Posted inଜାତୀୟ

ଜାପାନ-ଭାରତ ସେମିକଣ୍ଡକ୍ଟର ଯୋଗାଣ ଶୃଙ୍ଖଳା ଅଂଶୀଦାରୀ ସହଯୋଗ ବୁଝାମଣାପତ୍ରକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଜାପାନ-ଭାରତ ସେମିକଣ୍ଡକ୍ଟର ଯୋଗାଣ ଶୃଙ୍ଖଳା ଅଂଶୀଦାରୀ ସହଯୋଗ ବୁଝାମଣାକୁ ଅନୁମୋଦନ କରାଯାଇଛି । ଏହି ସହଯୋଗ ବୁଝାମଣାପତ୍ର (ଏମ୍‌ଓସି ୨୦୨୩ ଜୁଲାଇରେ ସ୍ୱାକ୍ଷର କରାଯାଇଥିଲା । ଏଥିରେ ଭାରତ ପକ୍ଷରୁ ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟ ଏବଂ ଜାପାନ ପକ୍ଷରୁ ଅର୍ଥନୀତି, ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରଣାଳୟର ପ୍ରତିନିଧି ସ୍ୱାକ୍ଷର କରିଥିôଲେ । ଏହା ଭାରତ-ଜାପାନ ସେମି କଣ୍ଡକ୍ଟର ଯୋଗାଣ ଶୃଙ୍ଖଳା ଅଂଶୀଦାରୀ ନାମରେ ପରିଚିତ ।

ଏହି ଏମ୍‌ଓସି ଦୁଇ ଦେଶ ମଧ୍ୟରେ ସେମି କଣ୍ଡକ୍ଟର କାରବାର ଓ ଯୋଗାଣ ବ୍ୟବସ୍ଥାକୁ ସୁଦୃଢ କରିବାରେ ସହାୟକ ହେବ । ଡିଜିଟାଲ ଟେକ୍‌ନୋଲୋଜି ଓ ଉଦ୍ୟୋଗର ବିକାଶରେ ସେମିକଣ୍ଡକ୍ଟରର ଭୂମିକା ବିଶେଷ ଗୁରୁତ୍ୱପୂର୍ଣ୍ଣ । ତେଣୁ ଭାରତ ଓ ଜାପାନ ଉଭୟ ଏହି ବୁଝାବଣା ସହଯୋଗ ଦ୍ୱାରା ଉପକୃତ ହେବେ । ଏହି ଏମ୍‌ଓସି ସ୍ୱାକ୍ଷରିତ ହେବା ଦିନ ଠାରୁ କାର୍ଯ୍ୟକାରୀ ହେବା ସହିତ ପାଞ୍ଚ ବର୍ଷ ଯାଏ ବଳବତ୍ତର ରହିବ । ଏହା ଦ୍ୱାରା ଉଭୟ ଦେଶ ଜି୨ଜି ଓ ବି୨ଜି ଦ୍ୱିପାକ୍ଷିକ ସହଯୋଗ ଭିତ୍ତିରେ ପରସ୍ପରକୁ ସାହାଯ୍ୟ କରି ଉତ୍ତମ ମାନର ସେମିକଣ୍ଡକ୍ଟର ଯୋଗାଣ ଶୃଙ୍ଖଳାକୁ ସୁଦୃଢ କରିବାକୁ କାମ କରିବେ ।

ଭାରତରେ ଏକ ସୁଦୃଢ ଓ ଉତ୍ତମ ଇଲେକ୍‌ଟ୍ରୋନିକ୍ସ ତଥା ସେମିକଣ୍ଡକ୍ଟର ଉତ୍ପାଦନ ଭିତ୍ତିଭୂମି ନିର୍ମାଣ କରିବାକୁ ଇଲେକ୍‌ଟ୍ରୋନିକ୍ସ୍ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟ ଗୁରୁତ୍ୱର ସହିତ କାମ କରୁଛି । ଭାରତରେ ସେମି କଣ୍ଡକ୍ଟର ଫ୍ୟାବ୍ସ, ଡିସ୍‌ପ୍ଲେ ଫ୍ୟାବ୍ସ, କମ୍ପାଉଣ୍ଡ ସେମିକଣ୍ଡକ୍ଟର /ସିଲିକନ୍ ଫଟୋନିକ୍ସ/ସେନ୍‌ସର୍‌/ଡିସକ୍ରିଟ୍ ସେମିକଣ୍ଡକ୍ଟର, ସେମି କଣ୍ଡକ୍ଟର ପ୍ରସ୍ତୁତି, ଟେଷ୍ଟିଂ, ମାର୍କିଂ ଓ ପ୍ୟାକେଜିଂ (ଏଟିଏମ୍‌ପି) ଆଉଟସୋର୍ସଡ୍ ସେମି କଣ୍ଡକ୍ଟର ଆସେମ୍ଲି ଓ ଟେଷ୍ଟ (ଓଏସ୍‌ଏଟି) ବ୍ୟବସ୍ଥା ନିର୍ମାଣ ଉପରେ ଗୁରୁ୍‌ତ୍ୱ ଦିଆଯାଉଛି ଏବଂ ଏ କ୍ଷେତ୍ରରେ ଜାପାନର ସାହାଯ୍ୟ ସହଯୋଗ ଓ ଅଂଶଦାରୀ ଲୋଡାଯାଇଛି ।

ସେମିକଣ୍ଡକ୍ଟର ନିର୍ମାଣ ଓ ଯୋଗାଣ କ୍ଷେତ୍ରରେ ଯେ କୌଣସି ରାଷ୍ଟ୍ର ତଥା ଆର୍ନ୍ତଜାତିକ ସହଯୋଗ ପାଇବାକୁ ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟକୁ ସରକାର କ୍ଷମତା ପ୍ରଦାନ କରିଛନ୍ତି । ଦେଶର ଇଲେକ୍ଟ୍ରୋନିକ୍ସ ଓ ଆଇଟି ଉଦ୍ୟୋଗ କ୍ଷେତ୍ରରେ ସେମିକଣ୍ଡକ୍ଟର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିବାରୁ ଭାରତ ଏ କ୍ଷେତ୍ରରେ ଆତ୍ମନିର୍ଭର ହେବାକୁ ଉଦ୍ୟମ କରୁଛି । ସେମିକଣ୍ଡକ୍ଟର ଅଭାବ ଯୋଗୁଁ ଆମ ଆଇଟି, ଡିଜିଟାଲ ଓ ପ୍ରଯୁକ୍ତି କ୍ଷେତ୍ର ଯେପରି ପଛରେ ପଡି ନ ଯାଏ ସେଥି ପାଇଁ ସରକାର ବିଭିନ୍ନ ପଦକ୍ଷେପ ଓ କୌଶଳ କାର୍ଯ୍ୟକାରୀ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

ଚାଷୀଙ୍କୁ ବଡ଼ ଉପହାର ଦେଲେ ସରକାର, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ଛାଡ଼

ଚେନ୍ନାଇ,୧୭ା୮: ତାମିଲନାଡୁର କୃଷକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ସୋମବାର ବିଧାନସଭାରେ ସେ ସମବାୟ କୃଷି ଋଣ ଛାଡ଼ ନେଇ…

ନୀତିନ ନବୀନଙ୍କ ନୂଆ ଦଳରେ କିଏ ସାମିଲ ହେଲେ? ବିନୋଦ ତାୱଡେଙ୍କ ସମେତ ତିନି ଜଣଙ୍କ ନାମ ଚୂଡ଼ାନ୍ତ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସାଂଗଠନିକ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛି। ନୀତିନ ନବୀନ ଦଳର ସଭାପତି ଭାବରେ ଦାୟିତ୍ୱ ନେବା ମାତ୍ରେ ଏ ସମ୍ପର୍କରେ…

UGC-NET: ‘ଭୁଲ NTA କରୁଛି, ଦଣ୍ଡ ଛାତ୍ରୀଛାତ୍ର ଭୋଗୁଛନ୍ତି’, ବର୍ଷିଲେ ରାହୁଲ

ନୂଆଦିଲ୍ଲୀ,୧୭।୮: UGC-NETର ଇଂରାଜୀ, କମର୍ସ ଓ ସୋସିଓଲୋଜି ୩ଟି ପରୀକ୍ଷା ବାତିଲ ହେବା ପରେ କେନ୍ଦ୍ର ସରକାର ଓ NTAକୁ ଟାର୍ଗେଟ୍ କରିଛନ୍ତି ଲୋକ ସଭାର ବିରୋଧୀ…

ଆମ୍ବ ବଗିଚାରୁ ମିଳିଲା ଗର୍ଭବତୀ ପ୍ରେମିକାଙ୍କ ମୃତଦେହ, ୨ ପ୍ରେମିକ ଗିରଫ

କାନପୁର,୧୭।୮: ଉତ୍ତରପ୍ରଦେଶ କାନପୁରର ଘଟମପୁରରେ ଜଣେ ଗର୍ଭବତୀ ଯୁବତୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଏକ ଆମ୍ବ ବଗିଚାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ମହିଳାଙ୍କ ପରିବାର ଯୁବତୀଙ୍କ…

ପ୍ରେମିକାଙ୍କ ମୃତଦେହକୁ ଅଖାରେ ଭର୍ତ୍ତି କରି କୁଆଡେ ଗଲେ ପ୍ରେମିକ? ଲିଭ ଇନ ରିଲେଶନର କରୁଣ ଚିତ୍ର…

ହାଇଦ୍ରାବାଦ,୧୭।୮: ୧୬ ଅଗଷ୍ଟ ରାତିରେ, ହାଇଦ୍ରାବାଦର ବାଲାପୁର ପୋଲିସ ଷ୍ଟେସନ ଅଧୀନରେ ଥିବା ଶାହିନ ନଗରର ବିସମିଲ୍ଲାହ କଲୋନି ଅଞ୍ଚଳରେ ଜଣେ ୨୧ ବର୍ଷୀୟା ମହିଳାଙ୍କୁ ତାଙ୍କ…

ଆଜିଠାରୁ ଆରମ୍ଭ ହେବ ଜନଗଣନା; ଆଧାର ଠାରୁ ବ୍ୟାଙ୍କିଙ୍ଗ ପର୍ଯ୍ୟନ୍ତ ପଚରାଯିବ ୪୦ ପ୍ରଶ୍ନ

ନୂଆଦିଲ୍ଲୀ,୧୭।୮: ଆଜିଠାରୁ ଅର୍ଥାତ ସୋମବାରଠାରୁ ଭାରତର 2027 ଜନଗଣନାର ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ସୋମବାର ‘ସ୍ବ-ଗଣନା’ ସହିତ ଆରମ୍ଭ ହେବ – ଯେଉଁଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri