ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ : ୧୨୯ କୋଟି ବ୍ୟୟ ପ୍ରକଳ୍ପର ଉଦଘାଟନ

କୋରାପୁଟ/ସୁନାବେଡା,୫।୭(ଅମିତାଭ ବେହେରା/କୃତିବାସ ପ୍ରଧାନ): ଶନିବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁଇ ଦିନିଆ କୋରାପୁଟ ଜିଲା ଗ୍ରସ୍ତରେ ଆସି କୋରାପୁଟ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପରିଦର୍ଶନ କରି ୧୨୯ କୋଟି ଟଙ୍କା ବ୍ୟୟରେ ନିର୍ମିତ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରିଥିବା ବେଳେ ୪୭୯.୯୨ ଟଙ୍କାର ବ୍ୟୟରେ ନିର୍ମାଣ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ୧୨୯ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଏକାଡେମିକ କୋଠା, ସ୍ବାସ୍ଥ୍ୟକେନ୍ଦ୍ର, କୂଳପତିଙ୍କ ବାସଭବନ, ଅଧିକାରୀମାନଙ୍କ ପାଇଁ ବାସଗୃହ ଏବଂ କର୍ମଚାରୀଙ୍କ ପାଇଁ ବାସଗୃହ ସମେତ ଅନେକ ନୂତନ ଭାବରେ ନିର୍ମିତ ପ୍ରକ୍ପର ଉଦ୍‌ଘାଟନ କରିଛନ୍ତି।
ଓଡ଼ିଶାର ଶିକ୍ଷାଗତ ସହଯୋଗ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଭାବରେ, ରାଜ୍ୟର ଛଅଟି ପ୍ରମୁଖ କେନ୍ଦ୍ରୀୟ ଅନୁଦାନପ୍ରାପ୍ତ ଉଚ୍ଚଶିକ୍ଷା ପ୍ରତିଷ୍ଠାନ (HEIs) କେନ୍ଦ୍ରୀୟ ଓଡ଼ିଶା ବିଶ୍ୱବିଦ୍ୟାଳୟ, IIT ଭୁବନେଶ୍ୱର, IIM ସମ୍ବଲପୁର, NIT ରାଉରକେଲା, IISER ବ୍ରହ୍ମପୁର ଏବଂ ରାଷ୍ଟ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ, ପୁରୀ ମଧ୍ୟରେ ଏକ ବୁଝାମଣାପତ୍ର (MoU)ସ୍ବାାକ୍ଷରିତ ହୋଇଛି। ଏହି ପଦକ୍ଷେପ ଜାତୀୟ ଶିକ୍ଷା ନୀତି (NEP) 2020ର ଲକ୍ଷ୍ୟ ସହିତ ସମନ୍ବିତ, ଯାହାର ଲକ୍ଷ୍ୟ ସମଗ୍ର ଅଞ୍ଚଳରେ ବହୁବିଧ ଶିକ୍ଷା, ଗବେଷଣା ସହଯୋଗ ଏବଂ ଅନ୍ତର୍ଭୁକ୍ତି ମୂଳକ ବିକାଶକୁ ପ୍ରୋତ୍ସାହିତ କରିବା। ଏକ ବୁଝାମଣାପତ୍ର ସାକ୍ଷର ହୋଇଛି। ଏହାଦ୍ୱାରା ବହୁବିଧ ଏବଂ ଆନ୍ତଃବିଷୟିକ ଗବେଷଣା ଏବଂ ଶିକ୍ଷାକୁ ପ୍ରୋତ୍ସାହିତ କରିବ। ସମ୍ବଳ ବଣ୍ଟନ, କ୍ରେଡିଟ ସ୍ଥାନାନ୍ତର, ଅଧ୍ୟାପକ ଏବଂ ଛାତ୍ର ବିନିମୟ ଏବଂ ମିଳିତ ପଦକ୍ଷେପକୁ ସହଜ କରିବ। ନବସୃଜନ, ସ୍ଥିରତା ଏବଂ ଅନ୍ତର୍ଭୁକ୍ତ ଅଭିବୃଦ୍ଧି ମାଧ୍ୟମରେ ଆଦିବାସୀ ଏବଂ ସ୍ଥାନୀୟ ସମ୍ପ୍ରଦାୟକୁ ସଶକ୍ତ କରିବା। ଡିଜିଟାଲ ଶିକ୍ଷା, ଉଦ୍ୟୋଗୀତା ଏବଂ ଭାରତୀୟ ଜ୍ଞାନ ପ୍ରଣାଳୀକୁ ବୃଦ୍ଧି କରିବା। ସଂସ୍ଥାଗତ କ୍ଷମତା ନିର୍ମାଣ ଏବଂ ମୋଟ ନାମଲେଖା ଅନୁପାତ (GER) ବୃଦ୍ଧି କରିବା। ଏହି ଅବସରରେ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ରାଜ୍ୟ ମତ୍ସ୍ୟ ଏବଂ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ଗୋକୂଳାନନ୍ଦ ମଲ୍ଲିକ, ରାଜ୍ୟ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କୋରାପୁଟ ଏମ୍‌ପି ସପ୍ତଗିରି ଶଙ୍କର ଉଲାକା, ନବରଙ୍ଗପୁର ଏମ୍‌ପି ବଳଭଦ୍ର ମାଝୀ, ଅବିଭକ୍ତ କୋରାପୁଟ ଜିଲାର ମାନ୍ୟବର ବିଧାୟକ ଗଣ – ରାମ ଚନ୍ଦ୍ର କାଡାମ, ରଘୁରାମ ମାଛ, ତାରା ପ୍ରସାଦ ବାହିନୀପତି, ଶ୍ରୀ ପାବିତ୍ରୀ ସାଉଁତା, ରୂପୁ ଭତ୍ରା, ପ୍ରମୁଖ ଯୋଗ ଦେଇଥିଲି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri