Posted inଜାତୀୟ

ବଜେଟ୍‌କୁ ନେଇ ଅର୍ଥମନ୍ତ୍ରୀଙ୍କୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୧ ।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୋମବାର ଆର୍ଥିକ ବର୍ଷ ୨୦୨୧-୨୨ର ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି । ଏହାପରେ ଦେଶର ମୁଖ୍ୟ ବିରୋଧୀ ଦଳ କଂଗ୍ରେସ ଏହାକୁ ନେଇ ସୀତାରମଣଙ୍କୁ ଟାର୍ଗେଟ କରିଛି । କଂଗ୍ରେସ ଦାବି କରିଛି ଯେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଭାଷଣରେ ସଫଳ ଘରୋଇ ଉତ୍ପାଦ(ଜିଡିପି) ରେ ୩୭ ମାସ ମଧ୍ୟରେ ହୋଇଥିବା ରେକର୍ଡ ପରିମାଣର ହ୍ରାସ ସମ୍ପର୍କରେ ଉଲ୍ଲେଖ କରାଯାଇ ନାହିଁ । ଏହାସହ ଅର୍ଥବ୍ୟବସ୍ଥାକୁ ସୁଧାରିବାର କୌଣସି ଧ୍ୟାନ ଦିଆଯାଇ ନାହିଁ ବୋଲି କଂଗ୍ରେସ କହିଛି । ଦଳର ପ୍ରବକ୍ତା ମନିଷ ତିୱାରି ଟୁଇଟ୍ କରି କହିଛନ୍ତି, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଭାଷଣରେ ଜିଡିପି ହ୍ରାସ କଥା ଉଲ୍ଲେଖ କରାଯାଇ ନାହିଁ । ୧୯୯୧ପରେ ଏହା ସବୁଠାରୁ ବଡ ସଙ୍କଟ । ତିୱାରି କହିଛନ୍ତି, ଦେଶର ବହୁମୂଲ୍ୟ ସମ୍ପତ୍ତିକୁ ବିକ୍ରି କରିବା ବ୍ୟତୀତ ବଜେଟରେ କୌଣସି ମୁଖ୍ୟ ଆଲୋଚନା କରାଯାଇ ନାହିଁ । ଏହାର ଅର୍ଥ ହେଉଛି ଅର୍ଥବ୍ୟବସ୍ଥାକୁ ଆଗକୁ ନ ବଢାଇ ଦେଶର ବହୁମୂଲ୍ୟ ସମ୍ପତ୍ତିକୁ ବିକ୍ରି କର ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri