୁ ବିଦ୍ୟୁତ୍‌ ଯୋଗାଣ ପାଇଁ ଭ୍ରାମ୍ୟମାଣ ସବ୍‌ ଷ୍ଟେଶନ ବ୍ୟବହାର କରାଯାଇ ପାରିବ। ସବ୍‌ ଷ୍ଟେଶନଗୁଡିକ ଛୋଟ ଓ ସହଜରେ ପରିବହନ କରିହେବ। ଏଣୁ ଝଡ ଓ ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ତୁରନ୍ତ ବିଦ୍ୟୁତ୍‌ ଯୋଗାଣ ସ୍ବାଭାବିକ କରିବାରେ ସହାୟକ ହେବ। ଗ୍ରାହକଙ୍କ ପାଇଁ ନିରବଚ୍ଛିନ ବିଦ୍ୟୁତ୍‌ ଯୋଗାଣ ନିଶ୍ଚିତ କରିବା ଦିଗରେ ନିରନ୍ତର ଉଦ୍ୟମ ଜାରି ରହିଛି ବୋଲି ଟିପିଏସ୍‌ଓଡିଏଲ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଅରବିନ୍ଦ ସିଂହ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri