Categories: ଜାତୀୟ

ଆଜି କେନ୍ଦ୍ର କ୍ୟାବିନେଟ ବୈଠକ : ଅଧ୍ୟକ୍ଷତା କରିବେ ମୋଦି

ନୂଆଦିଲ୍ଲୀ,୨୪।୧: ରାଜଧାନୀ ଦିଲ୍ଲୀରେ ମଙ୍ଗଳବାର କେନ୍ଦ୍ର କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇପାରେ।

ଗତ ସପ୍ତାହରେ ଭାରତୀୟ ଜନତା ପାର୍ଟିର ଦୁଇ ଦିନିଆ ଜାତୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ ଯେ, ଦେଶ ଏହି ସମୟରେ ସର୍ବୋତ୍ତମ ଯୁଗ ଦେଇ ଗତି କରୁଛି। ଦେଶର ବିକାଶ ପାଇଁ ଆମେ ନିଜକୁ ସମ୍ପୂର୍ଣ୍ଣ ଭାବେ ଉତ୍ସର୍ଗ କରିବା ସହ ଦେଶର ବିକାଶ ପାଇଁ ନୂତନ ପଦକ୍ଷେପ ଗ୍ରହଣ କରାଯିବା ଉଚିତ୍‌ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।

Share