Union Budget 2025: ଅର୍ଥମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଥର ବଜେଟରେ ୧୦ ଦିଗ ପ୍ରତି ବିଶେଷ ଧ୍ୟାନ

ନୂଆଦିଲ୍ଲୀ,୧।୨: ସଂସଦରେ ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ। ବଜେଟ ଉପସ୍ଥାପନ କରି ଅର୍ଥମନ୍ତ୍ରୀ କହିଛନ୍ତି, ଆମର ଅର୍ଥନୀତି ସମସ୍ତ ପ୍ରମୁଖ ଅର୍ଥନୀତି ମଧ୍ୟରେ ସବୁଠାରୁ ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି। ଗତ ୧୦ ବର୍ଷ ଧରି ଆମର ବିକାଶ ଟ୍ରାକ ରେକର୍ଡ ବିଶ୍ୱରେ ଦୃଷ୍ଟି ଆକର୍ଷଣ କରିଛି। ଏହି ବଜେଟରେ ୧୦ଟି ଦିଗ ପ୍ରତି ବିଶେଷ ଧ୍ୟାନ ଦିଆଯାଇଛି। ଗରିବ, ଯୁବକ, ଅନ୍ନଦାତା, ଓମେନ୍‌ ଇନ ଇଣ୍ଡିଆକୁ ଆହୁରି ଆଗକୁ ବଢ଼ାଇବା ଓ MSME ଆଦି ଫୋକସରେ ରହିଛି। ପ୍ରଧାନମନ୍ତ୍ରୀ ଧନ୍ୟ ଧାନ କୃଷି ଯୋଜନା-କୃଷି ଜିଲା ବିକାଶ କାର୍ଯ୍ୟକ୍ରମ। ଆମ ସରକାର ରାଜ୍ୟଗୁଡ଼ିକ ସହିତ ସହଭାଗୀତାରେ ଧନ୍ୟ କୃଷି ଯୋଜନା ହାତକୁ ନେବ। ଏହି କାର୍ଯ୍ୟକ୍ରମ ଜରିଆରେ ୧.୭ କୋଟି ଚାଷୀ ଉପକୃତ ହେବେ।
ଅର୍ଥମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ MSME ବିକାଶର ଦ୍ବିତୀୟ ଇଞ୍ଜିନ ଭାବେ ନିଆଯାଇଛି। ୭.୫ କୋଟି MSME କର୍ମଚାରୀଙ୍କ ଉପରେ ଫୋକସ କରାଯାଉଛି। MSME କ୍ଷେତ୍ର ପାଇଁ ଅଧିକ ଋଣ ମଞ୍ଜୁରୀ କରାଯିବ। ଯୁବକଙ୍କୁ MSME ଦ୍ବରା ଅଧିକ ନିଯକ୍ତି ଦିଆଯିବ। ଅଣଚମଡ଼ା ଶିଳ୍ପ ଉପରେ ଏଥର ଫୋକସ ରହିଛି। ଅଣଚମଡ଼ା ଶିଳ୍ପ ଦ୍ବାରା ୨୨ ଲକ୍ଷ ଉପକୃତ ହେବେ।
ଖେଳନା ତିଆରି ଶିଳ୍ପକୁ ଅଧିକ ଗୁରୁତ୍ୱ ଦିଆଯିବ। ଭାରତ ହେବ ଖେଳନା ଶିଳ୍ପର ଗ୍ଲୋବାଲ ହବ୍‌ ହେବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ସେହିପରି ସକ୍ଷମ ଅଙ୍ଗନବାଡି ଯୋଜନା ଦ୍ବାରା ୮ କୋଟି ପିଲା ଉପକୃତ ହେବେ ୧ କୋଟି ଗର୍ଭବତୀ ମହିଳା, ୨୦ ଲକ୍ଷ ଅପପୁଷ୍ଟି ପିଲା ଉପକୃତ ହେବେ। ୧୦ ବର୍ଷରେ ମେଡିକାଲ ସିଟ ୧.୧ ଲକ୍ଷ ବୃଦ୍ଧି ଘଟିଛି। ସବୁ ଜିଲ୍ଲା ହସ୍ପିଟାଲ୍‌ରେ କ୍ୟାନ୍ସର ଚିକିତ୍ସା କେନ୍ଦ୍ର ରହିବ। ଆସନ୍ତା ୩ ବର୍ଷରେ ଲକ୍ଷ୍ୟ ପୂରଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri