Posted inଜାତୀୟ

କେନ୍ଦ୍ର ସରକାର ନ୍ୟାୟପାଳିକାକୁ କାବୁ କରିବାକୁ ଚେଷ୍ଟା କରୁଛନ୍ତି: ସିବଲ

ନୂଆଦିଲ୍ଲୀ,୧୫।୧: ରାଜ୍ୟ ସଭା ଏମ୍‌ପି ତଥା ପୂର୍ବତନ କେନ୍ଦ୍ର ଆଇନ ମନ୍ତ୍ରୀ କପିଲ ସିବଲ ରବିବାର କେନ୍ଦ୍ର ସରକାରଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ସରକାର ନ୍ୟାୟପାଳିକାକୁ କାବୁ କରିବାକୁ ଚେଷ୍ଟା କରୁଛନ୍ତି ବୋଲି ସିବଲ କହିଛନ୍ତି। ସେ କହିଛନ୍ତି, ଏପରି ପରିସ୍ଥିତି ସୃଷ୍ଟି କରିବାକୁ ସରକାର ଯଥାସମ୍ଭବ ଚେଷ୍ଟା କରୁଛନ୍ତି,ଯେଉଁଥିରେ ଜାତୀୟ ନ୍ୟାୟିକ ନିଯୁକ୍ତି ଆୟୋଗ (ଏନ୍‌ଜେଏସି) ସୁପ୍ରିମକୋର୍ଟରେ ଆଉ ଏକ ରୂପରେଖରେ ଯାଞ୍ଚ କରାଯାଇପାରିବ। ଉପରାଷ୍ଟ୍ରପତି ଜଗଦୀପ ଧନଖର ନିକଟରେ ଦେଇଥିବା ମନ୍ତବ୍ୟ ପରେ ସିବଲଙ୍କ ଏହି ପ୍ରତିକ୍ରିୟା ଆସିଛି।
ଏନ୍‌ଜେଏସି ରଦ୍ଦ କରିବାକୁ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ଧନଖର ସମାଲୋଚନା କରିଥିଲେ। ଉପରାଷ୍ଟ୍ରପତି ୧୯୭୩ କେଶବାନନ୍ଦ ଭାରତୀ ମାମଲାର ବିଚାର ଉପରେ ମଧ୍ୟ ପ୍ରଶ୍ନ ଉଠାଇ କହିଛନ୍ତି, ଏହା ଏକ ଭୁଲ ଉଦାହରଣ ସୃଷ୍ଟି କରିଛି ଏବଂ ସେ ସୁପ୍ରିମକୋର୍ଟଙ୍କ ରାୟରେ ଅସହମତ ହୋଇପାରିବେ, କାରଣ ସଂସଦ ସମ୍ବିଧାନରେ ସଂଶୋଧନ କରିପାରିବ, କିନ୍ତୁ ମୂଳ ସଂରଚନାରେ ନୁହେଁ।
୨୦୧୫ରେ ସୁପ୍ରିମକୋର୍ଟ ଏନ୍‌ଜେଏସି ଆକ୍ଟକୁ ଅସାମ୍ବିଧାନିକ ବୋଲି କହିଥିଲେ, ଯାହା ସୁପ୍ରିମକୋର୍ଟ ଏବଂ ହାଇକୋର୍ଟରେ ବିଚାରପତି ନିଯୁକ୍ତି କରିବାର କଲେଜିୟମ ସିଷ୍ଟମକୁ ବଦଳାଇବାକୁ ଲକ୍ଷ୍ୟ ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri