ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ହିନ୍ଦୀ ପକ୍ଷ ସମାରୋହ

ଭୁବନେଶ୍ୱର,୩୦।୧୦: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ସମ୍ବଲପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ବରଗଡ଼ସ୍ଥିତ ବିଜୁ ପଟ୍ଟନାୟକ ଟାଉନ୍‌ହଲ୍‌ଠାରେ ହିନ୍ଦୀ ପକ୍ଷ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସମ୍ବଲପୁର କ୍ଷେତ୍ରର ବିଭିନ୍ନ ଶାଖା ଓ କାର୍ଯ୍ୟାଳୟଗୁଡିକର କର୍ମଚାରୀମାନେ ନିଜ ନିଜର ପରିବାର ସଦସ୍ୟଙ୍କ ସହ ଉପସ୍ଥିତ ଥିଲେ। ଏହି ଅବସରରେ ସମ୍ବଲପୁର କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ଧର୍ମେନ୍ଦ୍ର ରାଜୋରିଆ, ଉପ କ୍ଷେତ୍ରୀୟ ମୁଖ୍ୟ ହରେନ୍ଦ୍ର କୁମାର ଜେନା ଏବଂ ଅନ୍ୟ ବରିଷ୍ଠ ସଦସ୍ୟମାନେ ପ୍ରଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ କ୍ଷେତ୍ରୀୟ ମୁଖ୍ୟ ରାଜୋରିଆ ହିନ୍ଦୀ ଭାଷାର ପ୍ରାଧାନ୍ୟ ଉପରେ ଗୁରୁତ୍ୱାରୋପ କରିବା ସହ ଭାରତର ଜନସମ୍ପର୍କର ଭାଷା ହିନ୍ଦୀ ବ୍ୟବସାୟ ପାଇଁ ଅତ୍ୟନ୍ତ ଲାଭଦାୟକ ବୋଲି ଦର୍ଶାଇଥିଲେ। ହିନ୍ଦୀ ଭାଷା ଶିଖିବା ତଥା ଏହାକୁ ଆପଣେଇବା ଉପରେ ଗୁରୁତ୍ୱ ଦେଇଥିଲେ। ଏହି ସମାରୋହରେ ଆୟୋଜିତ ହୋଇଥିବା ସ୍ମୃତି ଶକ୍ତି, ଗୀତ, କଲିଗ୍ରାଫି, ରଙ୍ଗୋଲି ଏବଂ ନିବନ୍ଧ ଲିଖନ ଆଦି ପ୍ରତିଯୋଗିତାର ବିଜେତାମାନଙ୍କୁ ପୁରସ୍କୃତ କରାଯାଇଥିଲା। ବର୍ଷସାରା ହିନ୍ଦୀ ଭାଷା ପ୍ରତି ଉଲ୍ଲେଖନୀୟ ଅବଦାନ ରଖିଥିବା ୫ ଜଣଙ୍କୁ ପ୍ରମାଣପତ୍ର ଏବଂ ପୁରସ୍କାର ରାଶି ପ୍ରଦାନ ପୂର୍ବକ ସମ୍ମାନିତ କରାଯାଇଥିଲା। ଏହି ଅବସରରେ ସୁର ମନ୍ଦିରରେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ସମ୍ବଲପୁରର ଉପ-କ୍ଷେତ୍ରୀୟ ମୁଖ୍ୟ ଗୋପାଳ ଚରଣ ସେଠ୍‌ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri