Posted inଜାତୀୟ

POCSO ମାମଲାରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଗିରଫ, ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ନୂଆଦିଲ୍ଲୀ,୧୭।୫: କେନ୍ଦ୍ରମନ୍ତ୍ରୀ ବନ୍ଦୀ ସଞ୍ଜୟ କୁମାରଙ୍କ ପୁଅ ବନ୍ଦୀ ଭଗୀରଥ ସାଇକୁ ତେଲେଙ୍ଗାନା ପୋଲିସ ଶନିବାର ଗିରଫ କରିଛି। ତେବେ କେନ୍ଦ୍ରମନ୍ତ୍ରୀ ପୁଅକୁ ସରେଣ୍ଡର କରାଇଥିବାର ଦାବି କରୁଛନ୍ତି। କେନ୍ଦ୍ରମନ୍ତ୍ରୀଙ୍କ ପୁଅ ବିରୋଧରେ ନାବାଳିକା ପ୍ରତି ବଳାତ୍କାର ଅଭିଯୋଗ ରହିଛି। ମାମଲାରେ ବନ୍ଦୀ ଭଗୀରଥ ସାଇର ଗିରଫ ପାଇଁ ପୋଲିସ ‘ଲୁକ୍ ଆଉଟ୍ ସର୍କୁଲାର’ ଜାରି କରିଥିଲା। ବଳାତ୍କାର ଅଭିଯୋଗ ପରେ ବି.ଭଗୀରଥ ସାଇର ଗିରଫ ପାଇଁ ସାଇବରାବାଦ ପୋଲିସ ୫ଟି ସ୍ୱତନ୍ତ୍ର ଟିମ୍ ଗଠନ କରିଥିଲା।

ପୋଲିସ କଲ୍ ଡିଟେଲସ୍ ରେକର୍ଡ (ସିଡିଆର) ଓ ଇଣ୍ଟରନେଟ୍ ପ୍ରୋଟକଲ (ଆଇପି) ଟ୍ରେସ୍ କରି ଲଗାତାର ବି.ଭଗୀରଥ ସାଇକୁ ପିଛା କରୁଥିଲା। ଯେତେବେଳେ ପୋଲିସ ଚାରିଆଡୁ ଘେରି ଯାଇଥିଲା ସେତେବେଳେ ମୁକୁଳିବାର ବାଟ ନ ପାଇ ବି.ଭଗୀରଥ ଆତ୍ମ ସମର୍ପଣ ପାଇଁ ଓକିଲ ଟିମ୍ ସହିତ ପହଞ୍ଚିବାକୁ ନିଷ୍ପତ୍ତି ନେଇଥିଲା। ତେବେ ତା ପୂର୍ବରୁ ପୋଲିସ୍ ତାକୁ ଗିରଫ କରିଥିବାର ଦାବି କରୁଛି। ତେବେ ତାଙ୍କ ପିତା ଏକ ସୋସିଆଲ ମିଡିଆ ପୋଷ୍ଟ କରି ପୁଅକୁ ଆତ୍ମସମର୍ପଣ କରାଇଥିବା ଦାବି କରୁଛନ୍ତି।

ଏହି ପୁରା ପ୍ରକରଣ ଜଣେ ୧୭ ବର୍ଷ ବୟଷ୍କା ନାବାଳିକା ପ୍ରତି ଯୌନ ଉତ୍ପୀଡ଼ନ ଭଳି ଗୁରୁତର ଅଭିଯୋଗ ସମ୍ପର୍କିତ। ଏ ନେଇ ପେଟବଶିରବାଗ ପୋଲିସ ଥାନାରେ ରୁଜୁ ଏତଲା ଅନୁସାରେ ପୋଲିସ ଭାରତୀୟ ନ୍ୟାୟ ସଂହିତା ଧାରା ୭୪ ଓ ୭୫ ସହିତ ପକସୋ ଆଇନର ଧାରା ୧୧ ଓ ୧୨ରେ ମୋକଦ୍ଦମା ରୁଜୁ କରାଯାଇଛି। ପୋଲିସ ଅନୁସାରେ ମାମଲାରେ ପୀଡ଼ିତା ଓ ଅଭିଭାବକଙ୍କ ବୟାନ ରେକର୍ଡ ହେବା ପରେ ଆହୁରି କଠୋର ଧାରା ସଂଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

ଆଜି ଚିତ୍ରା ନକ୍ଷତ୍ରରେ ଶୁକ୍ରଙ୍କ ପ୍ରବେଶ: ଏହି ୫ ରାଶିଙ୍କ ଉପରେ ଧନବର୍ଷା, ହେବେ ମାଲାମାଲ୍‌

ଜ୍ୟୋତିଷଶାସ୍ତ୍ର ଅନୁସାରେ, ଐଶ୍ୱର୍ଯ୍ୟ, ସୁଖ-ସୁବିଧା ଓ ଧନର କାରକ ଭାବେ ପରିଚିତ ଶୁକ୍ର ଗ୍ରହ ମଙ୍ଗଳଙ୍କ ନକ୍ଷତ୍ର ଚିତ୍ରାରେ ପ୍ରବେଶ କରିଛନ୍ତି। ଜ୍ୟୋତିଷବିଦଙ୍କ ମତରେ, ଶୁକ୍ରଙ୍କ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri