Posted inଜାତୀୟ

ଦିଲ୍ଲୀରେ କେବଳ ଜଣେ ମେୟର: ୩ଟି ଏମ୍‌ସିଡି ମିଶ୍ରଣକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

ନୂଆଦିଲ୍ଲୀ,୨୨।୩: ଦିଲ୍ଲୀର ତିନୋଟି କର୍ପୋରେସନ (ଏମ୍‌ସିଡି ୟୁନିଫିକେସନ ବିଲ)କୁ ଏକତ୍ର କରିବା ପାଇଁ ମୋଦି କ୍ୟାବିନେଟ ଏହି ପ୍ରସ୍ତାବକୁ ମଙ୍ଗଳବାର ଅନୁମୋଦନ ପ୍ରଦାନ କରିଛି। ବର୍ତ୍ତମାନ ଏହି ବିଲ୍‌କୁ ସଂସଦରେ ଏହି ସପ୍ତାହରେ ଅଣାଯାଇପାରେ। ସଂସଦରେ ପାରିତ ହେବା ପରେ ଦିଲ୍ଲୀରେ ୩ଜଣଙ୍କ ବଦଳରେ କେବଳ ଜଣେ ମେୟର ରହିବେ। ଏତଦ୍‌ ବ୍ୟତୀତ ଉତ୍ତର, ଦକ୍ଷିଣ ଏବଂ ପୂର୍ବ ବଦଳରେ କେବଳ ଗୋଟିଏ କର୍ପୋରେସନ ହିଁ ରହିବ। ସୂଚନାଯୋଗ୍ୟ, ୩ଟି ମ୍ୟୁନିସିପାଲିଟି କର୍ପୋରେସନର କାର୍ଯ୍ୟକାଳ ଶୀଘ୍ର ଶେଷ ହେବାକୁ ଯାଉଛି। କିନ୍ତୁ ୩ଟି ନିଗମର ପ୍ରସ୍ତାବିତ ମିଶ୍ରଣ ହେତୁ ନିର୍ବାଚନ ଆୟୋଗ ନିର୍ବାଚନ ତାରିଖ ଘୋଷଣା କରିବାକୁ ମନା କରିଦେଇଥିଲେ। ସୂଚନା ମୁତାବକ, ଦିଲ୍ଲୀ ମ୍ୟୁନିସିପାଲିଟି କର୍ପୋରେସନର ନିର୍ବାଚନ ମେ ୧୮ ପୂର୍ବରୁ ଅନୁଷ୍ଠିତ ହେବ। କାରଣ ଏହାର ତାରିଖ ଘୋଷଣା କରିବାକୁ ରାଜ୍ୟ ନିର୍ବାଚନ ଆୟୋଗକୁ ଏକ ମାସ ସମୟ ଆବଶ୍ୟକ। ଏଭଳି ପରିସ୍ଥିତିରେ ସଂସଦକୁ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ତାରିଖକୁ ଧ୍ୟାନରେ ରଖିବାକୁ ପଡ଼ିବ। ତେଣୁ ଏପ୍ରିଲ ୧୬ ପୂର୍ବରୁ ସଂସଦକୁ ଏକ ନିଷ୍ପତ୍ତି ନେବାକୁ ପଡ଼ିବ ବୋଲି କୁହାଯାଉଛି। ଅନ୍ୟପଟେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ନିର୍ବାଚନ ଆୟୋଗ ଏବଂ କେନ୍ଦ୍ର ସରକାରଙ୍କୁ ଦେଶରେ ଗଣତନ୍ତ୍ରକୁ ଦୁର୍ବଳ କରୁଥିବା ଅଭିଯୋଗ କରିଛନ୍ତି। ଏଥିପାଇଁ ରାଜ୍ୟରେ ହେବାକୁ ଥିବା ଏମ୍‌ସିଡି ନିର୍ବାଚନକୁ ନେଇ ଏଏପି ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛି। କେନ୍ଦ୍ର ସରକାରଙ୍କ ହସ୍ତକ୍ଷେପ ବିନା ନିର୍ବାଚନକୁ ସ୍ବଚ୍ଛ ଏବଂ ଠିକ୍‌ ସମୟରେ ପରିଚାଳନା କରିବାକୁ ରାଜ୍ୟ ନିର୍ବାଚନ ଆୟୋଗକୁ ନିର୍ଦ୍ଦେଶ ଦେବାକୁ ଏଏପି ସୁପ୍ରିମକୋର୍ଟଙ୍କୁ ଅନୁରୋଧ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାବଶାଳୀଙ୍କ ମାଲିକାନାରେ ଗୋବରୀ ନଦୀ : ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ପ୍ରହସନ

ପଟ୍ଟାମୁଣ୍ଡାଇ,୩୧ା୩(କଳ୍ପତରୁ ନାୟକ):ରାଜ୍ୟ ସରକାରୀ ଜମି ଜବରଦଖଲ ଉଚ୍ଛେଦ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗତବର୍ଷ ଡିସେମ୍ବରରେ କଡ଼ା ଚେତାବନୀ ଦେଇଥିଲେ। ଜବରଦଖଲକାରୀମାନେ ସରକାରୀ ଜମି ଫେରାନ୍ତୁ…

ଶୌଚ ହେବାକୁ ଯାଇଥିଲେ ମଥୁରୀ: ୪ ଦିନ ପରେ ଘଟିଲା…

ମହାକାଳପଡ଼ା, ୩୧ ା ୩ (ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ବାହାରସୋବଳା ମୌଜାର ଅକ୍ଷୟ ରାଉତଙ୍କ ସ୍ତ୍ରୀ ମଥୁରୀ ରାଉତ ଶୁକ୍ରବାର…

US Israel Iran War: ଯୁଦ୍ଧ ବନ୍ଦ ହେବା ନେଇ କାହା ସହ କଥା ହେଉଛନ୍ତି ଟ୍ରମ୍ପ, ନିଜେ ଉଠାଇଲେ ରହସ୍ୟ ଉପରୁ ପରଦା, ସଭିଏଁ ଚକିତ!

ଓ୍ବାଶିଂଟନ,୩୧।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ୱାଶିଂଟନ ତେହରାନ ସହିତ ଆଲୋଚନା କରିବା ବିଷୟରେ ସପ୍ତାହେ ଧରି କଥାବାର୍ତ୍ତା କରିଆସୁଛି; କିନ୍ତୁ, ଏହି ଆଲୋଚନା ହେଉଥିବା…

ତୀବ୍ର ହେଉଛି ସଂଘର୍ଷ, କୁଏତ୍‌ର ଏକ ତେଲ ଟ୍ୟାଙ୍କରକୁ ଟାର୍ଗେଟ କଲା ଇରାନ!

ଆବୁଧାବି,୩୧।୩: ପଶ୍ଚିମ ଏସିଆରେ ସଂଘର୍ଷ ନିରନ୍ତର ଜାରି ରହିଛି, ଉଭୟ ପକ୍ଷରୁ ଆକ୍ରମଣ କରାଯାଉଛି । ଇରାନ ମଧ୍ୟ ପ୍ରତିଶୋଧମୂଳକ କାର୍ଯ୍ୟରେ ନିୟୋଜିତ ଅଛି, ଆକ୍ରମଣର ଏକ…

ନିର୍ବାଚନ ପରେ

ଭାରତୀୟ ଅର୍ଥନୀତି ଏକ ଖରାପ ସମୟ ଦେଇ ଗତି କରୁଛି। ୩୦ ମାର୍ଚ୍ଚରେ ଭାରତୀୟ ମୁଦ୍ରା ଖୁବ୍‌ ତଳକୁ ଯାଇ ଏକ ଆମେରିକୀୟ ଡଲାର ତୁଳନାରେ ବିନିମୟ…

ଏଡିଏମ୍‌ -ଜିଲା ଆଦିବାସୀ ନେତା ମୁହାଁମୁହିଁ: ଖବରପାଇ ପହଞ୍ଚିଲା ପୋଲିସ

ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ସୋମବାର ବ୍ଲକସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିରରେ ବଲାଙ୍ଗୀର ଏଡିଏମ୍‌ ପବିତ୍ର ବେହେରା ଓ ଜିଲା ଆଦିବାସୀ ସଂଘ…

ପରାଜୟ ପରେ ବାହାନା କରିବା ଆରମ୍ଭ କଲେ ଋତୁରାଜ ଗାୟକୱାଡ; ଦର୍ଶାଇଲେ ଦଳର ନୈରାଶ୍ୟଜନକ ପ୍ରଦର୍ଶନର ପ୍ରମୁଖ କାରଣ

ନୂଆଦିଲ୍ଲୀ,୩୧।୩: ଗୁଆହାଟୀରେ ଖେଳାଯାଇଥିବା ଏକ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦମ ଦାର ପରାଜୟ ପରେ, ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ଋତୁରାଜ ଗାୟକୱାଡ ପରାଜୟର କାରଣ…

ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଆଣିଲେ ୨ ଛାତ୍ରୀ: ଚାରିଆଡ଼ୁ ଶୁଭେଚ୍ଛା

ଭବାନୀପାଟଣା,୩୧ା୩(ଉତ୍ତମ କୁମାର ଦାଶ):ମାଇଁ ଭାରତ ଓ ଜାତୀୟ ସେବା ଯୋଜନାର ମିଳିତ ଆନୁକୂଲ୍ୟରେ ବିକଶିତ ଭାରତ ଯୁବ ପାର୍ଲାମେଣ୍ଟ ପାଇଁ କଳାହାଣ୍ଡି ଜିଲାରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri