Posted inଜାତୀୟ

ସ୍ୱାମୀ ବିବେକାନନ୍ଦଙ୍କ ବିଚାରର ଆଜିବି ରହିଛି ପ୍ରାସଙ୍ଗିକତା: ଶାହା

କୋଲକାତା,୧୯ ।୧୨: ପଶ୍ଚିମବଙ୍ଗରେ ଆଉ କିଛି ମାସ ପରେ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ଏବେଠାରୁ କିନ୍ତୁ ସେଠାରେ ରାଜନୀତି ହେଲାଣି ସରଗରମ । ଶାସକ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି)ରୁ କେତେଜଣ ନେତା ଇସ୍ତଫା ଦେବା ଦଳ ପାଇଁ ମୁଣ୍ଡ ବ୍ୟଥାର କାରଣ ପାଲଟିଛି । କାରଣ ଏମାନେ ଭାରତୀୟ ଜନତା ପାର୍ଟି(ଭାଜପା) ହାତ ଧରିବାକୁ ଯାଉଥିବା ଜଣାପଡିବା ପରେ ଟିଏମ୍‌ସି କ୍ୟାମ୍ପରେ ଆରମ୍ଭ ହୋଇଗଲାଣି ଛକାପଞ୍ଝା । ଏହି କ୍ରମରେ ଭାଜପା ନେତାମାନେ ଲଗାତାର ଭାବେ ପଶ୍ଚିମବଙ୍ଗ ଗସ୍ତ କରିବାକୁ ନେଇ ମଧ୍ୟ ଆଲୋଚନା ଜାରି ରହିଛି । ଶୁକ୍ରବାର ବିଳମ୍ବିତ ରାତ୍ରରେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପଶ୍ଚିମବଙ୍ଗ ପହଞ୍ଚିଛନ୍ତି । ଶନିବାର ସେ ଏନ୍‌ଆଇଏ ଅଧିକାରୀଙ୍କ ସହ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି । ଏହାସହ ରାଜ୍ୟରେ ଭାଜପା ନେତାଙ୍କ ସଙ୍ଗଠନ ସମ୍ପର୍କରେ ବୁଝିବେ । ଶନିବାର ସକାଳେ ଶାହା ରାମକ୍ରିଷ୍ଣ ଆଶ୍ରମ ଯାଇଛନ୍ତି । ସେଠାରେ ସେ ବିବେକାନନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ସହ କହିଛନ୍ତି ବିବେକାନନ୍ଦ ଆଧୁନିକତା ଓ ଆଧ୍ୟାତ୍ମିକତାକୁ ଯୋଡିଥିଲେ । ମୁଁ ପ୍ରାର୍ଥନା କରୁଛି ଆମେ ତାଙ୍କ ମାର୍ଗରେ ଚାଲିବାକୁ ସକ୍ଷମ । ସ୍ୱାମୀ ବିବେକାନନ୍ଦଙ୍କ ବିଚାର ପୂର୍ବରୁ ଯେତିକି ପ୍ରାସଙ୍ଗିକତା ରଖିଥିଲା ଏବେବି ସେତିକି ପ୍ରାସଙ୍ଗିକତା ରଖିଛି । ଏହାପରେ ସେ ମେଦିନାପୁର ଯିବାର କାର୍ଯ୍ୟକ୍ରମ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri