Posted inଜାତୀୟ

କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରଶ୍ନ: କାହା ଇସାରାରେ ସରକାରଙ୍କୁ ଟାର୍ଗେଟ୍‌ କରୁଛନ୍ତି ରଘୁରାମ ରାଜନ

ନୂଆଦିଲ୍ଲୀ,୨୦।୮:କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ)ର ପୂର୍ବତନ ଗଭର୍ନର ରଘୁରାମ ରାଜନଙ୍କୁ ଟାର୍ଗେଟ କରିଛନ୍ତି। ରାଜନ ଏପରି ଜଣେ ନେତା ହୋଇଛନ୍ତି,ଯିଏ ଅନ୍ୟର ଇସାରାରେ ସରକାରଙ୍କୁ ଟାର୍ଗେଟ୍‌ କରୁଛନ୍ତି। ନିକଟରେ ରାଜନ କହିଥିଲେ, ପ୍ରଡକ୍ସନ ଲିଙ୍କ୍‌ଡ ଇନସେଣ୍ଟିଭ (ପିଏଲ୍‌ଆଇ) ଯୋଜନା ଅଧୀନରେ ଭାରତ ମୋବାଇଲ ଫୋନ ଉତ୍ପାଦନ କରୁନାହିଁ, କେବଳ ସେଗୁଡିକୁ ‘ଆସେମ୍ବଲ’ କରୁଛି। ରାଜନଙ୍କ ଏହି ମନ୍ତବ୍ୟ ଉପରେ ମନ୍ତ୍ରୀ ବୈଷ୍ଣବ ଜବାବ ରଖିଛନ୍ତି।
ମନ୍ତ୍ରୀ ବୈଷ୍ଣବ ଆହୁରି ମଧ୍ୟ କହିଛନ୍ତି ଯେ ଆସନ୍ତା ଦୁଇ ବର୍ଷ ମଧ୍ୟରେ ଇଲେକ୍ଟ୍ରୋନିକ୍ସ ଉତ୍ପାଦନରେ ଭାରତ ୩୦ପ୍ରତିଶତରୁ ଅଧିକ ଭାଲ୍ୟୁ ଆଡିସନ୍‌ କରିବ। ଏଥିସହ ତିନୋଟି କମ୍ପାନୀ ଖୁବ ଶୀଘ୍ର ବିଶ୍ୱ ପାଇଁ ମୋବାଇଲ ଫୋନ ଉପାଦାନ ପ୍ରସ୍ତୁତ କରିବେ। ଆଜି ବିଶ୍ୱ ଯୋଗାଣ ଶୃଙ୍ଖଳା ଏତେ ଜଟିଳ ଯେ କୌଣସି ଦେଶ ଏମିତି ନାହିଁ, ଯିଏ କି ୪୦ ପ୍ରତିଶତରୁ ଅଧିକ ଭାଲ୍ୟୁ ଆଡିସନ୍‌ ଦାବି କରିପାରିବ।
ଯେତେବେଳେ ଭଲ ଅର୍ଥନୀତିଜ୍ଞ ରାଜନେତା ହୁଅନ୍ତି, ସେତେବେଳେ ସେମାନେ ସେମାନଙ୍କର ଅର୍ଥନୈତିକ ଭାବନା ହରାନ୍ତି ବୋଲି ବୈଷ୍ଣବ କହିଛନ୍ତି। ରଘୁରାମ ରାଜନ ଜଣେ ନେତା ହୋଇଛନ୍ତି। ସେ ବର୍ତ୍ତମାନ ଖୋଲାଖୋଲି ଭାବେ ବାହାରକୁ ଆସିବା, ନିର୍ବାଚନ ପ୍ରତିଯୋଗିତା କରିବା, ନିର୍ବାଚନ କରିବା ଏବଂ ରାଜନୈତିକ ଗତିବିଧିରେ ଅଂଶଗ୍ରହଣ କରିବା ଉଚିତ୍‌। ପଛରେ ରଖି କହିବା ଭଲ କଥା ନୁହେଁ, ସେ ଅନ୍ୟର ଇସାରାରେରେ ଏହା କରିବାକୁ ଚେଷ୍ଟା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ନିଜ ନକ୍ଷତ୍ରରେ ଶନି କଲେ ପ୍ରବେଶ: ୩ ରାଶିଙ୍କ ପଲଟିଯିବ ଭାଗ୍ୟ, ବ୍ୟବସାୟରେ ବମ୍ପର ଲାଭ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ରାଶି ପରିବର୍ତ୍ତନଠାରୁ ଆରମ୍ଭ କରି ନକ୍ଷତ୍ର ଗୋଚରକୁ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନାଯାଏ। ଶନିଙ୍କ ଗତିବିଧିର ପ୍ରଭାବ ୧୨ଟି ରାଶି ଉପରେ…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?