ଆଜି ଆସିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୪।୬(ବ୍ୟୁରୋ): ବାଲେଶ୍ୱର ଜିଲାର ବାହାନଗାଠାରେ ଭୟାବହ ଟ୍ରେନ୍‌ ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ବ୍ୟବସ୍ଥାର ତଦାରଖ କରିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ ରବିବାର ଓଡ଼ିଶା ଗସ୍ତରେ ଆସିବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦୁର୍ଘଟଣାସ୍ଥଳର ସ୍ଥିତି ପରଖିବା ପରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମାଣ୍ଡଭ୍ୟଙ୍କୁ ଚିକିତ୍ସା ବ୍ୟବସ୍ଥାର ତଦାରଖ କରିବାକୁ ପରାମର୍ଶ ଦେଇଥିଲେ। ମିଳିଥିବା ସୂଚନା ଅନୁସାରେ, କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରସ୍ଥିତ ଅଖିଳ ଭାରତ ଆୟୁର୍ବିଜ୍ଞାନ ପ୍ରତିଷ୍ଠାନ (ଏମ୍ସ) ଓ କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଯାଇ ଆହତଙ୍କୁ ଭେଟିବା ସହ ସେଠାରେ ଚାଲିଥିବା ଚିକିତ୍ସା ବ୍ୟବସ୍ଥାର ତଦାରଖ କରିବା କାର୍ଯ୍ୟକ୍ରମ ରହିଛି । ଅନ୍ୟପକ୍ଷରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବାଲେଶ୍ୱରରେ ରହି ଆହତଙ୍କ ଚିକିତ୍ସା ବ୍ୟବସ୍ଥା ଓ ରେଳବାଇ ମାର୍ଗ ମରାମତି କାର୍ଯ୍ୟକୁ ତଦାରଖ କରିବେ ବୋଲି ଜଣାପଡ଼ିଛି।
ସୂଚନାଯୋଗ୍ୟ, ଶନିବାର ଦୁର୍ଘଟଣାସ୍ଥଳକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ୨ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଧର୍ମେନ୍ଦ୍ର ପ୍ରଧାନ, ତାମିଲନାଡୁ ସରକାରଙ୍କ ୩ ଜଣ ମନ୍ତ୍ରୀ ଗସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri