ପ୍ରଚାର ମଇଦାନକୁ ଓହ୍ଲାଇଲେ କେନ୍ଦ୍ରମନ୍ତ୍ରୀ

ଧାମନଗର,୨୯ା୧୦ (ଡି.ଏନ୍‌.ଏ/ସ୍ବ.ପ୍ର.): ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାର କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ଧାମନଗର ବ୍ଲକର ବିଭିନ୍ନ ପଞ୍ଚାୟତ ଓ ଏନ୍‌ଏସି ଅଞ୍ଚଳରେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କ ପାଇଁ ରୋଡ୍‌ଶୋ’ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ପ୍ରଧାନ ପୂର୍ବାହ୍ନରେ ଯାଜପୁର ଜିଲା ବାଟେ ଆସି ଭଦ୍ରକ ଜିଲାର ପ୍ରବେଶ ଦ୍ୱାର ଷେଣ୍ଢପୁରସ୍ଥିତ ବୈତରଣୀ ନଦୀର ମୁକୁନ୍ଦଦେବ ସେତୁଠାରେ ପହଞ୍ଚିବା ପରେ ହଜାର ହଜାର ଦଳୀୟ କର୍ମୀ ସ୍ବାଗତ କରି ବିଶାଳ ବାଇକ୍‌ ଶୋଭାଯାତ୍ରାରେ ପାଛୋଟି ନେଇଥିଲେ। ପରେ ସୋହଡ଼ା, ଖଡ଼ିପଦା, ଦୋବଲ ଓ ମୁସ୍ତାଫାପୁର ପଞ୍ଚାୟତର କାଳୀବଜାରଠାରେ ମା’ ଶ୍ୟାମାକାଳୀଙ୍କୁ ପୂଜାର୍ଚ୍ଚନା କରି ଆଶୀର୍ବାଦ ନେଇଥିଲେ। ଏହାପରେ ବିଜ୍ଞାପିତ ଅଞ୍ଚଳ ପରିଷଦର ଧାମନଗର ମେଡିକାଲ ବଜାରଠାରୁ ବ୍ଲକ ଛକ ପର୍ଯ୍ୟନ୍ତ ପଦଯାତ୍ରାରେ ଯାଇଥିଲେ। ପରେ ରାଧାବଲ୍ଲଭପୁର, ବୟାଙ୍ଗଡିହ ପଞ୍ଚାୟତ ଓ କୋଠାର ହୋଇ ଅସୁରାଳି ଯାଇଥିଲେ। ଲୋକଙ୍କ ଆଶୀର୍ବାଦ ସୂରଜଙ୍କ ଭଳି ଜଣେ ଯୁବ ନେତୃତ୍ୱକୁ ମାଟି ମା’ର ସେବା କରିବାର ସୁଯୋଗ ଦେବ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରଧାନ ପ୍ରକାଶ କରିଥିଲେ। କଳା ଟଙ୍କା ଲୋଭର ବଶବର୍ତ୍ତୀ ନ ହୋଇ ସ୍ବାଭିମାନୀ ଧାମନଗର ଭୋଟର ସୂର୍ଯ୍ୟବଂଶୀଙ୍କୁ ଜିତାଇବାକୁ ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri