Posted inଜାତୀୟ

ଅକ୍ଟୋବର ୧୫ରୁ ଖୋଲିବ ସ୍କୁଲ

ନୂଆଦିଲ୍ଲୀ,୧ ।୧୦: କରୋନା ମହାମାରୀ ଯୋଗୁ ପ୍ରାୟ ୬ ମାସ ହେବ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି । ହେଲେ ଜରୁରୀ ପରୀକ୍ଷା ପାଇଁ କିଛି ଶିକ୍ଷାନୁଷ୍ଠାନକୁ ଖୋଲି ଦିଆଯାଇଛି । ଏବେ ଦେଶରେ କରୋନା ମହାମାରୀ ପିକ୍‌ରେ ଥିବା ବେଳେ ସ୍କୁଲ ଖୋଲିବାକୁ ନେଇ ନାନା ଆଶା ଆଶଙ୍କା ଦେଖା ଦେଇଛି । ଗୋଟିଏ ପଟେ ପିଲା ଅନ୍‌ଲାଇନରେ ପାଠ ପଢୁଥିବା ବେଳେ ଏମିତି ସମ୍ପୂର୍ଣ୍ଣ ପାଠ୍ୟକ୍ରମକୁ ଶେଷ ପରାଯାଇ ପାରିବ ନାହିଁ ବୋଲି ମଧ୍ୟ ସନ୍ଦେହ ପ୍ରକାଶ କରାଯାଉଛି । ଇତିମଧ୍ୟରେ କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରଣାଳୟ ଗୁରୁବାର ସମସ୍ତ ରାଜ୍ୟକୁ ଅକ୍ଟୋବର ୧୫ରୁ ସ୍କୁଲ ଖୋଲିବାକୁ ଅନୁମତି ପ୍ରଦାନ କରିଛନ୍ତି । ହେଲେ ଶିକ୍ଷକ ଓ ଅଭିଭାବକଙ୍କ ପରାମର୍ଶ କ୍ରମେ ସ୍କୁଲ ଖୋଲାଯାଉ ବୋଲି କୁହାଯାଇଛି । କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ଏହି ନିଷ୍ପତ୍ତିକୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ସ୍ୱାଗତ କରିଛନ୍ତି । ସୂଚନାଯୋଗ୍ୟ, କରୋନା ମହାମାରୀ ଏବେ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ କେତେକ ରାଜ୍ୟରେ ଏହା ଅକ୍ଟୋବର ଓ ନଭେମ୍ବରରେ ଅଣାୟତ୍ତ ହେବ ବୋଲି ବିଶେଷଜ୍ଞମାନେ କହିଛନ୍ତି । ଏହାକୁ ଦୃଷ୍ଟିରେ ରଖି ଏବେ ଅଧିକାଂଶ ଅଭିଭାବକ ସେମାନଙ୍କ ପିଲାଙ୍କୁ ସ୍କୁଲକୁ ଛାଡିବାକୁ ରାଜି ହେଉ ନ ଥିବା ଦେଖିବାକୁ ମିଳିଛି । ଏଭଳି ସ୍ଥିତିରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତଣାଳୟର ଏହି ନିଷ୍ପତ୍ତି ପରେ କିଛି ରାଜ୍ୟରେ ସ୍କୁଲ ଅକ୍ଟୋବର ୧୫ରୁ ଖୋଲି ନ ପାରେ ବୋଲି ଆଶଙ୍କା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରୁ ଦିବ୍ୟାଙ୍ଗ ନାବାଳିକାଙ୍କୁ ଉଠାଇ ନେବା ଘଟଣା ୧୦ କିମି ଦୂର ଗାଁରୁ ଉଦ୍ଧାର

ଛତ୍ରପୁର,୩୧।୮,(ଦିଲ୍ଲୀପି ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଜଣେ ୫ ବର୍ଷର ଦିବ୍ୟାଙ୍ଗ ନାବାଳିକାକୁ ସମ୍ପର୍କୀୟ ପରିଚୟ ଦେଇ ଜଣେ ବ୍ୟକ୍ତି ଉଠାଇ ନେବା ଘଟଣାରେ…

ଶିକ୍ଷାରେ ନେତୃତ୍ୱ, ନେତୃତ୍ୱରେ ଶିକ୍ଷକ

କୁରୁକ୍ଷେତ୍ର ରଣଭୂମିରେ ଅର୍ଜୁନ ଯେତେବେଳେ ନିଜ କର୍ତ୍ତବ୍ୟ, ସମ୍ପର୍କ ଓ ଭବିଷ୍ୟତକୁ ନେଇ ଗଭୀର ଦ୍ୱନ୍ଦ୍ୱରେ ପଡ଼ିଥିଲେ, ସେତେବେଳେ ଭଗବାନ୍‌ କୃଷ୍ଣ ତାଙ୍କ ହାତରୁ ଗାଣ୍ଡୀବ ନେଇ…

ଅଙ୍କିତ ବାଲିୟାନ ହତ୍ୟାକାଣ୍ଡ: ୫ଦିନରେ ପୋଲିସ ଏନକାଉଣ୍ଟରରେ ୨ ସୁଟର ନିହତ

ଚଣ୍ଡିଗଡ଼,୩୧।୮: ଶାମଲି ପୋଲିସ ଏକ ଏନକାଉଣ୍ଟର ସମୟରେ ହରିୟାଣଭି ଗାୟକ ଅଙ୍କିତ ବାଲିୟାନଙ୍କ ହତ୍ୟାରେ ଜଡିତ ଦୁଇ ସନ୍ଦିଗ୍ଧଙ୍କୁ ଗୁଳି କରି ହତ୍ୟା କରିଛି। ଅଭିଯୁକ୍ତମାନଙ୍କୁ ସୁମିତ…

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri