Posted inଜାତୀୟ

ବଜେଟ ଅଧିବେଶନ ପୂର୍ବରୁ କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ସମ୍ଭବ

ନୂଆଦିଲ୍ଲୀ,୧୪ ।୧: ଚଳିତ ମାସ ଶେଷ ସପ୍ତାହରେ ଆରମ୍ଭ ହେବାକୁ ଥିବା ସଂସଦର ବଜେଟ ଅଧିବେଶନ ପୂର୍ବରୁ କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇପାରେ । ଏହି ସମ୍ପ୍ରାରଣକୁ ନେଇ ବିଚାର ବିମର୍ଶ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ କେତେଜଣ ସହଯୋଗୀ ଦଳର ନେତାଙ୍କ ସହ ସାକ୍ଷାତ୍ ପରେ ୮ ଜାନୁୟାରୀ ରାତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅନୁଗାମୀଙ୍କ ମାରାଥନ ବୈଠକ ହୋଇଛି ।

କିଛି ଘଣ୍ଟା ଧରି ଚାଲିଥିବା ଏହି ବୈଠକରେ ଭାଜପା ଅଧ୍ୟକ୍ଷ ଜେ ପି ନଡ୍ଡା, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଓ ସଙ୍ଗଠନର ମହାସଚିବ ବିଏଲ ସନ୍ତୋଷ ଭାଗ ନେଇଥିଲେ । ସୂଚନା ଅନୁଯାୟୀ, ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ମଜଭୁତ ପ୍ରସ୍ତୁତି ଲାଗି କେବଳ କେନ୍ଦ୍ର ମନ୍ତ୍ରିମଣ୍ଡଳ ନୁହେଁ ରାଜ୍ୟ ଓ କେନ୍ଦ୍ରୀୟ ସଙ୍ଗଠନରେ ବି ପରିବର୍ତ୍ତନ କରାଯିବ । ପରିବର୍ତ୍ତନର ଏହି ପ୍ରକ୍ରିୟା କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରୁୁ ଆରମ୍ଭ ହେବ ।
ଏହା ପୂର୍ବରୁ ନଡ୍ଡାଙ୍କ କାର୍ଯ୍ୟକାଳକୁ ଏକ ବର୍ଷ ବୃଦ୍ଧି କରାଯିବ । କେନ୍ଦ୍ର କ୍ୟାବିନେଟର ସମ୍ପ୍ରସାରଣ ପରେ , ରାଜ୍ୟ ଗୁଡିକର ସଙ୍ଗଠନରେ ପରିବର୍ତ୍ତନ, ଆବଶ୍ୟକୀୟ ନେତୃତ୍ୱ ପରିବର୍ତ୍ତନ ଏବଂ କେନ୍ଦ୍ରୀୟ ସଙ୍ଗଠନରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ମଞ୍ଜୁରୀ ଦିଆଯିବ । ଫେବୃୟାରୀ ୧୫ ସୁଦ୍ଧା ସମସ୍ତ ପ୍ରକାର ପରିବର୍ତ୍ତନ କାର୍ଯ୍ୟକାରୀ କରିବାକୁ ଯୋଜନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri