Posted inରାଜ୍ୟ

ଓଡ଼ିଶା ଲାଗି କେନ୍ଦ୍ର କ୍ୟାବିନେଟ ଦ୍ୱାରା ୨ ରେଳ ପ୍ରକଳ୍ପ ମଞ୍ଜୁର, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୪(ସୁନିତ ମିଶ୍ର): କେନ୍ଦ୍ର ସରକାରଙ୍କ ଅର୍ଥନୈତିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ କମିଟି (CCEA) ଶୁକ୍ରବାର ସାରା ଦେଶରେ ୪ଟି ରେଳ ପ୍ରକଳ୍ପ ମଞ୍ଜୁର କରିଛି। ସେଥିରୁ ୨ଟି ପ୍ରକଳ୍ପ ଓଡିଶା ପାଇଁ ଉଦ୍ଦିଷ୍ଟ ରହିଛି। ଏହି ୨ଟି ପ୍ରକଳ୍ପ ହେଉଛି ସମ୍ବଲପୁର-ଜରପଡା(ତାଳଚେର, ଅନୁଗୋଳ) ତୃତୀୟ ଓ ଚତୁର୍ଥ ଲାଇନ ଏବଂ ଝାରସୁଗୁଡା-ସାସନ (ସମ୍ବଲପୁର) ତୃତୀୟ ଓ ଚତୁର୍ଥ ଲାଇନ । ସମ୍ବଲପୁର-ଜରପଡା ପ୍ରକଳ୍ପ ପାଇଁ ୩,୯୧୭ କୋଟି ଟଙ୍କା ବିନିଯୋଗ ହେବାକୁ ଥିବାବେଳେ ଝାରସୁଗୁଡା-ସାସନ ପ୍ରକଳ୍ପ ପାଇଁ ୧,୧୮୭ କୋଟି ଟଙ୍କା ବିନିଯୋଗ ହେବ । ଉଭୟ ପ୍ରକଳ୍ପ ପାଇଁ ୫,୧୦୪ କୋଟି ଟଙ୍କା ବିନିଯୋଗ ହେବ । ଏଥିନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ଓଡିଶାର ବିକାଶ ପ୍ରତି ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ରହିଆସିଛି। କେନ୍ଦ୍ର ସରକାର ନିୟମିତ ଭାବରେ ଓଡିଶା ପାଇଁ ଗୁରୁତ୍ୱପୂର୍ଣ୍ଣ ବିକାଶ ପ୍ରକଳ୍ପଗୁଡିକ ମଞ୍ଜୁର କରିବା ତା’ର ପ୍ରମାଣ। ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଓଡ଼ିଶା ନିଶ୍ଚିତ ଭାବେ ଦେଶର ଏକ ଗ୍ରୋଥ୍‌ ଇଞ୍ଜିନ ଭାବେ ବିକଶିତ ହେବ। ଏଥିଲାଗି ମୁଖ୍ୟମନ୍ତ୍ରୀ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି।

ତେବେ ଏହି ମଲ୍ଟିଟ୍ରାକ ପ୍ରକଳ୍ପ ଗୁଡିକ ଦ୍ୱାରା ସମ୍ବଲପୁର, ଅନୁଗୋଳ ଓ ଝାରସୁଗଡ଼ା ଜିଲାଗୁଡିକରେ ରେଳ ପରିବହନ କ୍ଷେତ୍ରରେ ବ୍ୟାପକ ଗତିଶୀଳତା ଆସିବ । ଏହି ପ୍ରକଳ୍ପ ଗୁଡିକ ରେଳ ପରିଚାଳନାକୁ ସହଜ କରିବା ସହିତ ଭିଡ ହ୍ରାସ କରିବ । ପ୍ରଧାନମନ୍ତ୍ରୀଙ୍କ ପିଏମ ଗତିଶକ୍ତି ଜାତୀୟ ମାଷ୍ଟର ପ୍ଲାନ ଅନୁଯାୟୀ ମଲ୍ଟି ମୋଡାଲ ସଂଯୋଗ ପାଇଁ ଏହି ପ୍ରକଳ୍ପ ଗୁଡିକ କାର୍ଯ୍ୟକାରୀ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?