Posted inଜାତୀୟ

ସମଲିଙ୍ଗୀ ବିବାହକୁ ବିରୋଧ କଲେ କେନ୍ଦ୍ର ସରକାର: ସୁପ୍ରିମ୍‌କୋର୍ଟରେ ସତ୍ୟପାଠ ଦାଖଲ…

ନୂଆଦିଲ୍ଲୀ,୧୨।୩ : କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ଏକ ସତ୍ୟପାଠ ଦାଖଲ କରି ସମଲିଙ୍ଗୀ ବିବାହକୁ ବିରୋଧ କରିଛନ୍ତି। ସମଲିଙ୍ଗୀ ସମ୍ପର୍କ ସ୍ପଷ୍ଟ ଭିନ୍ନ ବର୍ଗ, ଯାହାକୁ ସମାନ ଭାବରେ ଗ୍ରହଣ କରାଯାଇପାରିବ ନାହିଁ ବୋଲି କେନ୍ଦ୍ର ସରକାର ଏଥିରେ ଉଲ୍ଲେଖ କରିଛନ୍ତି। କେନ୍ଦ୍ର ସରକାର କହିଛନ୍ତି ଯେ ସହଭାଗୀ ଭାବରେ ଏକାଠି ରହୁଥିବା ସମଲିଙ୍ଗୀ ପାର୍ଟନରମାନେ ଅପରାଧ କରୁ ନାହାନ୍ତି। କିନ୍ତୁ ଏହା ସ୍ବାମୀ, ସ୍ତ୍ରୀ ଏବଂ ପିଲାମାନଙ୍କର ଭାରତୀୟ ପରିବାର ସହିତ ସମାନ ହୋଇପାରିବ ନାହିଁ।

ସମଲିଙ୍ଗୀ ଦମ୍ପତି ସମଲିଙ୍ଗୀ ବିବାହକୁ ସ୍ବୀକୃତି ଦେବା ପାଇଁ ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରିଛନ୍ତି। ଏହି ଆବେଦନ ଉପରେ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କଠାରୁ ଉତ୍ତର ମାଗିଥିଲେ। ଯେଉଁଥିରେ କେନ୍ଦ୍ର ସରକାର ରବିବାର ସୁପ୍ରିମକୋର୍ଟରେ ଏକ ସତ୍ୟପାଠ ଦାଖଲ କରିଛନ୍ତି।

କେନ୍ଦ୍ର ସରକାର କହିଛନ୍ତି ଯେ ଦମ୍ପତି ଭାବରେ ଏକାଠି ରହୁଥିବା ଏବଂ ଶାରୀରିକ ସମ୍ପର୍କ ଥିବା ସମଲିଙ୍ଗୀ ସମ୍ପର୍କକୁ ଭାରତର ପରିବାର ଏକକ ଧାରଣା ସହିତ ତୁଳନା କରାଯାଇପାରିବ ନାହିଁ। ଭାରତୀୟ ପରିବାରରେ ଜଣେ ପୁରୁଷ ଏବଂ ଜଣେ ମହିଳା ବିବାହ କରି ରହିଥାନ୍ତି।, ପୁରୁଷ ସ୍ବାମୀ ଏବଂ ମହିଳା ସ୍ତ୍ରୀ ଭାବେ ଏକାଠି ବାସ କରନ୍ତି। ବିବାହ ପରେ ସେମାନଙ୍କର ସନ୍ତାନ ହେବା ଦ୍ୱାରା ପୁରୁଷ ’ପିତା’ ଏବଂ ସ୍ତ୍ରୀ ’ମାତା’ ହୋଇଥାନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

‘EVM ଉପରେ ପ୍ରଶ୍ନ ଉଠାଇଥିବାରୁ କଂଗ୍ରେସ କ୍ଷମା ମାଗିବା ଉଚିତ୍‌’

ଗୋଆ,୨୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି, ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ କଂଗ୍ରେସ ଦେଶକୁ କ୍ଷମା ମାଗିବା ଉଚିତ୍‌।...

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍‌

ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ...

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ ।...

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ...

ଧନଞ୍ଜୟ ସିଂଙ୍କୁ ଝଟକା: ଜାମିନ ମଞ୍ଜୁର, ହେଲେ ଲଢିପାରିବେନି ନିର୍ବାଚନ

ପ୍ରୟାଗରାଜ,୨୭।୪: ଆହ୍ଲାବାଦ ହାଇକୋର୍ଟ ଜୈନପୁରର ପୂର୍ବତନ ଏମପି ଧନଞ୍ଜୟ ସିଂଙ୍କ ଜାମିନକୁ ଅନୁମୋଦନ କରିଛନ୍ତି କିନ୍ତୁ ତାଙ୍କ ଦଣ୍ଡାଦେଶ ଶୁଣାଣିକୁ ମନା କରି ଦେଇଛନ୍ତି। ଏହି...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

‘ଜୟ ଶ୍ରୀରାମ’ ଲେଖି ପରୀକ୍ଷାରେ ପାସ୍‌, ମିଳିଛି ୬୦% ମାର୍କ

ଲକ୍ଷ୍ନୌ,୨୭।୪: ପରୀକ୍ଷା ଖାତାରେ କିଛି ଛାତ୍ରୀଛାତ୍ର ଗୀତ କିମ୍ବା ଫିଲ୍ମ ସମ୍ପର୍କରେ ଲେଖିଥିବା ମାମଲା ନିଶ୍ଚୟ ଶୁଣିଥିବେ। ଆଉ ଏହି ପରୀକ୍ଷା ଖାତା ଭାଇରାଲ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri