Posted inଜାତୀୟ

ପ୍ରଥମଥର ପାଇଁ ରବିବାର ହେବ କେନ୍ଦ୍ର ବଜେଟ୍‌: ବାଚସ୍ପତି ଦେଲେ ସୂଚନା

ନୂଆଦିଲ୍ଲୀ,୧୩ା୧(ପି.ଟି.):ଆଗାମୀ ଫେବୃଆରୀ ୧ ତାରିଖ ରବିବାରରେ ପାର୍ଲାମେଣ୍ଟରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସାଧାରଣ ବଜେଟ ଉପସ୍ଥାପନ କରିବେ ବୋଲି ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ସୋମବାର ଘୋଷଣା କରିଛନ୍ତି। ରବିବାର ବଜେଟ ଉପସ୍ଥାପନ କରାଯିବା ଏହା ପ୍ରଥମ ଘଟଣା। ଏହା ସୀତାରାମନଙ୍କ ନବମ ବଜେଟ ଉପସ୍ଥାପନ ହେବ। ସର୍ବାଧିକ ୧୦ ଥର ବଜେଟ ଉପସ୍ଥାପନ କରିବା ରେକର୍ଡ ତତ୍କାଳୀନ ଅର୍ଥମନ୍ତ୍ରୀ ମୋରାରଜୀ ଦେଶାଇଙ୍କ ନାମରେ ରହିଛି।
ପାର୍ଲାମେଣ୍ଟର ବଜେଟ ଅଧିବେଶନ ଜାନୁଆରୀ ୨୮ରେ ଆରମ୍ଭ ହେବାକୁ ଥିବାବେଳେ ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲୋକ ସଭା ଓ ରାଜ୍ୟ ସଭାର ସଦସ୍ୟମାନଙ୍କୁ ଲୋକ ସଭା ଚାମ୍ବରରେ ଉଦ୍‌ବୋଧନ ଦେବେ। ରାଷ୍ଟ୍ରପତିଙ୍କ ଅଭିଭାଷଣ ପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ପାର୍ଲାମେଣ୍ଟର ଉଭୟ ଗୃହରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିପାରନ୍ତି। ବଜେଟ ଅଧିବେଶନର ଜାନୁଆରୀ ୨୮ରୁ ଆରମ୍ଭ ହୋଇ ଏପ୍ରିଲ ୨ ପର୍ଯ୍ୟନ୍ତ ଚାଲିବ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ୍‌ ରିଜିଜୁ ପୂର୍ବରୁ କହିଥିଲେ। ଅଧିବେଶନର ପ୍ରଥମ ଭାଗ ଫେବୃଆରୀ ୧୩ରେ ଶେଷ ହେବାକୁ ଥିବାବେଳେ ମାର୍ଚ୍ଚ ୩ରେ ଦ୍ୱିତୀୟ ଭାଗ ଆରମ୍ଭ ହେବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଫିନ ଆଲେନଙ୍କ ବିସ୍ଫୋରକ ଶତକ: ଟି୨୦ ବିଶ୍ୱକପ ଫାଇନାଲ୍‌ରେ ନ୍ୟୁଜିଲାଣ୍ଡ

କୋଲକାତା,୪।୩: ନ୍ୟୁଜିଲାଣ୍ଡ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲରେ ପହଞ୍ଚିଛି। ସେମିଫାଇନାଲରେ ନ୍ୟୁଜିଲାଣ୍ଡ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟ୍‌ରେ ପରାସ୍ତ କରି ଦ୍ୱିତୀୟଥର ପାଇଁ ଟି୨୦ ବିଶ୍ୱକପର ଫାଇନାଲରେ…

ସେକ୍ଟର-୬ ଆନନ୍ଦ ମାର୍ଗ ବସ୍ତିରେ ଗୋଷ୍ଠୀ ସଂଘର୍ଷ: ୭ ଆହତ, ୨ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ

ରାଉରକେଲା, ୪।୩(ସଂଗୀତା ଜେନା): ଆନନ୍ଦ ମାର୍ଗ ବସ୍ତିରେ ଦୁଇ ଗୋଷ୍ଠୀ ମଧ୍ୟରେ ଏକ ସାମାନ୍ୟ ବିବାଦ ପରେ ବୁଧବାର ରାଉରକେଲାର ସେକ୍ଟର-୬ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି ।…

ବ୍ରିଜ ତଳକୁ ଖସିଲା ପିକଅପ୍‌: ୬ ଆହତ

ନନ୍ଦପୁର, ୫/୩(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଥାନା ଅଧୀନ କୁମାରଗନ୍ଧନା ପଞ୍ଚାୟତର ହଣ୍ଡାଲତୋଟା ନିକଟ ବ୍ରିଜ ତଳକୁ ଏକ ପିକଅପ ଗାଡ଼ି ଖସି ପଡ଼ିବାରୁ ୬ ଜଣ…

ସେମିଫାଇନାଲ୍‌ରେ ନ୍ୟୁଜିଲାଣ୍ଡକୁ ୧୭୦ ରନ୍‌ ଟାର୍ଗେଟ୍‌ ଦେଲା ଦକ୍ଷିଣ ଆଫ୍ରିକା

କୋଲକାତା,୪।୩: ଟି୨୦ ବିଶ୍ୱକପର ପ୍ରଥମ ସେମିଫାଇନାଲ୍‌ କୋଲକାତାର ଇଡେନ ଗାର୍ଡେନ୍ସରେ ଖେଳାଯାଉଛି। ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୧୬୯/୮ ସ୍କୋର କରିଥିଲା। ଦକ୍ଷିଣ…

ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଆଖିବୁଜିଲେ ଶିବ

ଦିଗପହଣ୍ଡି,୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ସମ୍ମୁଖ ୧୭ନଂ ରାଜ୍ୟ ରାଜପଥରେ ବୁଧବାର ଅପରାହ୍ନରେ ସ୍କୁଟି (ନଂ. ଓଡ଼ି୦୭ ବିଏ…

ଖରସ୍ରୋତା ନଦୀରେ ଗାଧୋଉଥିଲେ ଶୁଭ ସଂକଳ୍ପ: ହଠାତ୍‌ ବୁଡ଼ିଗଲେ, ତା’ପରେ…

ଆଳି, ୪/୩(ବନମାଳୀ ସେନାପତି):ରଙ୍ଗର ପର୍ବ ହୋଲି ପାଇଁ ଗାଁଠୁ ସହର ଉତ୍ସବମୁଖର ଥିବାବେଳେ ହୋଲି ଖେଳି ସାରି ନଦୀରେ ସାଙ୍ଗ ପିଲାଙ୍କ ସହ ନଦୀରେ ଗାଧୋଉଥିବା ବେଳେ…

ହୋଲିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅନଲାଇନରୁ ବନ୍ଧୁକ କିଣି…

ବଲାଙ୍ଗୀର/ଦେଓଗାଁ,୪ା୩( ସୁନୀଲ କୁମାର ମହାନ୍ତି /କୃଷ୍ଣ ପ୍ରସାଦ ପାଣିଗ୍ରାହୀ ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ପଞ୍ଚାୟତ ଲୁହାଖାନ ଗାଁରେ ପବିତ୍ର…

ହୋଲି ଭୋଜି ସାରି ଫେରୁଥିଲେ ଏସବିଆଇ ଶାଖା ପରିଚାଳକ: ବାଟରେ ଛକିଥିଲା ଯମ, ଆଉ ତା’ପରେ..

ଭଞ୍ଜନଗର,୪/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡହ ରାସ୍ତାରେ ବୁଧବାର ଅପରାହ୍ନ ୫ ଟାରେ ଏକ କାର ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସୋରଡ଼ା ଷ୍ଟେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri