Union Budget 2025: ଅର୍ଥମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଥର ବଜେଟରେ ୧୦ ଦିଗ ପ୍ରତି ବିଶେଷ ଧ୍ୟାନ

ନୂଆଦିଲ୍ଲୀ,୧।୨: ସଂସଦରେ ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ। ବଜେଟ ଉପସ୍ଥାପନ କରି ଅର୍ଥମନ୍ତ୍ରୀ କହିଛନ୍ତି, ଆମର ଅର୍ଥନୀତି ସମସ୍ତ ପ୍ରମୁଖ ଅର୍ଥନୀତି ମଧ୍ୟରେ ସବୁଠାରୁ ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି। ଗତ ୧୦ ବର୍ଷ ଧରି ଆମର ବିକାଶ ଟ୍ରାକ ରେକର୍ଡ ବିଶ୍ୱରେ ଦୃଷ୍ଟି ଆକର୍ଷଣ କରିଛି। ଏହି ବଜେଟରେ ୧୦ଟି ଦିଗ ପ୍ରତି ବିଶେଷ ଧ୍ୟାନ ଦିଆଯାଇଛି। ଗରିବ, ଯୁବକ, ଅନ୍ନଦାତା, ଓମେନ୍‌ ଇନ ଇଣ୍ଡିଆକୁ ଆହୁରି ଆଗକୁ ବଢ଼ାଇବା ଓ MSME ଆଦି ଫୋକସରେ ରହିଛି। ପ୍ରଧାନମନ୍ତ୍ରୀ ଧନ୍ୟ ଧାନ କୃଷି ଯୋଜନା-କୃଷି ଜିଲା ବିକାଶ କାର୍ଯ୍ୟକ୍ରମ। ଆମ ସରକାର ରାଜ୍ୟଗୁଡ଼ିକ ସହିତ ସହଭାଗୀତାରେ ଧନ୍ୟ କୃଷି ଯୋଜନା ହାତକୁ ନେବ। ଏହି କାର୍ଯ୍ୟକ୍ରମ ଜରିଆରେ ୧.୭ କୋଟି ଚାଷୀ ଉପକୃତ ହେବେ।
ଅର୍ଥମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ MSME ବିକାଶର ଦ୍ବିତୀୟ ଇଞ୍ଜିନ ଭାବେ ନିଆଯାଇଛି। ୭.୫ କୋଟି MSME କର୍ମଚାରୀଙ୍କ ଉପରେ ଫୋକସ କରାଯାଉଛି। MSME କ୍ଷେତ୍ର ପାଇଁ ଅଧିକ ଋଣ ମଞ୍ଜୁରୀ କରାଯିବ। ଯୁବକଙ୍କୁ MSME ଦ୍ବରା ଅଧିକ ନିଯକ୍ତି ଦିଆଯିବ। ଅଣଚମଡ଼ା ଶିଳ୍ପ ଉପରେ ଏଥର ଫୋକସ ରହିଛି। ଅଣଚମଡ଼ା ଶିଳ୍ପ ଦ୍ବାରା ୨୨ ଲକ୍ଷ ଉପକୃତ ହେବେ।
ଖେଳନା ତିଆରି ଶିଳ୍ପକୁ ଅଧିକ ଗୁରୁତ୍ୱ ଦିଆଯିବ। ଭାରତ ହେବ ଖେଳନା ଶିଳ୍ପର ଗ୍ଲୋବାଲ ହବ୍‌ ହେବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ସେହିପରି ସକ୍ଷମ ଅଙ୍ଗନବାଡି ଯୋଜନା ଦ୍ବାରା ୮ କୋଟି ପିଲା ଉପକୃତ ହେବେ ୧ କୋଟି ଗର୍ଭବତୀ ମହିଳା, ୨୦ ଲକ୍ଷ ଅପପୁଷ୍ଟି ପିଲା ଉପକୃତ ହେବେ। ୧୦ ବର୍ଷରେ ମେଡିକାଲ ସିଟ ୧.୧ ଲକ୍ଷ ବୃଦ୍ଧି ଘଟିଛି। ସବୁ ଜିଲ୍ଲା ହସ୍ପିଟାଲ୍‌ରେ କ୍ୟାନ୍ସର ଚିକିତ୍ସା କେନ୍ଦ୍ର ରହିବ। ଆସନ୍ତା ୩ ବର୍ଷରେ ଲକ୍ଷ୍ୟ ପୂରଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri