ରାଉରକେଲାରେ ଡାଇରିଆ ସଂକ୍ରମଣ ଘଟଣାରେ ଚିନ୍ତାପ୍ରକଟ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୨୦ା୧୨: ରାଉରକେଲାରେ ଡାଇରିଆ ସଂକ୍ରମଣ ଘଟଣାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିନ୍ତା ପ୍ରକଟ କରିଛନ୍ତି। ଏହାକୁ ରୋକିବା ପାଇଁ ତ୍ୱରିତ ପଦକ୍ଷେପ ସ୍ୱରୂପ କେନ୍ଦ୍ରୀୟ ସଂସ୍ଥାର ସହଯୋଗ ନେବା ପାଇଁ ସେ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ କହିଛନ୍ତି। ପ୍ରଧାନ କହିଛନ୍ତି, ରାଉରକେଲା ସହର ସହିତ ଆଖପାଖ ଅଞ୍ଚଳରେ ଗତ କିଛି ଦିନ ହେବ ଡାଇରିଆ ଲାଗି ରହିଥିବା କାରଣରୁ ଲୋକଙ୍କ ମୃତ୍ୟୁ ଘଟୁଛି। ଏହା ଅତ୍ୟନ୍ତ ଦୁଃଖଦ ଘଟଣା ବୋଲି ସେ କହିବା ସହ ଅମର ଆତ୍ମାର ସଦ୍‌‌ଗତି କାମନା କରିଛନ୍ତି। ଏଥିସହିତ କେନ୍ଦ୍ରମନ୍ତ୍ରୀ ଆକ୍ରାନ୍ତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ରାଉରକେଲା ଭଳି ମହାନଗର ଅଞ୍ଚଳରେ ଡାଇରିଆ ସଂକ୍ରମଣରେ ଶତାଧିକ ଲୋକ ଆକ୍ରାନ୍ତ ହେବା ଓ ପ୍ରଶାସନର ନିୟନ୍ତ୍ରଣ ବାହାରକୁ ଚାଲିଥିବା ଚିନ୍ତାଜନକ ବୋଲି କେନ୍ଦମନ୍ତ୍ରୀ କହିଛନ୍ତି । ରାଜ୍ୟ ସରକାର ତୁରନ୍ତ ଏହି ସମ୍ବେଦନଶୀଳ ଘଟଣାକୁ ଗୁରୁତ୍ୱର ସହ ନେଇ ଚିକିତ୍ସିତ ହେଉଥିବା ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ କହିଛନ୍ତି।

ମିଳିଥିବା ଖବରରୁ ଜଣାପଡ଼ିଛି, ଅଦ୍ୟାବଧି ଝାଡାବାନ୍ତିରେ ୧୦ ଜଣ ଲୋକଙ୍କର ମୃତ୍ୟୁ ଘଟିସାରିଲାଣି। ଆକ୍ରାନ୍ତମାନଙ୍କୁ ବିଭିନ୍ନ ହସ୍‌‌ପିଟାଲରେ ଚିକିତ୍ସା ସେବା ଯୋଗାଇ ଦିଆଯାଉଛି। ସ୍ୱାସ୍ଥ୍ୟ ସଚିବଙ୍କ ସହ ଦୁଇ ବରିଷ୍ଠ ଅଧିକାରୀ ସ୍ଥିତିର ସମୀକ୍ଷା କରିବା ପାଇଁ ରାଉରକେଲା ଗସ୍ତ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ବାଲେଶ୍ଵର ଅରଡ ବଜାରରେ ଗୁଳିକାଣ୍ଡ, ଦୁଇ ଯୁବକ…

ବାଲେଶ୍ଵର,୨୪।୩( ବାଞ୍ଛାନିଧି ଦେ): ଅଶାନ୍ତ ହୋଇପଡିଛି ବାଲେଶ୍ଵର ସହର । ସହଦେଵଖୁଣ୍ଟା ଥାନା ଅନ୍ତର୍ଗତ ଅରଡ ବଜାର ଅଞ୍ଚଳରେ ପୁଣିଥରେ ଗୁଳିକାଣ୍ଡ ହୋଇଛି। ସୋମବାର ମଧ୍ୟରାତିରେ ଫୁଟିଲା…

ଲିଙ୍କ୍ ରୋଡ୍ LIC ଅଫିସରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା….

କଟକ,୨୪।୩: କଟକ ଲିଙ୍କ୍‌ରୋଡରେ ଥିବା LIC ଅଫିସ୍‌ରେ ଅଗ୍ନିକାଣ୍ଡ । ହୁତୁ ହୁତୁ ହୋଇ ଜଳୁଛି ବିଲ୍ଡିଂ । କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ବର୍ତ୍ତମାନ…

ପାଡୁଆ ପୋଲିସକୁ ଚ୍ୟାଲେଞ୍ଜ, ବୋଲେରୋ-ବାଇକ ପରେ ଏବେ ସ୍କୁଟି ଚୋରି

ନନ୍ଦପୁର/ପାଡୁଆ,୨୪।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ଥାନା ପୋଲିସକୁ ଗାଡ଼ି ଚୋର ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି । ରବିବାର…

କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri