କୋଭିଡ-୧୯ରୁ ସୁସ୍ଥ ହୋଇଛନ୍ତି କି? ଦିନଚର୍ଯ୍ୟା ପ୍ରତି ହୁଅନ୍ତୁ ଯତ୍ନବାନ, ଏପରି ରଖନ୍ତୁ ନିଜ ସ୍ବାସ୍ଥ୍ୟର ଯତ୍ନ

ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପ୍ରତ୍ୟେହ ହଜାର ହଜାର ସଂଖ୍ୟାରେ ଲୋକ ଏଥିରେ ଆକ୍ରାନ୍ତ ହେଉଛନ୍ତି। ଏସବୁ ଭିତରେ ଅଧିକାଂଶ ଲୋକ ସୁସ୍ଥ ହୋଇ ଘରକୁ ମଧ୍ୟ ଫେରୁଛନ୍ତି। ହେଲେ ସୁସ୍ଥ ହୋଇଥିଲେ ହେଁ ରୋଗୀଙ୍କ ଦେହରେ ଅନ୍ୟାନ୍ୟ ଅସୁବିଧା ପରିଲକ୍ଷିତ ହେଉଛି। ସେମାନଙ୍କ ବିଭିନ୍ନ ଅଙ୍ଗ ଖରାପ ହେବା ସହ ଦୁର୍ବଳ ଅନୁଭବ କରୁଥିବା କୁହାଯାଉଛି।ଏଣୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ କୋଭିଡ-୧୯ରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରୋଟୋକଲ୍‌ ଜାରି କରାଯାଇଛି। ଏଥିରେ ସଂକ୍ରମଣରୁ ଆରୋଗ୍ୟ ଲାଭ କରିବା ପରେ ଲୋକେ କିଭଳି ନିଜର ଯତ୍ନ ନେବେ ସେ ବିଷୟରେ କୁହାଯାଇଛି।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ:
-କରୋନାରୁ ସୁସ୍ଥ ହେବା ପରେ ରୋଗୀମାନଙ୍କ ଦୀନଚର୍ଯ୍ୟାରେ ପ୍ରାତଃଭ୍ରମଣ, ଯୋଗ ଆଦି ସାମିଲ କରନ୍ତୁ।

-ଏହାଛଡ଼ା ଖାଦ୍ୟପେୟରେ ଚ୍ୟବନପ୍ରାସ, ହଳଦୀ ମିଶା କ୍ଷୀର, ଗିଲୋୟ ପାଉଡର, ଅଶ୍ୱଗନ୍ଧା ଭଳି ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧିକାରୀ ପଦାର୍ଥ ସାମିଲ କରନ୍ତୁ।

-ପ୍ରତ୍ୟେହ ଗରମ ପାଣିରେ କୁଳି କରନ୍ତୁ। ଏହାଛଡ଼ା ବାମ୍ଫ ନିଅନ୍ତୁ। ସନ୍ତୁଳିତ ଆହାର ସେବନ କରନ୍ତୁ।

-ଆୟୁଷ ଔଷଧ ମଧ୍ୟ ସେବନ କରନ୍ତୁ। ଏଥିପାଇଁ ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ।

-ପ୍ରତ୍ୟେହ ପ୍ରାଣାୟାମ, ଯୋଗାସନ ଏବଂ ଧ୍ୟାନ କରନ୍ତୁ। ସକାଳେ ନଚେତ ସନ୍ଧ୍ୟାରେ କିଛି ସମୟ ଚଲାବୁଲା କରନ୍ତୁ।

ଏହାଛଡ଼ା ଲୋକମାନଙ୍କୁ ମାସ୍କ, ହ୍ୟାଣ୍ଡ ସାନିଟାଇଜର ଏବଂ ସାମାଜିକ ଦୂରତା ଆଦି ନିୟମ କଡ଼ାକଡ଼ି ପାଳନ କରନ୍ତୁ। ହାଲକା ଗରମ ପାଣି ପିଅନ୍ତୁ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri