କରୋନାର ନୂଆ ଲହର ଆଶଙ୍କା କରି ହେଲା ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ କହିଲେ, ୧୦-୧୧ ଏପ୍ରିଲରେ ହେବ ମକ ଡ୍ରିଲ

ନୂଆଦିଲ୍ଲୀ,୭।୪: ଦେଶରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଶୁକ୍ରବାର କେନ୍ଦ୍ର ସରକାର ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ସ୍ବାସ୍ଥ୍ୟମନ୍ତ୍ରୀଙ୍କର ଏକ ବୈଠକ ଡାକିଛନ୍ତି। ଏହି ବୈଠକରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବିୟ ଦେଶରେ ବଢି ଚାଲିଥିବା କରୋନା ସଂକ୍ରମଣକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି। ଏହି ବୈଠକରେ ସେ କୋଭିଡ-୧୯ର ସ୍ଥିତିକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀମାନଙ୍କ ସହ ଏକ ସମିକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ କୋଭିଡ ଟେଷ୍ଟିଂ ଏବଂ ଜିନୋମ ସିକ୍ୱେନସିଂ ସହ କୋଭିଡ ନିୟମର ପାଳନକୁ ବଢାଇବାକୁ ନେଇ ଚର୍ଚ୍ଚା କରାଯାଇଛି। ଏହି ବୈଠକ ଦିଲ୍ଲୀରେ ଚାଲିଛି।
କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମାଣ୍ଡବିୟ କହିଛନ୍ତି, ଆମକୁ ସତର୍କ ରହିବାକୁ ପଡିବ ଓ ଅନାବଶ୍ୟକ ଭୟ ପ୍ରଚାର କରିବା ନାହିଁ। ଏହି ବୈଠକରେ ମାଣ୍ଡବିୟ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି କି ରାଜ୍ୟରେ କୋଭିଡର ସ୍ଥିତିକୁ ଦେଖି ସ୍ବାସ୍ଥ୍ୟ ସୁବିଧା ଓ ଇନଫ୍ରାଷ୍ଟକ୍ଚରକୁ ନେଇ ସମିକ୍ଷା ବୈଠକ କରିବେ। ଏହି ସମୟରେ ସେ ୧୦ ଓ ୧୧ ଏପ୍ରିଲକୁ ସାରା ଦେଶରେ କୋଭିଡକୁ ନେଇ ମକ କ୍ରିଲ କରିବା କଥା କହିଛନ୍ତି। ଏହାସହ ସେ ରାଜ୍ୟର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ହସ୍ପିଟାଲ ଗସ୍ତ କରିବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri