ଭୋଟ ଦେବାକୁ ଆସିଲେନି ସମିତି ସଭ୍ୟ କି ସରପଞ୍ଚ: ଫେରିଗଲେ ନିର୍ବାଚନ ଅଧିକାରୀ

ଝାରସୁଗୁଡା,୧୦।୧: ଝାରସୁଗୁଡା ଜିଲା କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ଅନାସ୍ଥା ଭୋଟ ଆଜି ଅନୁଷ୍ଠିତବେଳେ ଏକ ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇଛି। ସକାଳ ୧୦ଟାରେ ଅନାସ୍ଥା ଭୋଟିଂ ଆରମ୍ଭ ହୋଇଥିଲା। କିନ୍ତୁ ସମିତି ସଭ୍ୟ କି ସରପଞ୍ଚ ଭୋଟ ଦେବାକୁ ଆସିନାହାନ୍ତି। କେହି ନ ଆସିବାରୁ ଅପେକ୍ଷା କରି ନିର୍ବାଚନ ଅଧିକାରୀ ଫେରିଯାଇଛନ୍ତି।
ସୂଚନାଯୋଗ୍ୟ, କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷା କୃଷ୍ଣପ୍ରିୟା ସାହୁଙ୍କ ବିରୋଧରେ କିର୍ମିରା ପଞ୍ଚାୟତ ସମିତିଠାରେ ଅନାସ୍ଥା ଭୋଟ ହେବାର ଥିଲା। ଏହାକୁ ନେଇ ଦୀର୍ଘ ୫ ମାସ ହେବ ଉଭୟ ଗୋଷ୍ଠୀ ମଧ୍ୟରେ ଛକପଞ୍ଝା ଚାଲିଥିଲା। ହାଇକୋର୍ଟ ଅନାସ୍ଥା ପ୍ରସ୍ତାବ ଭୋଟ କରିବା ପାଇଁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ଭୋଟ ଶୁକ୍ରବାର ହେବା ପାଇଁ ଉପଜିଲାପାଳ ସବ୍ୟସାଚୀ ପଣ୍ଡା ବିଜ୍ଞପ୍ତି ଓ ସମସ୍ତ ପ୍ରତିନିଧିଙ୍କୁ ନୋଟିସ ଜାରି କରିଥିଲେ।
ଛତିଶଗଡ଼ରେ ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଅଟକ ରଖାଯାଇଛି। ଛତିଶଗଡ଼ ମହାସମୁଦ ଜିଲା ସରେଇପାଲି ଥାନାରେ ସେ ଅଟକ ରହିଛନ୍ତି। ବିଶାଲଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚ ମଧ୍ୟ ଅଛନ୍ତି। ଆଜି କିର୍ମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ରହିଛି। ଏହା ପୂର୍ବରୁ ବିଶାଲଙ୍କୁ ଅଟକ ରଖାଯାଇଛି। ପୋଲିସ କାର୍ଯ୍ୟାନୁଷ୍ଠାନ ବେଆଇନ ବୋଲି ବିଶାଲ କହିଛନ୍ତି।
ତେବେ ବିଶାଲଙ୍କୁ ଅଟକ ନେଇ ପୂର୍ବତନ ବିଧାୟିକା ତଥା ତାଙ୍କ ଭଉଣୀ ଦୀପାଳି ଦାସ କଡ଼ା ପ୍ରତିକ୍ରିୟା ଦେଇଛନ୍ତି। ମୋ ଭାଇକୁ ଅଟକ ରଖିବା ଦୁଃଖନୀୟ, ଗଣତନ୍ତ୍ରର ହତ୍ୟା। ଲଇକେରା ପୋଲିସ ଅଟକ ରଖି ଛତିଶଗଡ଼ ପୋଲିସକୁ ହସ୍ତାନ୍ତର କରିଛି। ଅଟକ ସମିତି ସଭ୍ୟ ଓ ସରପଞ୍ଚଙ୍କୁ ଭେଟିବାକୁ ବିଶାଲ ଯାଇଥିଲେ। ଏହାପରେ ରାତି ୧ଟାରୁ ମୋ ଭାଇକୁ ବି ସେମାନେ ଅଟକ ରଖିଛନ୍ତି। ସେମାନେ ନିଜସ୍ବ ମତରେ ଆସିଥିବା କହିବା ପରେ ବି ଅଟକ ରଖିଛନ୍ତି। ଦୀପାଳିଙ୍କ ଅଭିଯୋଗରେ ପୋଲିସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri