ଚେକିଂ ବେଳେ ପୋଲିସକୁ ସଂଘବଦ୍ଧ ଆକ୍ରମଣ

ଲୋଇସିଂହା,୮।୨(ସୁଶାନ୍ତ ବାରିକ):ଗୁରୁବାର ରାତିରେ ବଲାଙ୍ଗୀର ଜିଲା ଆଗଲପୁର ପୋଲିସ ପକ୍ଷରୁ ଏମଭିଆଇ ଚେକିଂ ବେଳେ କେତେଜଣ ବ୍ୟକ୍ତି ପୋଲିସକୁ ସଂଘବଦ୍ଧ ଆକ୍ରମଣ କରିଥିବା ଜଣାଯାଇଛି। ଏଥିରେ ୨ ଜଣ ପୋଲିସ କର୍ମଚାରୀ ମୁନା ନାଏକ ଓ ବନବିହାରୀ ପଟେଲ ଗୁରୁତର ହୋଇଛନ୍ତି। ଆକ୍ରମଣରେ ବନବିହାରୀଙ୍କ ମୁଣ୍ଡରେ ୧୨ଟି ଷ୍ଟିଚ୍‌ ପଡ଼ିଛି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଜଟିଳ ରହିଛି। ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ତାଙ୍କ ଚିକିତ୍ସା ଚାଲିଛି। ଲୋଇସିଂହା ବନ ରେଞ୍ଜ ତଥା ଆଗଲପୁର ବ୍ଲକ ଉପରବାହାଲ ପଞ୍ଚାୟତ ଫଟମୁଣ୍ଡା ଓ ନୂଆପାଲି ଅଞ୍ଚଳରେ ଚୋରା କାଠ ବ୍ୟବସାୟୀ ସକ୍ରିୟ ରହିଛନ୍ତି। ଅବାଧରେ କାଠ ଚୋରା ଚାଲାଣ ହେଉଛି। ଆଗଲପୁର ପୋଲିସ ପକ୍ଷରୁ ଗତ କିଛି ଦିନ ହେଲା ରାତି ବେଳା ସମ୍ପୃକ୍ତ ଅଞ୍ଚଳରେ ଏମଭିଆଇ ଚେକିଂ କରାଯାଉଛି। ବୁଧବାର ରାତିରେ ପୋଲିସ କୁଆଡେ କାଠମାଫିଆଙ୍କୁ ତାଗିଦ କରିଥିଲେ। ଗୁରୁବାର ରାତିରେ ପୋଲିସ କାଠଚାଲାଣ ବେଳେ ଚୋରା ବେପାରୀଙ୍କୁ ବାଧା ସୃଷ୍ଟି କରିଥିଲେ। ଫଳସ୍ବରୂପ ପାଟ୍ରୋଲିଂ କରୁଥିବା ଆଗଲପୁର ପୋଲିସ ଓ କାଠ ବ୍ୟବସାୟୀଙ୍କ ମଧ୍ୟରେ ମୁହାମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ସମୟରେ ୧୦ରୁ ଊର୍ଦ୍ଧ୍ୱ କାଠ ବେପାରୀ ପୋଲିସକୁ ସଂଘବଦ୍ଧ ଆକ୍ରମଣ କରି ଖସି ଯାଇଥିଲେ। ଘଟଣା ସମ୍ପର୍କରେ ପୋଲିସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇଛି। କାହାରିକୁ ଗିରଫ କରାଯାଇନାହିଁ। ସେମିତି ବଡ଼ ଘଟଣା ଘଟିନାହିଁ କହି ପୋଲିସ ପକ୍ଷରୁ ମାମଲାକୁ ଏଡାଇବାକୁ ଉଦ୍ୟମ କରାଯାଉଛି। ଜଣେ ସହକର୍ମୀ ଜୀବନ ମରଣ ସହ ସଂଘର୍ଷ କରୁଥିବା ବେଳେ ପୋଲିସ ପକ୍ଷରୁ ହାଲୁକା ନିଆଯିବା ଘଟଣାକୁ ରହସ୍ୟାବୃତ୍ତ କରିଛି। ଅପରପକ୍ଷେ ବନ ବିଭାଗ ଘଟଣା ସଂକ୍ରାନ୍ତରେ ଅବଗତ ନ ଥିବା କହୁଛି।


Enter your email to get our daily news in your inbox.

All Right Reserved By Dharitri.Com

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଶିକ୍ଷାର ଗୁଣାତ୍ମକ ଉନ୍ନତି ଶିକ୍ଷାର୍ଥୀଙ୍କ ଫଳାଫଳ ସମୀକ୍ଷା ଉପରେ ଗୁରୁତ୍ୱ

ଥୁଆମୂଳ ରାମପୁର, ୧୩।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ, ଭବାନୀପାଟଣା ଆନୁକୂଲ୍ୟରେ ଥୁଆମୂଳ ରାମପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ‘ପ୍ରକାଶ ୩.୦’…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

ରାହୁଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ମେଷ ସମେତ ୩ ରାଶିର ବଢ଼ିବ ଚିନ୍ତା, ପଳାଇବ ଚାକିରି! ସମ୍ପର୍କରେ ପଡିବ ଭଟ୍ଟା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଓ ରାହୁଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ସେହିପରି ସୂର୍ଯ୍ୟଙ୍କ ରାହୁଙ୍କ ନକ୍ଷତ୍ରରେ ପ୍ରବେଶକୁ ମଧ୍ୟ ଜ୍ୟୋତିଷ ଦୃଷ୍ଟିରୁ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

୫ ଥର ଟାଇଟଲ ଜିତି ଇତିହାସ ରଚିଲେ ଗିଲ, ଏହି ତାଲିକାରେ କୋହଲିଙ୍କ ସ୍ଥାନ କେଉଁଠି? ଲିଷ୍ଟ ଦେଖିଲେ ଚମକିଯିବେ

ନୂଆଦିଲ୍ଲୀ,୧୩।୧୦: ଶୁଭମନ ଗିଲ ସର୍ବାଧିକ ଥର ‘ପ୍ଲେୟର ଅଫ ଦ ମନ୍ଥ’ ଟାଇଟଲ ଜିତିଥିବା ଭାରତୀୟ ଖେଳାଳି। ମଙ୍ଗଳବାର (ଅକ୍ଟୋବର ୧୩) ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?