ଆକ୍ସନ ମୁଡରେ କେନ୍ଦ୍ର ସରକାର: ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୬।୪: ମହାମାରୀ କରୋନାର ଦ୍ୱିତୀୟ ଲହର ଏବେ ଦେଶରେ ବେଲଗାମ ହେବାରେ ଲାଗିଛି। ଗତ ବର୍ଷ ତୁଳନାରେ ଏହି ବର୍ଷ ସମସ୍ତ ରେକର୍ଡ ଭାଙ୍ଗିଛି। ପ୍ରତିଦିନ କରୋନା ସଂକ୍ରମଣ ୨ଲକ୍ଷରୁ ଊର୍ଦ୍ଧ୍ୱ ରହିଥିବା ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଦେଶରେ ୩ଟି ରାଜ୍ୟରେ ଯଥା ମହାରାଷ୍ଟ୍ର, ଦିଲ୍ଲୀ ଓ ଉତ୍ତରପ୍ରଦେଶରେ କରୋନା ପ୍ରକୋପ ଅଧିକ ରହିଛି। ଏପରିକି ହସ୍ପିଟାଲରେ ବେଡ୍‌ ମିଳୁ ନ ଥିବା ବେଳେ ଅନ୍ତିମ ସଂସ୍କାର ପାଇଁ ଶ୍ମଶାନରେ ଲମ୍ବା ଲାଇନ ଲଗାଇବାକୁ ପଡ଼ୁଛି। କରୋନା ପ୍ରକୋପକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏବେ ଆକ୍ସନ ମୁଡରେ ଆସିଯାଇଛନ୍ତି। ଇତିମଧରେ ଶୁକ୍ରବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନ ଦିଲ୍ଲୀ ଏମ୍ସର ଟ୍ରମା ସେଣ୍ଟରକୁ ଗସ୍ତ କରିଥିଲେ। ସେଠାରେ ସେ ସ୍ବାସ୍ଥ୍ୟ ସୁବିଧା, ଡାକ୍ତର ଅଭାବ ଓ କରୋନା ସଂକ୍ରମଣକୁ ନେଇ ସମୀକ୍ଷା କରିବା ସହ ଡାକ୍ତରଙ୍କ ସହ ଆଲୋଚନା କରିଥିଲେ। ଚଳିତ ଥର ଦେଶରେ ବର୍ଦ୍ଧିତ କରୋନା ମାମଲାକୁ ଦେଖି ହର୍ଷବର୍ଦ୍ଧନ ଚିନ୍ତା ପ୍ରକଟ କରିଛନ୍ତି। ଏଥିସହ ଲୋକଙ୍କୁ ଧର୍ଯ୍ୟ ରଖିବାକୁ ସେ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ଚଳିତ ବର୍ଷ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାରୁ ହସ୍ପିଟାଲରେ ବେଡ୍‌ ଖାଲି ନାହିଁ। ହେଲେ କାହାକୁ ଭୟ କରିବାର ଆବଶ୍ୟକତା ନାହିଁ ଦେଶରେ ଏବେ ବି ୨୦ଲକ୍ଷ ବେଡ୍‌ ଉପଲବ୍ଧ ଅଛି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି। ତେବେ ଏମ୍ସ ଗସ୍ତ ସମୟରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ଏମ୍ସର ନିର୍ଦ୍ଦେଶକ ଡା.ରଣଦୀପ ଗୁଲେରୀଆ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri