ଭୋଟ ଦେବାକୁ ଆସିଲେନି ସମିତି ସଭ୍ୟ କି ସରପଞ୍ଚ: ଫେରିଗଲେ ନିର୍ବାଚନ ଅଧିକାରୀ

ଝାରସୁଗୁଡା,୧୦।୧: ଝାରସୁଗୁଡା ଜିଲା କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ଅନାସ୍ଥା ଭୋଟ ଆଜି ଅନୁଷ୍ଠିତବେଳେ ଏକ ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇଛି। ସକାଳ ୧୦ଟାରେ ଅନାସ୍ଥା ଭୋଟିଂ ଆରମ୍ଭ ହୋଇଥିଲା। କିନ୍ତୁ ସମିତି ସଭ୍ୟ କି ସରପଞ୍ଚ ଭୋଟ ଦେବାକୁ ଆସିନାହାନ୍ତି। କେହି ନ ଆସିବାରୁ ଅପେକ୍ଷା କରି ନିର୍ବାଚନ ଅଧିକାରୀ ଫେରିଯାଇଛନ୍ତି।
ସୂଚନାଯୋଗ୍ୟ, କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷା କୃଷ୍ଣପ୍ରିୟା ସାହୁଙ୍କ ବିରୋଧରେ କିର୍ମିରା ପଞ୍ଚାୟତ ସମିତିଠାରେ ଅନାସ୍ଥା ଭୋଟ ହେବାର ଥିଲା। ଏହାକୁ ନେଇ ଦୀର୍ଘ ୫ ମାସ ହେବ ଉଭୟ ଗୋଷ୍ଠୀ ମଧ୍ୟରେ ଛକପଞ୍ଝା ଚାଲିଥିଲା। ହାଇକୋର୍ଟ ଅନାସ୍ଥା ପ୍ରସ୍ତାବ ଭୋଟ କରିବା ପାଇଁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ଭୋଟ ଶୁକ୍ରବାର ହେବା ପାଇଁ ଉପଜିଲାପାଳ ସବ୍ୟସାଚୀ ପଣ୍ଡା ବିଜ୍ଞପ୍ତି ଓ ସମସ୍ତ ପ୍ରତିନିଧିଙ୍କୁ ନୋଟିସ ଜାରି କରିଥିଲେ।
ଛତିଶଗଡ଼ରେ ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଅଟକ ରଖାଯାଇଛି। ଛତିଶଗଡ଼ ମହାସମୁଦ ଜିଲା ସରେଇପାଲି ଥାନାରେ ସେ ଅଟକ ରହିଛନ୍ତି। ବିଶାଲଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚ ମଧ୍ୟ ଅଛନ୍ତି। ଆଜି କିର୍ମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ରହିଛି। ଏହା ପୂର୍ବରୁ ବିଶାଲଙ୍କୁ ଅଟକ ରଖାଯାଇଛି। ପୋଲିସ କାର୍ଯ୍ୟାନୁଷ୍ଠାନ ବେଆଇନ ବୋଲି ବିଶାଲ କହିଛନ୍ତି।
ତେବେ ବିଶାଲଙ୍କୁ ଅଟକ ନେଇ ପୂର୍ବତନ ବିଧାୟିକା ତଥା ତାଙ୍କ ଭଉଣୀ ଦୀପାଳି ଦାସ କଡ଼ା ପ୍ରତିକ୍ରିୟା ଦେଇଛନ୍ତି। ମୋ ଭାଇକୁ ଅଟକ ରଖିବା ଦୁଃଖନୀୟ, ଗଣତନ୍ତ୍ରର ହତ୍ୟା। ଲଇକେରା ପୋଲିସ ଅଟକ ରଖି ଛତିଶଗଡ଼ ପୋଲିସକୁ ହସ୍ତାନ୍ତର କରିଛି। ଅଟକ ସମିତି ସଭ୍ୟ ଓ ସରପଞ୍ଚଙ୍କୁ ଭେଟିବାକୁ ବିଶାଲ ଯାଇଥିଲେ। ଏହାପରେ ରାତି ୧ଟାରୁ ମୋ ଭାଇକୁ ବି ସେମାନେ ଅଟକ ରଖିଛନ୍ତି। ସେମାନେ ନିଜସ୍ବ ମତରେ ଆସିଥିବା କହିବା ପରେ ବି ଅଟକ ରଖିଛନ୍ତି। ଦୀପାଳିଙ୍କ ଅଭିଯୋଗରେ ପୋଲିସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ

ବଣାଇଁ,୨୨ା୧(ପ୍ରଦୀପ ତ୍ରିପାଠୀ): ବିଗତ ୧୯୧୩ ଅର୍ଥାତ୍‌ ସ୍ବାଧୀନତାର ୩୫ ବର୍ଷ ପୂର୍ବରୁ ସ୍ଥାପିତ ଝିର୍ଡ଼ାପାଲୀ ପ୍ରାଥମିକ ବିଦ୍ୟାଳୟରେ ଅଚଳାବସ୍ଥା ନେଇ ବୁଧବାର ଗ୍ରାମବାସୀ ଓ ଅଭିଭାବକ...

ଡିଜିଟାଲ ସ୍କିଲିଂ ଉପରେ ସଚେତନତା କାର୍ଯ୍ୟକ୍ରମ: ଯୋଗଦେଲେ ୪୫୦ ଛାତ୍ରୀଛାତ୍ର

ଅନୁଗୋଳ,୨୨।୧(ମାନସ ବିଶ୍ୱାଳ): ଅନୁଗୋଳର ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଡିଜିଟାଲ ସ୍କିଲିଂ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। କାର୍ଯ୍ୟକ୍ରମରେ ୪୫୦ରୁ ଅଧିକ ୟୁଜି ଓ...

ସାଇଧାରା-ଚନ୍ଦନଧାରା ଜଳପ୍ରପାତର ହେବ ପର୍ଯ୍ୟଟନ ବିକାଶ

ଝରିଗାଁ,୨୨।୧(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ରହିଛି ଚାରି ଗୋଟି ଜଳପ୍ରପାତ। ସେଗୁଡିକ ହେଲା ଝରିଗାଁ ପଞ୍ଚାୟତ ଅନ୍ତର୍ଗତ ଗୋସେଇଁ ଧାରା ଜଳପ୍ରପାତ,...

ଶିଶୁଙ୍କୁ ଅପହରଣ ପରେ ହତ୍ୟା ମାମଲା: ଅଭିଯୁକ୍ତ ମହିଳାଙ୍କୁ ବାନ୍ଧିଲା ପୋଲିସ

ବଣାଇଁ,୨୨।୧(ପ୍ରଦୀପ ତ୍ରିପାଠୀ): ୭ ଦିନ ତଳେ ଗୁରୁଣ୍ଡିଆ ଥାନା ଅନ୍ତର୍ଗତ ଜଡା ଗ୍ରାମର ଚାରିବର୍ଷ ଶିଶୁକୁ ଅପହରଣ ଓ ହତ୍ୟା ମାମଲାରେ ନୂଆ ମେଡ ଆସିଛି।...

୧୨ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ:ଗାଡ଼ି ଚଳାଚଳ ପ୍ରଭାବିତ

ସୁନ୍ଦରଗଡ଼,୨୨।୧ (ଜୟନାରାୟଣ ମେଣ୍ଡୁଳି):ତାଲିମ ନାଁରେ ତାମିଲନାଡୁ ପଠା ଯାଇଥିବା ସୁନ୍ଦରଗଡର ଝିଅମାନଙ୍କୁ ଫେରାଇ ଆଣିବାରେ ପ୍ରଶାସନର ବିଫଳତା ଓ ସୁନ୍ଦରଗଡ ଝିଅଙ୍କ ସୁରକ୍ଷା, ସ୍ବାଭିମାନ ରକ୍ଷା...

ପାଇପ୍‌ଲାଇନ ପାଇଁ ପକ୍କାରାସ୍ତା ଖୋଳିଦେଲା ଠିକା କମ୍ପାନୀ

ଦାରିଙ୍ଗବାଡି,୨୨/୧(ଅରୁଣ ସାହୁ):ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହା ଠାରୁ ପର୍ତ୍ତମାହା ପଞ୍ଚାୟତକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ପକ୍କା ରାସ୍ତାକୁ ପାଇପ ବିଛାଇବା ପାଇଁ...

ଗନ୍ଧମାର୍ଦ୍ଦନ ସୁରକ୍ଷା ପ୍ରସଙ୍ଗ:ପ୍ରମୁଖ ରାଜନୈତିକ ଦଳଙ୍କ ବଢ଼ୁଛି ଅଡୁଆ

ବଲାଙ୍ଗୀର,୨୨ା୧(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଓ ବରଗଡ଼ ମଧ୍ୟରେ ଅବସ୍ଥିତ ଗନ୍ଧମାର୍ଦ୍ଦନ ପାହାଡ଼ ଜୈବବିବିଧତାରେ ପରିପୂର୍ଣ୍ଣ। ହେଲେ ଶିଳ୍ପସଂସ୍ଥାଗୁଡ଼ିକର ଦୃଷ୍ଟି ସେଠାରେ ଥିବା ପ୍ରାକୃତିକ ସମ୍ବଳ ଉପରେ...

ରାଶନ କାର୍ଡ: ଅଯୋଗ୍ୟ ତାଲିକାରେ ୫୧୪

ହାଟଡ଼ିହୀ,୨୨ା୧(ଶୁଭକାନ୍ତ ନାୟକ):ରାଜ୍ୟ ସରକାର ଖାଦ୍ୟ ସୁରକ୍ଷା ଯୋଜନାରେ ଉପକୃତ ହେଉଥିବା ଯୋଗ୍ୟ ଏବଂ ଅଯୋଗ୍ୟ, ଭୂତ ହିତାଧିକାରୀଙ୍କୁ ଚିହ୍ନଟ ଏବଂ ସ୍ବଚ୍ଛତା ଆଣିବା ପାଇଁ ଇ-କେୱାଇସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri