ଓଡ଼ିଶାବାସୀଙ୍କୁ କେନ୍ଦ୍ର ସରକାର ଠକିଛନ୍ତି: ବିଜେଡି

ଭୁବନେଶ୍ୱର,୪ା୩(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଘରୋଇ ରନ୍ଧନ ଗ୍ୟାସ୍‌ ଏଲ୍‌ପିଜି ଦର ବୃଦ୍ଧିର ପ୍ରତିବାଦରେ ବିଜୁ ମହିଳା ଜନତା ଦଳ ପକ୍ଷରୁ ଶୁକ୍ରବାର ରାଜଭବନଠାରେ ଚୁଲି ଜାଳି ପ୍ରତିବାଦ କରାଯାଇଛି। ମହିଳା ମୋର୍ଚ୍ଚାର କର୍ମୀମାନେ ଦର ବୃଦ୍ଧିକୁ ବିରୋଧ କରି ସ୍ଲୋଗାନ ଦେବା ସହ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ବରିଷ୍ଠ ବିଜେଡି ନେତା ସୌମ୍ୟରଞ୍ଜନ ପଟ୍ଟନାୟକ ଏହି ପ୍ରତିବାଦ ସଭାରେ ଯୋଗଦେଇ କହିଛନ୍ତି, କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନାରେ ଗରିବ ଲୋକଙ୍କୁ ମାଗଣାରେ ଗ୍ୟାସ୍‌ ସିଲିଣ୍ଡର ଯୋଗାଇ ଦେଇଥିଲେ। ମାତ୍ର କ୍ରମାଗତ ଗ୍ୟାସ୍‌ ଦର ବୃଦ୍ଧି ଗରିବ ଲୋଙ୍କୁ ଅତିଷ୍ଠ କରିଛିି। ଗ୍ୟାସ୍‌ ସିଲିଣ୍ଡର ବଦଳରେ ସେମାନେ ଚୁଲି ଜାଳ ଉପରେ ନିର୍ଭର କରିବାକୁ ବାଧ୍ୟ ହେଲେଣି। କେନ୍ଦ୍ର ସରକାର ଏହି ଦର ବୃଦ୍ଧିକୁ ତୁରନ୍ତ ପ୍ରତ୍ୟାହାର କରିବା ଦରକାର ବୋଲି ସେ କହିଛନ୍ତି। ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର କହିଛନ୍ତି, ଓଡ଼ିଶାବାସୀଙ୍କୁ କେନ୍ଦ୍ର ସରକାର ଠକିଛନ୍ତି। କିଛିଦିନ ତଳେ କେନ୍ଦ୍ର ସରକାର ଗରିବ ଲୋକଙ୍କଠାରୁ ଚାଉଳ ଛଡ଼ାଇ ନେଇଥିବା ବେଳେ ଏବେ ଘରୋଇ ଏଲ୍‌ପିଜି ଗ୍ୟାସ୍‌ ଦର ସିଲିଣ୍ଡର ପିଛା ୫୦ ଟଙ୍କା ବୃଦ୍ଧି କରିଛନ୍ତି। ଯଦିଓ କେନ୍ଦ୍ର ସରକାରଙ୍କର କେତେକ ପଦକ୍ଷେପକୁ ବିଜେଡି ସମର୍ଥନ କରିଛି ତେବେ ମୋଦି ସରକାରଙ୍କ ଜନ ବିରୋଧୀ ନୀତିକୁ କେବେ ଦଳ ସମର୍ଥନ କରିପାରିବ ନାହିଁ। ଦର ବୃଦ୍ଧି ସାଧାରଣ ଲୋକଙ୍କୁ ହନ୍ତସନ୍ତ କରୁଛି। କେନ୍ଦ୍ର ସରକାର ଏହି ଦର ବୃଦ୍ଧିକୁ ତୁରନ୍ତ ପ୍ରତ୍ୟାହାର କରନ୍ତୁ ବୋଲି ସେ କହିଛନ୍ତି।
ଅନ୍ୟପକ୍ଷରେ ଭାଜପା ମଧ୍ୟ ଏହି ପ୍ରସଙ୍ଗରେ ବିଜେଡିକୁ ପାଲଟା ଜବାବ ଦେଇଛି। ଭାଜପା ମୁଖପାତ୍ର ସୋନାଲୀ ସାହୁ କହିଛନ୍ତି, ନବ ଦାସଙ୍କ ହତ୍ୟାକାଣ୍ଡରୁ ନଜର ଏଡ଼ାଇବା ପାଇଁ ରାଜ୍ୟ ସରକାର ନୂଆ ନାଟକ କରୁଛନ୍ତି। ଗ୍ୟାସ୍‌ ଭଳି ପଦାର୍ଥର ଦର ଅନ୍ତର୍ଜାତୀୟ ବଜାର ସ୍ଥିର କରିଥାଏ। ଏଥିରେ ମୋଦି ସରକାରଙ୍କ କୌଣସି ଭୂମିକା ନାହିଁ। ଏକଥା କ’ଣ ବିଜୁ ଜନତା ଦଳର ନେତ୍ରୀନେତା ଜାଣନ୍ତି ନାହିଁ ବୋଲି ସୋନାଲୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ପ୍ରଶଂସକଙ୍କ ମନ ଜିତିଲେ ଥଲାଇଭା, ଦାମୀ କାରରେ ନୁହେଁ ବରଂ ଅଟୋରେ ଆସିଲେ ସୁଟିଂସେଟ୍

ନୂଆଦିଲ୍ଲୀ,୩୦।୯: ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକ କେତେ ଅଧିକ, ତାହାର ଆଉ ଏକ ଦୃଶ୍ୟ ମୈସୁରରେ ଦେଖିବାକୁ ମିଳିଛି । ରଜନୀକାନ୍ତଙ୍କ ଆଗାମୀ ଫିଲ୍ମ ‘ଧର୍ମନ’ର ଶୁଟିଂ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?