Posted inଜାତୀୟ

ସ୍ୱାମୀ ବିବେକାନନ୍ଦଙ୍କ ବିଚାରର ଆଜିବି ରହିଛି ପ୍ରାସଙ୍ଗିକତା: ଶାହା

କୋଲକାତା,୧୯ ।୧୨: ପଶ୍ଚିମବଙ୍ଗରେ ଆଉ କିଛି ମାସ ପରେ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ଏବେଠାରୁ କିନ୍ତୁ ସେଠାରେ ରାଜନୀତି ହେଲାଣି ସରଗରମ । ଶାସକ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି)ରୁ କେତେଜଣ ନେତା ଇସ୍ତଫା ଦେବା ଦଳ ପାଇଁ ମୁଣ୍ଡ ବ୍ୟଥାର କାରଣ ପାଲଟିଛି । କାରଣ ଏମାନେ ଭାରତୀୟ ଜନତା ପାର୍ଟି(ଭାଜପା) ହାତ ଧରିବାକୁ ଯାଉଥିବା ଜଣାପଡିବା ପରେ ଟିଏମ୍‌ସି କ୍ୟାମ୍ପରେ ଆରମ୍ଭ ହୋଇଗଲାଣି ଛକାପଞ୍ଝା । ଏହି କ୍ରମରେ ଭାଜପା ନେତାମାନେ ଲଗାତାର ଭାବେ ପଶ୍ଚିମବଙ୍ଗ ଗସ୍ତ କରିବାକୁ ନେଇ ମଧ୍ୟ ଆଲୋଚନା ଜାରି ରହିଛି । ଶୁକ୍ରବାର ବିଳମ୍ବିତ ରାତ୍ରରେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପଶ୍ଚିମବଙ୍ଗ ପହଞ୍ଚିଛନ୍ତି । ଶନିବାର ସେ ଏନ୍‌ଆଇଏ ଅଧିକାରୀଙ୍କ ସହ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି । ଏହାସହ ରାଜ୍ୟରେ ଭାଜପା ନେତାଙ୍କ ସଙ୍ଗଠନ ସମ୍ପର୍କରେ ବୁଝିବେ । ଶନିବାର ସକାଳେ ଶାହା ରାମକ୍ରିଷ୍ଣ ଆଶ୍ରମ ଯାଇଛନ୍ତି । ସେଠାରେ ସେ ବିବେକାନନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ସହ କହିଛନ୍ତି ବିବେକାନନ୍ଦ ଆଧୁନିକତା ଓ ଆଧ୍ୟାତ୍ମିକତାକୁ ଯୋଡିଥିଲେ । ମୁଁ ପ୍ରାର୍ଥନା କରୁଛି ଆମେ ତାଙ୍କ ମାର୍ଗରେ ଚାଲିବାକୁ ସକ୍ଷମ । ସ୍ୱାମୀ ବିବେକାନନ୍ଦଙ୍କ ବିଚାର ପୂର୍ବରୁ ଯେତିକି ପ୍ରାସଙ୍ଗିକତା ରଖିଥିଲା ଏବେବି ସେତିକି ପ୍ରାସଙ୍ଗିକତା ରଖିଛି । ଏହାପରେ ସେ ମେଦିନାପୁର ଯିବାର କାର୍ଯ୍ୟକ୍ରମ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

ଆଉ ଏକ ଝଟକା….ପୁଣି ଥରେ ବଢ଼ିଲା CNG ଦର, ୧୨ ଦିନ ମଧ୍ୟରେ ଚତୁର୍ଥ ଥର ପାଇଁ ବୃଦ୍ଧି

ନୂଆଦିଲ୍ଲୀ,୨୬।୫:  ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ସହିତ ଜଡ଼ିତ ସାଧାରଣ ଲୋକଙ୍କୁ ପୁଣି ମହଙ୍ଗା ମାଡ଼ । CNG ମଧ୍ୟ କ୍ରମଶଃ ମହଙ୍ଗା ହେଉଛି। ମଙ୍ଗଳବାର…

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri