ପ୍ରଚାରକୁ ଓହ୍ଲାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଝାରସୁଗୁଡ଼ା ଅଫିସ,୨୫।୫: ବ୍ରଜରାଜନଗର ଉପନିର୍ବାଚନକୁ ଆଉ ସପ୍ତାହେ ବାକି ଥିବାବେଳେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଛି। ଏଥିରେ ବିଭିନ୍ନ ଦଳର ଷ୍ଟାର ପ୍ରଚାରକ ସାମିଲ ହୋଇ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ୍‌ ଭିକ୍ଷା କରୁଛନ୍ତି। ଭାଜପା ପ୍ରାର୍ଥିନୀ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କୁ ଜିତାଇବା ପାଇଁ କେନ୍ଦ୍ରମନ୍ତ୍ରୀ, ଏମ୍‌ପି, ବିଧାୟକ ଲାଗିପଡିଛନ୍ତି। କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ନିର୍ବାଚନ ମଣ୍ଡଳୀରେ ମାରାଥନ ପ୍ରଚାର କରିଛନ୍ତି।
କେନ୍ଦ୍ରମନ୍ତ୍ରୀ ପ୍ରଧାନ ସମ୍ବଲପୁରରୁ ସଡକ ପଥରେ ଆସି ରମ୍ପେଲା ବ୍ରିଜ୍‌ଦେଇ ଢୁନ୍ଢୁନ୍‌ ଛକରେ ପହଞ୍ଚତ୍ଥିଲେ। ସେଠାରୁ ସେ ଚାରପାଲି, ଖମାରଡିହି, ଦଲଗାଁ ଆଦି ଗ୍ରାମରେ ନିର୍ବାଚନ ପ୍ରଚାରକରି ଅଢାପଡା ଗ୍ରାମରେ ଥିବା ପୂର୍ବତନ ବିଧାୟକ ଜନନେତା ସ୍ବର୍ଗତ ପ୍ରସନ୍ନ ପଣ୍ଡାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ବାଘମୁଣ୍ଡା ଗ୍ରାମରେ ଅନୁଷ୍ଠିତ ନିର୍ବାଚନୀ ସଭାରେ କେନ୍ଦ୍ରମନ୍ତ୍ରୀ ପ୍ରଧାନଙ୍କ ସମେତ ପ୍ରାର୍ଥିନୀ ପଣ୍ଡା, ଏମ୍‌ପି ସୁରେଶ ପୂଜାରୀ, ଏମ୍‌ପି ବସନ୍ତ ପଣ୍ଡା, ବିଧାୟକ ଶଙ୍କର ଓରାମ, ବିଧାୟକ ସୁବାସ ପାଣିଗ୍ରାହୀ, ବିଧାୟକ ଡ. ମୁକେଶ ମହାଲିଙ୍ଗ, ନାଉରୀ ନାୟକ, ପୂର୍ବତନ ମନ୍ତ୍ରୀ ସୁରମା ପାଢୀ, ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ, ପୂର୍ବତନ ଏମ୍‌ପି କନକ ବର୍ଦ୍ଧନ ସିଂଦେଓ ପ୍ରମୁଖ ଯୋଗଦେଇଥିଲେ। ସଭାକୁ ଜିଲା ସଭାପତି ମଙ୍ଗଳ ସାହୁ ପରିଚାଳନା କରିଥିଲେ। କେନ୍ଦ୍ରମନ୍ତ୍ରୀ ପ୍ରଧାନ ତାଙ୍କ ବକ୍ତବ୍ୟରେ କହିଥିଲେ, ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀର ଲଖନପୁର ବ୍ଲକ୍‌ବାସୀ ଦେଶ ଓ ରାଜ୍ୟ ଉଦ୍ଦେଶ୍ୟରେ ବହୁତ୍ୟାଗ କରିଛନ୍ତି। ଏତେ ତ୍ୟାଗ ପରେ ଅଞ୍ଚଳବାସୀ କ’ଣ ପାଇଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି। ତେବେ ଏ ଅଞ୍ଚଳର ବିକାଶ ଜରୁରୀ ହୋଇପଡିଛି। ଏଥିପାଇଁ ନାରୀନେତ୍ରୀ ତଥା ପୂର୍ବତନ ବିଧାୟିକା ପଣ୍ଡାଙ୍କୁ ଜୟଯୁକ୍ତ କରାଇବା ଲାଗି ସେ ଭୋଟରଙ୍କୁ ଅନୁରୋଧ କରିଥିଲେ। ସନ୍ଧ୍ୟାରେ ଅନ୍ୟ ନେତାମାନଙ୍କ ସହ ସେ ବେଲପାହାଡ ଓ ବ୍ରଜରାଜନଗର ପୌରାଞ୍ଚଳରେ ରୋଡ୍‌ ଶୋ କରି ପ୍ରଚାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ 

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri