NIELIT ଡିଜିଟାଲ୍ ବିଶ୍ୱବିଦ୍ୟାଳୟର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଓଡ଼ିଶାରେ ସେଣ୍ଟର

ନୂଆଦିଲ୍ଲୀ,୩।୧୦: କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗୁରୁବାର NIELIT ଡିଜିଟାଲ୍‌ ବିଶ୍ୱବିଦ୍ୟାଳୟ (NDU) ପ୍ଲାଟଫର୍ମର ଉଦ୍‌ଘାଟନ କରିଛନ୍ତି। ଏହି ପ୍ଲାଟଫର୍ମ ଯୁବପିଢ଼ିଙ୍କୁ AI, ସାଇବର ସୁରକ୍ଷା, ଡାଟା ସାଇନ୍ସ, ସେମିକଣ୍ଡକ୍ଟର ଆଦି ଉନ୍ନତ ପ୍ରଯୁକ୍ତି କ୍ଷେତ୍ରରେ ଉଚ୍ଚମାନର ଶିକ୍ଷା ଓ ଦକ୍ଷତା ପ୍ରଦାନ କରିବ। ଏହା ସହିତ ମନ୍ତ୍ରୀ ଓଡ଼ିଶାର ବାଲେଶ୍ୱର ସମେତ ମୁଜାଫରପୁର (ବିହାର), ତିରୁପତି (ଆନ୍ଧ୍ରପ୍ରଦେଶ), ଦମନ (ଦାଦରା ଓ ନଗର ହାଭେଲି ଏବଂ ଡାମନ ଓ ଡିଉ) ଏବଂ ଲୁଙ୍ଗଲେଇ (ମିଜୋରାମ)ରେ ୫ଟି ନୂଆ NIELIT କେନ୍ଦ୍ରର ଭର୍ଚୁଆଲ ଉଦ୍‌ଘାଟନ କରିଛନ୍ତି।

ଏହି ଅବସରରେ ମାଇକ୍ରୋସଫ୍ଟ, ଜେଡ୍‌ସ୍କେଲର, CCRYN, ଡିକ୍ସନ ଟେକ୍‌ ଓ ଫ୍ୟୁଚର କ୍ରାଇମ ସହିତ ବୁଝାମଣାପତ୍ର (MoU) ସ୍ୱାକ୍ଷର ହୋଇଛି। ମନ୍ତ୍ରୀ ବୈଷ୍ଣବ କହିଛନ୍ତି ଯେ, NIELIT କେନ୍ଦ୍ରଗୁଡ଼ିକ ଦୁର୍ଗମ ଅଞ୍ଚଳରେ ମଧ୍ୟ ଉନ୍ନତ ଶିକ୍ଷା ଓ ପ୍ରଶିକ୍ଷଣ ପ୍ରଦାନ କରି ଭାରତର ଟେକ୍ନୋଲୋଜି ଭବିଷ୍ୟତକୁ ଗଢ଼ିବ। ସେ ଆହୁରି କହିଛନ୍ତି, “ଆମେ ୫୦୦ ଶିଳ୍ପ ଅଂଶୀଦାରଙ୍କ ସହ ଯୋଗାଯୋଗ କରି ପାଠ୍ୟକ୍ରମକୁ ଶିଳ୍ପର ଆବଶ୍ୟକତା ଅନୁଯାୟୀ ଗଢ଼ିବା ଦରକାର।” NDU ପ୍ଲାଟଫର୍ମ ଦକ୍ଷତା ଓ ନିଯୁକ୍ତି ମଧ୍ୟରେ ବ୍ୟବଧାନ ଦୂର କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ମାଳତୀଙ୍କୁ ଆଜି ବି ମନେପକାନ୍ତି ସିମନବାଡି ପଞ୍ଚାୟତବାସୀ: ଲୋକଙ୍କ ପାଇଁ କାମ କରି ଚର୍ଚ୍ଚାରେ…

ଦାରିଙ୍ଗବାଡି,୨୦।୧(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ମାଳତୀ ସାହୁଙ୍କୁ ଆଜିବି ମନେପକାନ୍ତି ପଞ୍ଚାୟତବାସୀ। ମଙ୍ଗଳବାର ପଞ୍ଚାୟତରେ  ତାଙ୍କର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି: ସାମିଲ ହେଲେ ଏସବୁ ନେତା…

ଭୁବନେଶ୍ୱର,୨୦।୧: ବିଜେଡିରେ ହେବ କି ବଡ଼ ପରିବର୍ତ୍ତନ? ବିଜେଡି ନେତାଙ୍କ ବୈଠକ ପରେ ବୈଠକ ବସୁଛି। ଇତି ମଧ୍ୟରେ ମଙ୍ଗଳବାର ପ୍ରମିଳା ମଲ୍ଲିକଙ୍କ ଭୁବନେଶ୍ବର ବାସଭବନରେ...

ପ୍ରମିଳାଙ୍କ ଘରେ ଏମିତି କ’ଣ ହେଲା? ନବୀନ ନିବାସ ମୁହାଁ ହେଲେ ବରିଷ୍ଠ ନେତା, ରାଜନୀତି ହଲଚଲ

ଭୁବନେଶ୍ୱର,୨୦।୧: ନବୀନ ନିବାସରେ ବଡ଼ ହଲଚଲ। ବରିଷ୍ଠ ନେତା ନବୀନ ନିବାସରେ ପହଞ୍ଚିଛନ୍ତି। ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି ପରେ ଅଚାନକ ନବୀନ ନିବାସରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri