NIELIT ଡିଜିଟାଲ୍ ବିଶ୍ୱବିଦ୍ୟାଳୟର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଓଡ଼ିଶାରେ ସେଣ୍ଟର

ନୂଆଦିଲ୍ଲୀ,୩।୧୦: କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗୁରୁବାର NIELIT ଡିଜିଟାଲ୍‌ ବିଶ୍ୱବିଦ୍ୟାଳୟ (NDU) ପ୍ଲାଟଫର୍ମର ଉଦ୍‌ଘାଟନ କରିଛନ୍ତି। ଏହି ପ୍ଲାଟଫର୍ମ ଯୁବପିଢ଼ିଙ୍କୁ AI, ସାଇବର ସୁରକ୍ଷା, ଡାଟା ସାଇନ୍ସ, ସେମିକଣ୍ଡକ୍ଟର ଆଦି ଉନ୍ନତ ପ୍ରଯୁକ୍ତି କ୍ଷେତ୍ରରେ ଉଚ୍ଚମାନର ଶିକ୍ଷା ଓ ଦକ୍ଷତା ପ୍ରଦାନ କରିବ। ଏହା ସହିତ ମନ୍ତ୍ରୀ ଓଡ଼ିଶାର ବାଲେଶ୍ୱର ସମେତ ମୁଜାଫରପୁର (ବିହାର), ତିରୁପତି (ଆନ୍ଧ୍ରପ୍ରଦେଶ), ଦମନ (ଦାଦରା ଓ ନଗର ହାଭେଲି ଏବଂ ଡାମନ ଓ ଡିଉ) ଏବଂ ଲୁଙ୍ଗଲେଇ (ମିଜୋରାମ)ରେ ୫ଟି ନୂଆ NIELIT କେନ୍ଦ୍ରର ଭର୍ଚୁଆଲ ଉଦ୍‌ଘାଟନ କରିଛନ୍ତି।

ଏହି ଅବସରରେ ମାଇକ୍ରୋସଫ୍ଟ, ଜେଡ୍‌ସ୍କେଲର, CCRYN, ଡିକ୍ସନ ଟେକ୍‌ ଓ ଫ୍ୟୁଚର କ୍ରାଇମ ସହିତ ବୁଝାମଣାପତ୍ର (MoU) ସ୍ୱାକ୍ଷର ହୋଇଛି। ମନ୍ତ୍ରୀ ବୈଷ୍ଣବ କହିଛନ୍ତି ଯେ, NIELIT କେନ୍ଦ୍ରଗୁଡ଼ିକ ଦୁର୍ଗମ ଅଞ୍ଚଳରେ ମଧ୍ୟ ଉନ୍ନତ ଶିକ୍ଷା ଓ ପ୍ରଶିକ୍ଷଣ ପ୍ରଦାନ କରି ଭାରତର ଟେକ୍ନୋଲୋଜି ଭବିଷ୍ୟତକୁ ଗଢ଼ିବ। ସେ ଆହୁରି କହିଛନ୍ତି, “ଆମେ ୫୦୦ ଶିଳ୍ପ ଅଂଶୀଦାରଙ୍କ ସହ ଯୋଗାଯୋଗ କରି ପାଠ୍ୟକ୍ରମକୁ ଶିଳ୍ପର ଆବଶ୍ୟକତା ଅନୁଯାୟୀ ଗଢ଼ିବା ଦରକାର।” NDU ପ୍ଲାଟଫର୍ମ ଦକ୍ଷତା ଓ ନିଯୁକ୍ତି ମଧ୍ୟରେ ବ୍ୟବଧାନ ଦୂର କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

ବୃହତ୍‌ ବିଜୟ ଦିଗରେ ଆର୍‌ଏସ୍‌ପି: ୬ ମାସ ପରେ…

କାଠମାଣ୍ଡୁ,୭ା୩(ପି.ଟି.):ଗତବର୍ଷ ସେପ୍ଟେମ୍ବରରେ ନେପାଳରେ ହିଂସାତ୍ମକ ଜେନ୍‌ ଜି ଆନ୍ଦୋଳନ ଯୋଗୁ କେ.ପି. ଶର୍ମା ଓଲିଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରର ପତନ ଘଟିଥିଲା। ଏହାର ୬ ମାସ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri