Posted inଜାତୀୟ

ନଭେମ୍ବର ୨୪ରେ ତିନି କୃଷି ଆଇନ ପ୍ରତ୍ୟାହାର ପ୍ରସ୍ତାବକୁ ମିଳିପାରେ ମଞ୍ଜୁରୀ

ନୂଆଦିଲ୍ଲୀ,୨୧।୧୧: ତିନୋଟି କୃଷି ଆଇନ ପ୍ରତ୍ୟାହାର ଘୋଷଣା ପରେ ନଭେମ୍ବର ୨୪ରେ ହେବାକୁ ଥିବା କେନ୍ଦ୍ର କ୍ୟାବିନେଟ ବୈଠକ ଏହି ଆଇନ ପ୍ରତ୍ୟାହାର ପ୍ରସ୍ତାବକୁ ଅନୁମୋଦନ ପାଇଁ ଆଲୋଚନା ହୋଇପାରେ। ଆଇନ ପ୍ରତ୍ୟାହାର ପାଇଁ ପ୍ରସ୍ତାବକୁ କ୍ୟାବିନେଟରେ ଅନୁମୋଦନ କରାଯିବାର ସମ୍ଭାବନା ରହିଛି। ଏହା ପରେ, ଏହି ତିନିଟି ଆଇନକୁ ଆନୁଷ୍ଠାନିକ ଭାବେ ପ୍ରତ୍ୟାହାର ପ୍ରକ୍ରିୟା ଚଳିତ ମାସ ଶେଷ ସୁଦ୍ଧା ସଂସଦର ଅଧିବେଶନରେ ଆରମ୍ଭ ହେବ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ଦେଶକୁ ସମ୍ବୋଧିତ କରି ତିନୋଟି କୃଷି ଆଇନ ପ୍ରତ୍ୟାହାର ଘୋଷଣା କରିଛନ୍ତି। ଏହି ସମୟ ମଧ୍ୟରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଏହି ଆଇନଗୁଡିକ କୃଷକଙ୍କ ହିତରେ ଅଛି, କିନ୍ତୁ ଆମେ କୃଷକମାନଙ୍କୁ ଏହି ଆଇନର ମହତ୍ତ୍ୱ ବୁଝାଇ ପାରିଲୁ ନାହିଁ ତେଣୁ ଏହି ତିନୋଟି ଆଇନ ପ୍ରତ୍ୟାହାର କରାଯାଉଛି। ତାଙ୍କ ଘୋଷଣା ସହିତ ପ୍ରଧାନମନ୍ତ୍ରୀ ଚାଷୀଙ୍କୁ ଘରକୁ ଫେରିବାକୁ ନିବେଦନ କରିଛନ୍ତି।
ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀଙ୍କ ଘୋଷଣା ହେତୁ ଚାଷୀଙ୍କ ମଧ୍ୟରେ ଉତ୍ସାହ ରହିଛି। କୃଷକମାନେ ଏହାକୁ ଏକ ବଡ଼ ବିଜୟ ବୋଲି ଦେଖୁଛନ୍ତି, କିନ୍ତୁ ସଂସଦର ପ୍ରକ୍ରିୟା ଶେଷ ନ ହେବା ପର୍ଯ୍ୟନ୍ତ ସେମାନେ ବିରୋଧ ପ୍ରଦର୍ଶନ ଜାରି ରଖିବେ ବୋଲି କୃଷକ ସଂଗଠନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?