Posted inଜାତୀୟ

ମୋଦିଙ୍କୁ ଭେଟିଲେ ଶାହ

ନୂଆଦିଲ୍ଲୀ,୧୯ ।୧୦: ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମଙ୍ଗଳବାର ସକାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ୍ କରିବାକୁ ୭ ଲୋକ କଲ୍ୟାଣ ମାର୍ଗରେ ମୋଦିଙ୍କ ଘରେ ପହଞ୍ଚିଥିଲେ । କ୍ୟାବିନେଟ ବୈଠକ ପୂର୍ବରୁ ଏହି ସାକ୍ଷାକାର ଖୁବ୍ ଗୁରୁତ୍ୱ ରଖେ ବୋଲି କୁହାଯାଉଛି । ଏଥିରେ କଶ୍ମୀର ସମସ୍ୟା, ଓ ସୁରକ୍ଷା କଥା ଆଲୋଚନା ହୋଇଛି । ଏହା ପର୍ବୂରୁ ସ୍ୱରାଷ୍ଟ୍ର ମନ୍ତ୍ରୀ ଶାହ କଶ୍ମୀର ସମସ୍ୟାକୁ ନେଇ ସୁରକ୍ଷା ଏଜେନ୍ସି ସହ ପାଖାପାଖି ୬ ଘଣ୍ଟା ଧରି ଆଲୋଚନା କରିଥିଲେ । ସବୁ ଏଜେନ୍ସିକୁ ଛୋଟ ଛୋଟ ଇନପୁଟ ଉପରେ ବି ତୁରନ୍ତ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଥିଲେ । କ୍ୟାବିନେଟ ବୈଠକ ପୂର୍ବରୁ କଶ୍ମୀର ସମସ୍ୟାକୁ ନେଇ ଯେଉଁସବୁ ପଦକ୍ଷେପ ନିଆଯିବାକୁ ପ୍ରସ୍ତୁତି କରାଯାଇଛି ସେ ସମ୍ପର୍କରେ ଶାହା ମୋଦିଙ୍କୁ ଅବଗତ କରାଇବେ । ଅନୁମାନ କରାଯାଉଛି କି କଶ୍ମୀରରେ ସୁରକ୍ଷା ଏଜେନ୍ସି ବଡ ଧରଣର ଯାଞ୍ଚ ଓ ଆତଙ୍କବାଦୀଙ୍କ ବିରୋଧରେ ଅପରେଶନ ଆହୁରି ବଢାଇଦେବେ । ଆତଙ୍କବାଦୀ ସଙ୍ଗଠନ ନୂଆ ନୂଆ ନାମରେ ଛୋଟ ଛୋଟ ସମ୍ପ୍ରଦାୟ ମଧ୍ୟରେ ଟାର୍ଗେଟ କିଲିଂକୁ ସଫଳ କରୁଛି । ସେଥିପାଇଁ ତଳ ସ୍ତରରୁ ସମସ୍ତ ଏଜେନ୍ସି ସନ୍ଦିଗ୍ଧଙ୍କୁ ଚିହ୍ନଟ କରି ଧରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସୂଚନାଯୋଗ୍ୟ, ଶାହା ଛୋଟ ଛୋଟ ସୂଚନାକୁ ମଧ୍ୟ ଗୁରୁତର ସହ ନେଇ ସାବଧାନତାର ସହ କାମ କରିବାକୁ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?